ଅଙ୍ଗନଓ୍ବାଡି କର୍ମୀଙ୍କ ଘର ଆଗରେ ଉଲଗ୍ନ ହୋଇ ଅସଦାଚରଣ ସହ ହତ୍ୟା ଧମକ, ଦିଗପହଣ୍ଡି ଥାନାରେ…

ଦିଗପହଣ୍ଡି,୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ସ୍ବାମୀଙ୍କ ଅନୁପସ୍ଥିତିରେ ଜଣେ ଅଙ୍ଗନୱାଡ଼ି କର୍ମୀଙ୍କୁ ଗ୍ରାମର ସନ୍ତୋଷ କୁମାର ବିଷୋୟୀ ଅସଦାଚରଣ କରିବା ସହ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି। ଅଙ୍ଗନୱାଡ଼ି କର୍ମୀଙ୍କ ଏତଲା କ୍ରମେ ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ମାମଲା ନଂ.୨୬୭/୨୫ ରୁଜୁ କରି ତଦନ୍ତ ଚଳାଇଛନ୍ତି।
ଅଭିଯୋଗ ମୁତାବକ,  ଗତ ବୁଧବାର ସନ୍ତୋଷ ହାତରେ ଏକ କଟୁରୀ ଧରି ଅଙ୍ଗନୱାଡ଼ି କର୍ମୀଙ୍କ ଘରର ଗ୍ରିଲ୍‌କୁ ବାଡାଇବା ସହ ତାଙ୍କୁ ଆପତ୍ତି ଜନକ ମନ୍ତବ୍ୟ ଦେଇଥିଲେ। ଏପରିକି ଘର ଆଗରେ ଉଲଗ୍ନ ହୋଇ ଅସଭ୍ୟ ଭାଷାରେ ଗାଳି ମଧ୍ୟ କରିଥିଲେ।ସେ ପ୍ରତିବାଦ କରିବାରୁ ତାଙ୍କୁ ଟଣାଓଟରା କରିଥିଲେ। ପରେ ତାଙ୍କୁ ଏବଂ ତାଙ୍କ ପୁଅଙ୍କୁ ହତ୍ୟା ଧମକ ଦେଇଥିବା ଏତଲାରେ ଉଲ୍ଲେଖ ରହିଛି। ଅଙ୍ଗନୱାଡ଼ି କେନ୍ଦ୍ରକୁ ଯିବା ବେଳେ ସନ୍ତୋଷ ସଦା ସର୍ବଦା ତାଙ୍କୁ ଅଶ୍ଳିଳ ମନ୍ତବ୍ୟ ଦେବା ସହ ଦିନେ ନା ଦିନେ ଘରେ ପଶି ତାଙ୍କୁ ବଳାତ୍କାର କରିବାକୁ ଧମକ ଦେଇଥିବା ଅଙ୍ଗନୱାଡ଼ି କର୍ମୀ ଜଣକ ପୋଲିସକୁ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri