ପାଣ୍ଡିଆନ ସକ୍ରିୟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କୁ ଭେଟିଲେ ବିଜେଡି ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୧୮।୧:ଏବେ ବିଜେଡିକୁ ରାଜ୍ୟ ରାଜନୀତି ଜୋର ଧରିଛି। କେତେବେଳେ କାର୍ତ୍ତିକ ପାଣ୍ଡିଆନ ବିଜେଡିରେ ପୁଣି ସକ୍ରିୟ ହୋଇଥିବା ଶୁଣିବାକୁ ମିଳିଛି। ଏବେ ନବୀନ ନିବାସରେ ନବୀନ ଦରବାର ଚାଲୁନି। ଏବେ ପୁଣି ପାଣ୍ଡିଆନଙ୍କ ହୁକୁମ ଚାଲିଲାଣି। ବିଜେଡିର ସାଂଗଠନିକ କାର୍ଯ୍ୟ ସମ୍ପର୍କରେ ସେ ଏବେ ସେନମାଙ୍କ ସହ ଆଲୋଚନା କରୁଛନ୍ତି। ତେବେ ଏସବୁ ପୁଣି କ’ଣ ରାଜନୀତିକୁ ଫେରିବାର ସଙ୍କେତ ଦେଉଛି? କ’ଣ ପୁଣି ରାଜନୀତିରେ ସକ୍ରିୟ ହେବେ ପାଣ୍ଡିଆନ। ଏହାକୁ ନେଇ ଜୋର ଧରିଲାଣି ଓଡ଼ିଶା ରାଜନୀତି।

ତେବେ ଏହାରି ଭିତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଛନ୍ତି ବିଜେଡି ନେତା। ଯାହାକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। BJD କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆଙ୍କ ସମେତ ଅନ୍ୟ କର୍ପୋରେଟର ଧର୍ମେନ୍ଦ୍ରଙ୍କୁ ସାକ୍ଷାତ କରିଛନ୍ତି। ଏନେଇ ଅମେରଶ କହିଛନ୍ତି, ଭୁବନେଶ୍ୱର ଗ୍ରୁପ ପକ୍ଷରୁ ଭେଟିଛୁ। ରାଜଧାନୀର ଉନ୍ନତି ପାଇଁ ଭେଟିଛୁ, ରାଜନୀତି ପାଇଁ ନୁହେଁ।

ଏହାପୂର୍ବରୁ ମଧ୍ୟ BJDର ବରିଷ୍ଠ କର୍ପୋରେଟର ଅମରେଶ ଜେନାଙ୍କୁ ଡକାଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭୁବନେଶ୍ୱରରେ ବାଗ୍ମୀ ବିଶ୍ୱନାଥ କରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ସମୟରେ ଏହି ଦୃଶ୍ୟ ଦେଖିବାକୁ ମିଳିଥିଲା। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟର ବିଭିନ୍ନ ମନ୍ତ୍ରୀଙ୍କ ଗହଣରେ ଦେଖିବାକୁ ମିଳିଥିଲା ଅମରେଶଙ୍କୁ । ଅମରେଶଙ୍କୁ ଗାଡ଼ି ପାଖକୁ ଡାକିଥିଲେ ଧର୍ମେନ୍ଦ୍ର ପ୍ରଧାନ । ଭଲ ମନ୍ଦ ବି ପଚାରିଥିଲେ । ସେତେବେଳେ ଏହାକୁ ନେଇ ରାଜନୀତି ସରଗରମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୭।୨: ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ ଭିଜିଟ କରାଯିବ ।…

ବେରୋଜଗାରୀ ଯୁବତୀ-ଯୁବକଙ୍କ ପାଇଁ ଖୁସି ଖବର, ୨୩୮୦୦ ସରକାରୀ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ…

ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶୁକ୍ରବାର ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧.୨୭ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ

ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ…

ପଞ୍ଜାବୀ ଗୀତ ବୁଝି ପାରିଲେନି Vaibhav Suryavanshi! ବିଜୟ ପରେ ଡ୍ୟାନ୍ସ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୭।୨: ୧୯ ବର୍ଷରୁ କମ ବିଶ୍ୱକପ ଇତିହାସର ସବୁଠାରୁ ଶକ୍ତିଶାଳୀ ପ୍ରଦର୍ଶନ ପରେ, Vaibhav Suryavanshi ଏକ ଜବରଦସ୍ତ ଉତ୍ସବ ସହିତ ଭାରତର ବିଜୟ ପାଳନ କଲେ,…

ଯୁବପିଢ଼ିଙ୍କ ମଧ୍ୟରେ ବୃଦ୍ଧି ପାଉଛି ଷ୍ଟୋନ ସମସ୍ୟା, ଜାଣନ୍ତୁ କାରଣ ଏବଂ ପ୍ରତିକାର

ଦେଶରେ ଅନେକ ଲୋକ ଅଛନ୍ତି ଯେଉଁମାନେ ଷ୍ଟୋନକୁ ଗମ୍ଭୀରତାର ସହ ନିଅନ୍ତି ନାହିଁ । କିନ୍ତୁ ଏହି ଛୋଟ ସମସ୍ୟା ହୃଦରୋଗ, କ୍ରନିକ ବୃକକ୍ ରୋଗ ଏବଂ କିଡନୀ…

ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ

ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍‌ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି…

India-US Trade Deal: ‘ବନ୍ଧୁ ଆଉ ବନ୍ଧୁ ହୋଇ ରହିଲେ ନାହିଁ…’, ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ନେଇ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ମଧ୍ୟରେ ଘୋଷଣା ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାତୀୟ ରାଜନୀତିକୁ ଉଷ୍ମ କରିଛି। ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀ…

ଜିଲାକୁ ରହିଛି ପ୍ରାକୃତିକ ବିପର୍ଯ୍ୟୟ ଭୟ: ସାମୁଦ୍ରିକ ପ୍ରାଚୀର, ହେନ୍ତାଳ ବଣ ପ୍ରସ୍ତାବରେ ସୀମିତ

କେନ୍ଦ୍ରାପଡ଼ା, ୭ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri