Posted inଜାତୀୟ

ପ୍ରତ୍ୟେକ ଗଣତନ୍ତ୍ରରେ ପ୍ରଧାନମନ୍ତ୍ରୀ ଉତ୍ତରଦାୟୀ: ଶଶି ଥରୁର

ନୂଆଦିଲ୍ଲୀ,୨୫।୭: ଦେଶର ଉତ୍ତର ପୂର୍ବ ରାଜ୍ୟ ମଣିପୁରରେ ଅଢେଇ ମାସରୁ ଅଧିକ ସମୟ ଧରି ହିଂସା ଚାଲିଛି। ଅନ୍ୟପକ୍ଷରେ ମଣିପୁର ଉପରେ କେନ୍ଦ୍ର ସରକାର ବିତର୍କ ନ କରିବାକୁ ନେଇ ସଂସଦରେ ହଙ୍ଗାମା ଦେଖାଦେଇଛି। ଏସବୁ ଭିତରେ କଂଗ୍ରେସ ନେତା ଶଶି ଥରୁର ଭାଜପା ସରକାର ଏବଂ ପ୍ରଧାନମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି।
ଶଶି ଥରୁର କହିଛନ୍ତି ଯେ, ସଂସଦୀୟ ବ୍ୟବସ୍ଥା ଥିବା ପ୍ରତ୍ୟେକ ଦେଶରେ ପ୍ରଧାନମନ୍ତ୍ରୀ ସଂସଦରେ ଉତ୍ତରଦାୟୀ। ସଂସଦର ସଦସ୍ୟମାନେ ଏହି ହିଂସା ଏବଂ ସେଠାରେ ସରକାରଙ୍କ କାର୍ଯ୍ୟାନୁଷ୍ଠାନ ଉପରେ ଜନସାଧାରଣଙ୍କୁ ଜଣାଇବା ଉଚିତ୍‌। ଏପର୍ଯ୍ୟନ୍ତ ମଣିପୁର ସରକାରଙ୍କୁ କାହିଁକି ବରଖାସ୍ତ କରାଯାଇନାହିଁ ତାହା ମଧ୍ୟ ସରକାର ସଂସଦକୁ କହିବା ଆବଶ୍ୟକ।
ଥରୁର ଆହୁରି ମଧ୍ୟ କହିଛନ୍ତି ଯେ, ମୁଁ ଜାଣେ ଯେ ପ୍ରଧାନମନ୍ତ୍ରୀ ଜଣେ ବହୁତ ଭଲ ବକ୍ତା। ସେ ପ୍ରତ୍ୟେକ ପ୍ଲାଟଫର୍ମରେ କହିବାର କୌଣସି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ତେବେ ସେ ମଣିପୁର ହିଂସା ସଂପର୍କରେ ସଂସଦରେ କହିବା ତାଙ୍କ ଦାୟିତ୍ୱ। ଏହାସତ୍ତ୍ୱେ ସେ କିଛି କହୁନାହାଁନ୍ତି। ଦୀର୍ଘ ଦିନ ଧରି ଆମ ଦେଶ ସାମ୍ନା କରିଥିବା ଏହା ହେଉଛି ଏକ ଗୁରୁତର ସଙ୍କଟ, ଯେଉଁଥିରେ ଜୀବନ ଓ ସମ୍ପତ୍ତି ନଷ୍ଟ ହୋଇଯାଇଛି। ୧୪୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ଏହି ଭୟଙ୍କର ହିଂସାରେ ୫୦,୦୦୦ରୁ ଅଧିକ ଲୋକ ଘର ହରାଇଛନ୍ତି। ମିଜୋରାମରେ ମଧ୍ୟ ଏହିପରି ଘଟଣା ଘଟୁଛି । ଲୋକମାନେ ଉତ୍ତର ପୂର୍ବ ଛାଡି ପଳାୟନ କରୁଛନ୍ତି ବୋଲି ଥରୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri