Posted inଜାତୀୟ

ପ୍ରତ୍ୟେକ ଗଣତନ୍ତ୍ରରେ ପ୍ରଧାନମନ୍ତ୍ରୀ ଉତ୍ତରଦାୟୀ: ଶଶି ଥରୁର

ନୂଆଦିଲ୍ଲୀ,୨୫।୭: ଦେଶର ଉତ୍ତର ପୂର୍ବ ରାଜ୍ୟ ମଣିପୁରରେ ଅଢେଇ ମାସରୁ ଅଧିକ ସମୟ ଧରି ହିଂସା ଚାଲିଛି। ଅନ୍ୟପକ୍ଷରେ ମଣିପୁର ଉପରେ କେନ୍ଦ୍ର ସରକାର ବିତର୍କ ନ କରିବାକୁ ନେଇ ସଂସଦରେ ହଙ୍ଗାମା ଦେଖାଦେଇଛି। ଏସବୁ ଭିତରେ କଂଗ୍ରେସ ନେତା ଶଶି ଥରୁର ଭାଜପା ସରକାର ଏବଂ ପ୍ରଧାନମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି।
ଶଶି ଥରୁର କହିଛନ୍ତି ଯେ, ସଂସଦୀୟ ବ୍ୟବସ୍ଥା ଥିବା ପ୍ରତ୍ୟେକ ଦେଶରେ ପ୍ରଧାନମନ୍ତ୍ରୀ ସଂସଦରେ ଉତ୍ତରଦାୟୀ। ସଂସଦର ସଦସ୍ୟମାନେ ଏହି ହିଂସା ଏବଂ ସେଠାରେ ସରକାରଙ୍କ କାର୍ଯ୍ୟାନୁଷ୍ଠାନ ଉପରେ ଜନସାଧାରଣଙ୍କୁ ଜଣାଇବା ଉଚିତ୍‌। ଏପର୍ଯ୍ୟନ୍ତ ମଣିପୁର ସରକାରଙ୍କୁ କାହିଁକି ବରଖାସ୍ତ କରାଯାଇନାହିଁ ତାହା ମଧ୍ୟ ସରକାର ସଂସଦକୁ କହିବା ଆବଶ୍ୟକ।
ଥରୁର ଆହୁରି ମଧ୍ୟ କହିଛନ୍ତି ଯେ, ମୁଁ ଜାଣେ ଯେ ପ୍ରଧାନମନ୍ତ୍ରୀ ଜଣେ ବହୁତ ଭଲ ବକ୍ତା। ସେ ପ୍ରତ୍ୟେକ ପ୍ଲାଟଫର୍ମରେ କହିବାର କୌଣସି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ତେବେ ସେ ମଣିପୁର ହିଂସା ସଂପର୍କରେ ସଂସଦରେ କହିବା ତାଙ୍କ ଦାୟିତ୍ୱ। ଏହାସତ୍ତ୍ୱେ ସେ କିଛି କହୁନାହାଁନ୍ତି। ଦୀର୍ଘ ଦିନ ଧରି ଆମ ଦେଶ ସାମ୍ନା କରିଥିବା ଏହା ହେଉଛି ଏକ ଗୁରୁତର ସଙ୍କଟ, ଯେଉଁଥିରେ ଜୀବନ ଓ ସମ୍ପତ୍ତି ନଷ୍ଟ ହୋଇଯାଇଛି। ୧୪୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ଏହି ଭୟଙ୍କର ହିଂସାରେ ୫୦,୦୦୦ରୁ ଅଧିକ ଲୋକ ଘର ହରାଇଛନ୍ତି। ମିଜୋରାମରେ ମଧ୍ୟ ଏହିପରି ଘଟଣା ଘଟୁଛି । ଲୋକମାନେ ଉତ୍ତର ପୂର୍ବ ଛାଡି ପଳାୟନ କରୁଛନ୍ତି ବୋଲି ଥରୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

୩୧ ଦିନ ପରେ ଉଦୟ ହେଲେ ବୁଧ: ବୃଷ ସମେତ ୫ ରାଶିଙ୍କ ଉପରେ ଧନବର୍ଷା! ଘର-ଗାଡ଼ି କିଣିବାର ରହିଛି ଯୋଗ

ଭୁବନେଶ୍ୱର: ୩୧ ଦିନ ଅସ୍ତ ରହିବା ପରେ ୨୦୨୬ ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟା ୬ଟା ୫୫ ମିନିଟରେ ଉଦୟ ହୋଇଛନ୍ତି ବୁଧ। ଜ୍ୟୋତିଷାଚାର୍ଯ୍ୟଙ୍କ ମତରେ, ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?