Posted inଜାତୀୟ

ନୂଆ ମନ୍ତ୍ରିମଣ୍ଡଳର ପ୍ରଥମ ବୈଠକରେ କୋଭିଡ୍‌ ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ, ୮।୭: କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିଲା ପ୍ରଥମ ବୈଠକ। ଏଥିରେ କୋଭିଡ୍‌ ପ୍ୟାକେଜ୍‌ ଘୋଷଣା କରାଯିବା ସମେତ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମହାମାରୀ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ଲାଗି ୨୩,୧୨୩ କୋଟି ଟଙ୍କାର କୋଭିଡ୍‌ ପାଣ୍ଠି ଘୋଷଣା କରାଯାଇଛି।
କ୍ୟାବିନେଟ ବୈଠକ ପରେ ଗଣମାଧ୍ୟମକୁ ସମ୍ବୋଧିତ କରି ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ କହିଛନ୍ତି, ଉକ୍ତ ପ୍ୟାକେଜ୍‌ ୨୦୨୨ ମାର୍ଚ୍ଚ ପର୍ଯ୍ୟନ୍ତ ଆଗାମୀ ୯ ମାସ ମଧ୍ୟରେ କାର୍ଯ୍ୟକାରୀ କରାଯିବ। ଏହା କେନ୍ଦ୍ର ସରକାରଙ୍କର ଦ୍ୱିତୀୟ ପର୍ଯ୍ୟାୟ କୋଭିଡ୍‌ ପ୍ୟାକେଜ୍‌। ପୂର୍ବରୁ ଦେଶରେ କୋଭିଡ୍‌ ହସ୍ପିଟାଲ ଓ ସ୍ବାସ୍ଥ୍ୟକେନ୍ଦ୍ର ଲାଗି ୧୫,୦୦୦ କୋଟି ଟଙ୍କା ଦିଆଯାଇଥିଲା। ନୂଆ ପ୍ୟାକେଜ୍‌ରେ କେନ୍ଦ୍ର ସରକାର ୧୫,୦୦୦ କୋଟି ଏବଂ ରାଜ୍ୟ ସରକାର ୮୦୦୦ କୋଟି ଟଙ୍କା ଯୋଗାଇଦେବେ। ସ୍ବାସ୍ଥ୍ୟସେବା ଭିତ୍ତିଭୂମି, ପ୍ରାଥମିକ ତଥା ଜିଲା ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ବିକାଶ ଲାଗି ଏହି ଯୋଜନା ମିଳିତ ଭାବେ ଦେଶର ସମସ୍ତ ୭୩୬ଟି ଜିଲାରେ କାର୍ଯ୍ୟକାରୀ କରାଯିବ। ଏହାଦ୍ୱାରା ପ୍ରାୟ ୨.୪ ଲକ୍ଷ ସାଧାରଣ ମେଡିକାଲ ବେଡ୍‌ ଏବଂ ୨୦,୦୦୦ ଆଇସିୟୁ ବେଡ୍‌ ସୃଷ୍ଟି କରାଯିବ। ସେଥିରୁ ୨୦ ପ୍ରତିଶତ ବେଡ୍‌ ସ୍ବତନ୍ତ୍ର ଭାବେ ଶିଶୁମାନଙ୍କ ପାଇଁ ଉଦ୍ଦିଷ୍ଟ ରହିବ ବୋଲି ମନ୍ତ୍ରୀ ମାଣ୍ଡଭିୟ ସୂଚନା ଦେଇଛନ୍ତି।

ସ୍ବାସ୍ଥ୍ୟସେବା ବ୍ୟତୀତ କ୍ୟାବିନେଟ ବୈଠକରେ କୃଷି ସେକ୍ଟର ସମ୍ପର୍କରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କୃଷି ଉତ୍ପାଦନ ବିପଣନ କମିଟି (ଏପିଏମ୍‌ସି) ମଣ୍ଡିଗୁଡ଼ିକ ୧ ଲକ୍ଷ କୋଟି ଟଙ୍କାର କୃଷି ଭିତ୍ତିଭୂମି ପାଣ୍ଠିରୁ ଆର୍ଥତ୍କ ସହାୟତା ପାଇବେ। ଏପିଏମ୍‌ସି ପାଇଁ ୧ ଲକ୍ଷ କୋଟି ଟଙ୍କାର ପାଣ୍ଠିକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି। ଏହା ନିୟନ୍ତ୍ରିତ ବଜାର ସାମର୍ଥ୍ୟ ବୃଦ୍ଧିରେ ସହାୟକ ହେବା ସହ ଚାଷୀମାନଙ୍କୁ ଉନ୍ନତ ସୁବିଧା ଯୋଗାଇ ଦିଆଯିବ। ସେହିପରି ନଡ଼ିଆ ବୋର୍ଡ ପୁନର୍ଗଠନ ପାଇଁ ବୈଠକରେ ଘୋଷଣା କରାଯାଇଛି। ନୂଆ କୃଷି ଆଇନ ଯୋଗୁ ମଣ୍ଡି ବ୍ୟବସ୍ଥା ଉଚ୍ଛେଦ ହେବ ନାହିଁ ବୋଲି କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି। କୃଷି ଆଇନ କାର୍ଯ୍ୟକାରୀ ହେବା ପରେ ଏପିଏମ୍‌ସି କେନ୍ଦ୍ର ସରକାରଙ୍କ ଭିତ୍ତିଭୂମି ପାଣ୍ଠିରୁ କୋଟି କୋଟି ଟଙ୍କା ପାଇବ, ଯାହା କୃଷକମାନଙ୍କ ଆର୍ଥତ୍କ ସ୍ଥିତିକୁ ସୁଦୃଢ଼ କରିବ ବୋଲି ତୋମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?