୫ ବର୍ଷରେ ୪୦୬ ହାତୀ ମୃତ

ଭୁବନେଶ୍ୱର, ୮।୧୨(ବ୍ୟୁରୋ): ରାଜ୍ୟରେ ବର୍ଷକୁ ପ୍ରାୟ ୮୧ଟି ହାତୀଙ୍କର ମୃତ୍ୟୁ ଘଟୁଥିବା ଜଣାପଡ଼ିଛି। ୨୦୧୬-୧୭ରୁ ଗତ ୫ବର୍ଷ ମଧ୍ୟରେ ରାଜ୍ୟରେ ୪୦୬ ହାତୀଙ୍କର ମୃତ୍ୟୁ ଘଟିଥିବା ଜଙ୍ଗଲ, ପରିବେଶ ଓ ଜଳବାୟୂ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି। ମଙ୍ଗଳବାର ବିଧାନସଭାରେ ବିଧାୟକ ସୁରେଶ ରାଉତରାୟଙ୍କ ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ ତଥ୍ୟାନୁସାରେ, ରାଜ୍ୟରେ ଗତ ୫ବର୍ଷ ଅର୍ଥାତ୍‌ ୨୦୧୬-୧୭ ମସିହାରୁ ୨୦୨୦-୨୧ ମଧ୍ୟରେ ୪୦୬ ହାତୀଙ୍କର ଜୀବନ ଯାଇଛି। ସେଥିମଧ୍ୟରୁ କେବଳ ଦୁର୍ଘଟଣାରେ ୧୬୨ଟି ହାତୀ ପ୍ରାଣ ହରାଇଛନ୍ତି। ଟ୍ରେନ୍‌ ଧକ୍କାରେ ୧୪, ରାସ୍ତା ଦୁର୍ଘଟଣାରେ ୪, ବିଦ୍ୟୁତ ଆଘାତରେ ୫୪ ଏବଂ ଅନ୍ୟାନ୍ୟ କାରଣରୁ ୯୦ ହାତୀଙ୍କର ଜୀବନ ଯାଇଛି। ୨୦୧୮-୧୯ରେ ସର୍ବାଧିକ ୯୩ ହାତୀଙ୍କ ମୃତ୍ୟୁ ଘଟିଥିବାବେଳେ ୨୦୧୯-୨୦ରେ ୮୨, ୨୦୨୦-୨୧ ଅଗଷ୍ଟ ୩୦ ପର୍ଯ୍ୟନ୍ତ ୩୦ ହାତୀଙ୍କର ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଶିକାରୀମାନେ ଏହି ୫ ବର୍ଷରେ ୧୧ଟି ହାତୀଙ୍କୁ ମାରିଛନ୍ତି ବୋଲି ମନ୍ତ୍ରୀ ଆରୁଖ କହିଛନ୍ତି। ସୂଚନାଯୋଗ୍ୟ, ୨୦୧୭ ହାତୀ ଗଣନା ରିପୋର୍ଟ ଅନୁସାରେ, ରାଜ୍ୟରେ ୧,୯୭୬ ହାତୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri