୫ ବର୍ଷରେ ଗାଁରେ ୨୬ ଲକ୍ଷ ୮୪ ହଜାର ପକ୍କାଘର

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ଗ୍ରାମୀଣ ଗୃହ ନିର୍ମାଣ ଯୋଜନାର ସଫଳ ରୂପାୟନରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟରେ ପରିଣତ ହୋଇଛି। ୨୦୧୪-୧୫ରୁ ୨୦୨୦ ମଧ୍ୟରେ ରାଜ୍ୟରେ ୨୬ ଲକ୍ଷ ୮୪ ହଜାର ୮୧୮ ପକ୍କାଘର ନିର୍ମାଣ ହୋଇଛି।
ପ୍ରଧାନମନ୍ତ୍ରୀ ଆବାସ(ଗ୍ରାମୀଣ) ଯୋଜନା (ପିଏମ୍‌ଏଓ୍ବାଇ-ଜି)ରେ ୨୦୧୬-୧୭ରୁ ଏ ପର୍ଯ୍ୟନ୍ତ ରାଜ୍ୟକୁ ମୋଟ ୧୮ ହଜାର ୮୩୭ କୋଟି ମିଳିଛି। ସେଥିରେ ୧୧ ହଜାର ୪୬୩ କୋଟି କେନ୍ଦ୍ରୀୟ ଅନୁଦାନ ଥିବା ବେଳେ ୭ ହଜାର ୩୧୫ କୋଟି ରାଜ୍ୟ ଅଂଶଧନ ରହିଛି। ସମୁଦାୟ ଅର୍ଥରୁ ଏପର୍ଯ୍ୟନ୍ତ ପକ୍କାଘର ନିର୍ମାଣ କରିବାରେ ରାଜ୍ୟ ସରକାର ୧୭ ହଜାର ୩୧୫ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି।
ଗୃହ ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ରାଜ୍ୟ ସରକାର ବିଜୁ ପକ୍କାଘର ଯୋଜନାରୁ ପ୍ରୋତ୍ସାହନ ରାଶି ପ୍ରଦାନ କରୁଛନ୍ତି। ୪ ମାସରେ ଗୃହ ନିର୍ମାଣ ଶେଷ କରିଥିବା ବ୍ୟକ୍ତିଙ୍କୁ ୨୦ ହଜାର, ୬ ମାସରେ ଶେଷ କରିଥିବା ବ୍ୟକ୍ତିଙ୍କୁ ୧୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଯୋଗାଇ ଦେଉଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟର ୫ ଲକ୍ଷ ୯୧ ହଜାର ହିତାଧିକାରୀଙ୍କୁ ମୋଟ ୮୨୮ କୋଟି ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି। ଚଳିତ ବର୍ଷ କରୋନା ମହାମାରୀ ଭଳି କଠିନ ପରିସ୍ଥିତିରେ ମୋଟ ୧ ଲକ୍ଷ ୧୪ ହଜାର ୬୪୪ ପକ୍କାଘର ନିର୍ମାଣ କରାଯାଇଛି। ଚଳିତ ଆର୍ଥିକ ବର୍ଷରେ ଗୃହ ନିର୍ମାଣ କରୁଥିବା ହିତାଧିକାରୀଙ୍କୁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଦିନକୁ ୧ କୋଟି ୨ ଲକ୍ଷ ଶ୍ରମଦିବସ ପ୍ରଦାନ କରାଯାଇଛି। ଭୂମିହୀନ ପରିବାରଙ୍କୁ ଘରବାରି ଜାଗା ସହ ଗୃହ ମଞ୍ଜୁର କରିବା ଦିଗରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତିି। ୫୬ ହଜାର ୮୯୧ ଚିହ୍ନଟ ଭୂମିହୀନ ପରିବାର ମଧ୍ୟରୁ ୮ ହଜାର ୬୭ ଜଣଙ୍କୁ ଜାଗା ଓ ଗୃହ ମଞ୍ଜୁର କରାଯାଇଛି। ଅବଶିଷ୍ଟଙ୍କୁ ଉପଯୁକ୍ତ ଜାଗା ଯୋଗାଇ ଦେବାକୁ ପଦକ୍ଷେପ ନିଆଯାଉଛି ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri