Posted inଜାତୀୟ

୭ ବର୍ଷରେ ୮୦୦ ଯବାନ କରିଛନ୍ତି ଆତ୍ମହତ୍ୟା

ନୂଆଦିଲ୍ଲୀ,୨୩।୩: ଗତ ୭ ବର୍ଷ ମଧ୍ୟରେ ଭାରତୀୟ ସେନାର ୮୦୦ ଯବାନ ଆତ୍ମହତ୍ୟା କରିଛନ୍ତି। ୨୦୧୪ଠାରୁ ବର୍ତ୍ତମାନ ସୁଦ୍ଧା ସ୍ଥଳସେନା, ବାୟୁସେନା ଏବଂ ନୌସେନାର ଯବାନଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବୃତ୍ତି ବୃଦ୍ଧି ପାଉଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ରିପୋର୍ଟ ପ୍ରଦାନ କରାଯାଇଛି। ରାଜ୍ୟ ସଭାରେ ପ୍ରତିରକ୍ଷା ରାଷ୍ଟ୍ର ମନ୍ତ୍ରୀ ଶ୍ରୀପଦ ନାଇକ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଏସମ୍ପର୍କିତ ସୂଚନା ଦେଇଛନ୍ତି। ଭାରତୀୟ ସେନାର ୨୦ ଜଣ ଯବାନଙ୍କ ମୃତ୍ୟୁ ପରସ୍ପର ମଧ୍ୟରେ ଗଣ୍ଡଗୋଳ ଯୋଗୁ ହୋଇଛି। ସ୍ଥଳସେନାର ୫୯୧ ଯବାନ ଆତ୍ମହତ୍ୟା କରିଛନ୍ତି। ସେହିପରି ବାୟୁସେନାରେ ଏହି ସଂଖ୍ୟା ୧୬୦ ଏବଂ ନୌସେନାରେ ୩୬ ରହିଛି। ପ୍ରତିବର୍ଷ ହାରାହାରି ୧୦୦ ଜଣ ଯବାନ ଆତ୍ମହତ୍ୟା କରୁଥିବା ରିପୋର୍ଟରେ ଦର୍ଶାଯାଇଛି। ମାନସିକ ଚାପ ଯୋଗୁ ଏଭଳି ପ୍ରବୃତ୍ତି ସୃଷ୍ଟି ହେଉଛି। ଏଥି ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱାରୋପ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri