ଫ୍ରାନ୍ସରେ ୨୫ ଲୋକଙ୍କ ଶ୍ରବଣ ଶକ୍ତି କମୁଛି…

ପ୍ୟାରିସ, ୨୨।୬ : ଆଜିକାଲି, ଅଟୋ, ବସ କିମ୍ବା ମେଟ୍ରୋରେ ହେଉ, ଅନ୍ୟ ପ୍ରତ୍ୟେକ ବ୍ୟକ୍ତି ତାଙ୍କ କାନରେ ଇୟରଫୋନ ବ୍ୟବହାର କରୁଥିବାର ଦେଖିବାକୁ ମିଳୁଛି। ତେବେ ଗବେଷକମାନେ କହିଛନ୍ତି ଯେ ଏହା ସ୍ବାସ୍ଥ୍ୟ ପାଇଁ ବିପଜ୍ଜନକ ହୋଇପାରେ। ଫ୍ରାନ୍ସରେ ଏନେଇ ଏକ ଅଧ୍ୟୟନ କରାଯାଇଛି।

ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ହେଲ୍ଥ ଆଣ୍ଡ ମେଡିକାଲ ଇନଷ୍ଟିଚ୍ୟୁଟ ଦ୍ୱାରା କରାଯାଇଥିବା ଅନୁସନ୍ଧାନରୁ ଜଣାପଡିଛି ଯେ ଫ୍ରାନ୍ସର ଚାରି ଜଣଙ୍କ ମଧ୍ୟରୁ ଜଣେ ଲୋକ ଶୁଣିବାରେ ଅସୁବିଧା ଭୋଗୁଛନ୍ତି। ସେଠାରେ ଥିବା ଜନସଂଖ୍ୟାର ୨୫ ପ୍ରତିଶତ ଲୋକଙ୍କର ଏପରି ସମସ୍ୟା ରହିଛି। ଅର୍ଥାତ୍‌ ସେମାନେ ଧୀରେ ଧୀରେ ଶ୍ରବଣ ଶକ୍ତି ହରାଉଛନ୍ତି। ଗବେଷଣାରେ ୧୮ ରୁ ୭୫ ବର୍ଷ ବୟସ୍କ ୧୮୬,୪୬୦ ଜଣଙ୍କୁ ଅନ୍ତର୍ଭୁକ୍ତ କରାଯାଇଥିଲା।ଫ୍ରାନ୍ସରେ କେବଳ ୩୭ ପ୍ରତିଶତ ଲୋକ ଶ୍ରବଣ ଉପକରଣ ବ୍ୟବହାର କରନ୍ତି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅନୁଯାୟୀ, ୨୦୫୦ ସୁଦ୍ଧା ପୃଥିବୀର ୨୫୦ କୋଟି ଲୋକ ଶ୍ରବଣ ସମସ୍ୟା ଭୋଗିବାର ଆଶଙ୍କା ରହିଛି।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅନୁଯାୟୀ, ସମ୍ପ୍ରତି ବିଶ୍ୱର ୧୫୦ କୋଟି ଲୋକ ଶ୍ରବଣ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହା ଏକ ସ୍ବାସ୍ଥ୍ୟ ସମସ୍ୟା ଭାବରେ ଦେଖାଯାଉଛି। ଡାକ୍ତରଙ୍କ କହିବାନୁସାରେ, ଇୟରଫୋନର ଅତ୍ୟଧିକ ବ୍ୟବହାର ଦ୍ୱାରା ମୁଣ୍ଡ ବୁଲାଇବା, ନିଦ୍ରାହୀନତା, ମୁଣ୍ଡବିନ୍ଧା ଏବଂ କାନ ଯନ୍ତ୍ରଣା ଇତ୍ୟାଦି ଲକ୍ଷଣ ହୋଇପାରେ। ମନୁଷ୍ୟ କାନର ଶ୍ରବଣ କ୍ଷମତା କେବଳ ୯୦ ଡେସିବଲ। ଯାହା ଧୀରେ ଧୀରେ ୪୦ରୁ ୫୦ ଡେସିବଲକୁ କମିଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri