କୋଭିଡ୍‌ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ନବନିଯୁକ୍ତ ୭୮୬ ଡାକ୍ତରଙ୍କ ସହ ଭିଡିଓ କନ୍‌ଫରେନ୍ସରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ଗତ କିଛିବର୍ଷ ଭିତରେ ବହୁ ସଂଖ୍ୟାରେ ସ୍ବାସ୍ଥ୍ୟ କର୍ମୀ ନିଯୁକ୍ତି ଦିଆଯାଇଛି। କରୋନା ମହାମାରୀ ବେଳେ ଡାକ୍ତରମାନଙ୍କ ଭୂମିକାକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସମାଜରେ ଡାକ୍ତରଙ୍କର ସ୍ବତନ୍ତ୍ର ସମ୍ମାନ ରହିଛି। ଜନ୍ମ ଓ ମୃତ୍ୟୁ ସମୟରେ ଲୋକେ ଡାକ୍ତରଙ୍କୁ ଭଗବାନ ମନେକରନ୍ତି। ଗତ ଦେଢ଼ବର୍ଷ ହେବ ଡାକ୍ତରମାନେ ଆଗ ଧାଡ଼ିର କରୋନା ଯୋଦ୍ଧା ଭାବେ କାର୍ଯ୍ୟ କରୁଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଡାକ୍ତର ଗୋଷ୍ଠୀଙ୍କୁ ପ୍ରଶଂସା କରିଛନ୍ତି। ଜନସାଧାରଣଙ୍କ ସେବାକୁ ବାଛିଥିବାରୁ ନବନିଯୁକ୍ତ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ସ୍ବାଗତ କରିଛନ୍ତି। ଦୀର୍ଘ ବର୍ଷ କଠିନ ପରିଶ୍ରମ ବଳରେ ଡାକ୍ତର ହେବାର ସୌଭାଗ୍ୟ ଅର୍ଜନ କରିଥିବାରୁ ପରିବାର ଗର୍ବ ଅନୁଭବ କରୁଥିବେ। ଡାକ୍ତର ଗୋଷ୍ଠୀଙ୍କୁ ରୋଲ୍‌ ମଡେଲ ବୋଲି କହିବା ସହ ଆଗାମୀ ଦିନରେ ସମସ୍ତ ପ୍ରକାର ସଫଳତା ହାସଲ ନେଇ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।
କରୋନା ମହାମାରୀ ସମଗ୍ର ବିଶ୍ୱ ସମେତ ଓଡ଼ିଶାରେ ଗୁରୁତର ପ୍ରଭାବ ପକାଇଛି। ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ଗଭୀର ଚାପ ପଡୁଛି। ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ଆମେ ଏହି ଲଢ଼େଇରେ ଅନେକ ଲୋକଙ୍କ ଜୀବନ ବଞ୍ଚାଇବାରେ ସଫଳ ହୋଇପାରିଛୁ। ଯଦିଓ କୋଭିଡ୍‌ ସଂକ୍ରମଣ ହ୍ରାସପାଉଛି ତଥାପି ଆମକୁ ସତର୍କ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କଠିନ ସମୟରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଯୋଗ ଦେଇଥିବାରୁ ନବନିଯୁକ୍ତ ଡାକ୍ତରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ନବନିଯୁକ୍ତ ଡାକ୍ତରମାନଙ୍କ ସହ ଆଲୋଚନା ବେଳେ ୫-ଟି ବ୍ୟବସ୍ଥାକୁ ନିଜ ସେବାରେ ବାଧ୍ୟତାମୂଳକ ଭାବେ ପାଳନ କରି ଗରିବ ଲୋକଙ୍କ ସେବାରେ ନିଜକୁ ଉତ୍ସର୍ଗ କରିବାକୁ ପରାମର୍ଶ ଦେଇଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri