କୋଭିଡ୍‌ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ନବନିଯୁକ୍ତ ୭୮୬ ଡାକ୍ତରଙ୍କ ସହ ଭିଡିଓ କନ୍‌ଫରେନ୍ସରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ଗତ କିଛିବର୍ଷ ଭିତରେ ବହୁ ସଂଖ୍ୟାରେ ସ୍ବାସ୍ଥ୍ୟ କର୍ମୀ ନିଯୁକ୍ତି ଦିଆଯାଇଛି। କରୋନା ମହାମାରୀ ବେଳେ ଡାକ୍ତରମାନଙ୍କ ଭୂମିକାକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସମାଜରେ ଡାକ୍ତରଙ୍କର ସ୍ବତନ୍ତ୍ର ସମ୍ମାନ ରହିଛି। ଜନ୍ମ ଓ ମୃତ୍ୟୁ ସମୟରେ ଲୋକେ ଡାକ୍ତରଙ୍କୁ ଭଗବାନ ମନେକରନ୍ତି। ଗତ ଦେଢ଼ବର୍ଷ ହେବ ଡାକ୍ତରମାନେ ଆଗ ଧାଡ଼ିର କରୋନା ଯୋଦ୍ଧା ଭାବେ କାର୍ଯ୍ୟ କରୁଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଡାକ୍ତର ଗୋଷ୍ଠୀଙ୍କୁ ପ୍ରଶଂସା କରିଛନ୍ତି। ଜନସାଧାରଣଙ୍କ ସେବାକୁ ବାଛିଥିବାରୁ ନବନିଯୁକ୍ତ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ସ୍ବାଗତ କରିଛନ୍ତି। ଦୀର୍ଘ ବର୍ଷ କଠିନ ପରିଶ୍ରମ ବଳରେ ଡାକ୍ତର ହେବାର ସୌଭାଗ୍ୟ ଅର୍ଜନ କରିଥିବାରୁ ପରିବାର ଗର୍ବ ଅନୁଭବ କରୁଥିବେ। ଡାକ୍ତର ଗୋଷ୍ଠୀଙ୍କୁ ରୋଲ୍‌ ମଡେଲ ବୋଲି କହିବା ସହ ଆଗାମୀ ଦିନରେ ସମସ୍ତ ପ୍ରକାର ସଫଳତା ହାସଲ ନେଇ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।
କରୋନା ମହାମାରୀ ସମଗ୍ର ବିଶ୍ୱ ସମେତ ଓଡ଼ିଶାରେ ଗୁରୁତର ପ୍ରଭାବ ପକାଇଛି। ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ଗଭୀର ଚାପ ପଡୁଛି। ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ଆମେ ଏହି ଲଢ଼େଇରେ ଅନେକ ଲୋକଙ୍କ ଜୀବନ ବଞ୍ଚାଇବାରେ ସଫଳ ହୋଇପାରିଛୁ। ଯଦିଓ କୋଭିଡ୍‌ ସଂକ୍ରମଣ ହ୍ରାସପାଉଛି ତଥାପି ଆମକୁ ସତର୍କ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କଠିନ ସମୟରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଯୋଗ ଦେଇଥିବାରୁ ନବନିଯୁକ୍ତ ଡାକ୍ତରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ନବନିଯୁକ୍ତ ଡାକ୍ତରମାନଙ୍କ ସହ ଆଲୋଚନା ବେଳେ ୫-ଟି ବ୍ୟବସ୍ଥାକୁ ନିଜ ସେବାରେ ବାଧ୍ୟତାମୂଳକ ଭାବେ ପାଳନ କରି ଗରିବ ଲୋକଙ୍କ ସେବାରେ ନିଜକୁ ଉତ୍ସର୍ଗ କରିବାକୁ ପରାମର୍ଶ ଦେଇଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri