ଧୋନୀଙ୍କ ସାମ୍ନାରେ ୧୭୦ ରନ୍‌ ଟାର୍ଗେଟ୍‌ ରଖିଲେ ବିରାଟ

ଦୁବାଇ, ୧୦।୧୦: ଚଳିତ ଆଇପିଏଲ୍‌ ୨୫ତମ ମୁକାବିଲାରେ ଶନିବାର ସନ୍ଧ୍ୟାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଓ ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଯାଇଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ବାଙ୍ଗାଲୋର ଦଳ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ୍‌ ହରାଇ ୧୬୯ ରନ୍‌ ସଂଗ୍ରହ କରିଛି। ଫଳରେ ମହେନ୍ଦ୍ର ସିଂ ଧୋନୀଙ୍କ ଦଳ ଚେନ୍ନାଇ ସାମ୍ନାରେ ୧୭୦ ରନ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ବାଙ୍ଗାଲୋର ପକ୍ଷରୁ ଅଧିନାୟକ କୋହଲି ସର୍ବାଧିକ ୯୦ ରନ (୫୨ ବଲ) କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓପନର୍‌ ଦେବୀଦତ୍ତ ପଡିକ୍କଲ ୩୩ ଓ ଶିଭମ ଦୁବେ ୨୨ ରନ କରିଥିଲେ। ତେବେ ଦଳର ଦୁଇ ଷ୍ଟାର୍‌ ବ୍ୟାଟ୍ସମ୍ୟାନ ଆରୋନ ଫିଞ୍ଚ୍‌ (୨) ଓ ଏବି ଡି ଭିଲର୍ସ (୦) ନିରାଶ କରିଥିଲେ। ସଫଳ ବୋଲର ଭାବେ ଚେନ୍ନାଇ ପକ୍ଷରୁ ଶାର୍ଦ୍ଦୁଳ ଠାକୁର ୨ଟି ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?