ଥାନା ଫାଟକ ସମ୍ମୁଖରେ ପରିବାର ଲୋକଙ୍କ ଧାରଣା

ପଟ୍ଟାଙ୍ଗି,୨୯ା୧୦(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ଥାନା ଅନ୍ତର୍ଗତ ସୋରିଷପଦର ପଞ୍ଚାୟତ ସମିତିସଭ୍ୟାଙ୍କ ସ୍ବାମୀ ଭଗବାନ ଚେଟ୍ଟୀଙ୍କ ମୃତ୍ୟୁ ଘଟଣାରେ ପରିବାର ସଦସ୍ୟ, ସମ୍ପର୍କୀୟ ଏବଂ ଗ୍ରାମବାସୀ ଅଭିଯୁକ୍ତମାନଙ୍କ ଗିରଫ ଦାବି କରି ଥାନା ଫାଟକ ସମ୍ମୁଖରେ ମୃତଦେହ ରଖି ଶୁକ୍ରବାର ପ୍ରତିବାଦ ଜଣାଇଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାରେ ତଦନ୍ତ ପ୍ରକ୍ରିୟାରେ କୌଣସି ଠୋସ୍‌ ପ୍ରମାଣ ମିଳି ନ ଥିବା ହେତୁ ଅଭିଯୁକ୍ତମାନଙ୍କୁ ଗିରଫ କରିବାରେ ସମସ୍ୟା ଉପୁଜୁଥିବା ପୋଲିସ ପ୍ରକାଶ କରିଛି। ତେବେ ଭଗବାନଙ୍କ ସହ ହୋଇଥିବା ଗଣ୍ଡଗୋଳ ସମ୍ପର୍କରେ ପରିବାର ଲୋକେ ପୋଲିସ ନିକଟରେ କରିଥିବା ଅଭିଯୋଗରେ ଅଭିଯୁକ୍ତମାନଙ୍କ ନାମ ଉଲ୍ଲେଖ କରିଥିଲେ ମଧ୍ୟ ଏଥିପ୍ରତି ପୋଲିସ ଗୁରୁତ୍ୱ ଦେଉ ନ ଥିବା ଯୋଗୁ ଅଭିଯୁକ୍ତମାନେ ନିରାପଦରେ ବାହାରେ ବୁଲୁଛନ୍ତି। ଶୁକ୍ରବାର କଟକ ଏସ୍‌ସିବିରୁ ସମିତିସଭ୍ୟାଙ୍କ ସ୍ବାମୀ ଭଗବାନଙ୍କ ମୃତଦେହ ପଟ୍ଟାଙ୍ଗୀରେ ପହଞ୍ଚତ୍ବା ପରେ ପରିବାର ଓ ସମ୍ପର୍କୀୟମାନେ ମୃତଦେହ ଥାନା ସମ୍ମୁଖରେ ରଖି ପୋଲିସ ନିଷ୍କ୍ରିୟତାର ପ୍ରତିବାଦ କରି ଧାରଣା ଦେଇଥିଲେ। ଘଟଣା ସମ୍ପର୍କରେ ଖବର ପାଇ ସୁନାବେଡ଼ା ଏସ୍‌ଡିପିଓ ମନୋଜ ବେହେରା ପହଞ୍ଚତ୍ ପରିବାର ସଦସ୍ୟ ଓ ସମ୍ପର୍କୀୟମାନଙ୍କୁ ସେମିଳିଗୁଡ଼ା ବ୍ଲକ ଅଧ୍ୟକ୍ଷା ଲିଲି ଅଣ୍ଟାବିରିଆଙ୍କ ଉପସ୍ଥିତିରେ ଦୀର୍ଘ ସମୟ ଧରି ବୁଝାଶୁଝା କରିଥିଲେ। ମାତ୍ର ପରିବାର ଲୋକେ ନିଜ ଦାବିରୁ ଓହରି ନ ଥିଲେ। ଶେଷରେ କୋରାପୁଟ ବିଧାୟକ ରଘୁରାମ ପଡାଲ ଏବଂ ପଟ୍ଟାଙ୍ଗୀ ବିଧାୟକ ପିତମ ପାଢ଼ୀ ଧାରଣାସ୍ଥଳରେ ପହଞ୍ଚତ୍ ସେମାନଙ୍କୁ ବୁଝାଶୁଝା କରିଥିଲେ। ଭଗବାନଙ୍କ ଦୁଇ ପିଲାଙ୍କୁ ଏକ ଭଲ ସ୍କୁଲରେ ପାଠ ପଢିବା ପାଇଁ ସୁବିଧା କରିବା, ସମିତିସଭ୍ୟା ଟୁନିଙ୍କୁ ଏକ ସରକାରୀ ଚାକିରି କିପରି ମିଳିବ ସେନେଇ ବ୍ୟବସ୍ଥା କରାଯିବ ବୋଲି ଦୁଇ ବିଧାୟକ ପ୍ରତିଶ୍ରୁତି ଦେଇଥିଲେ। ଏଥିସହ ପଟ୍ଟାଙ୍ଗୀ ବିଧାୟକ ପାଢ଼ୀ ୫୦ ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ଦେବା ପରେ ଧାରଣାରତ ପରିବାର ସଦସ୍ୟ ଓ ସମ୍ପର୍କୀୟମାନେ ଧାରଣାରୁ ଓହରିଥିଲେ। ଦୋଷୀ କିପରି ତଦନ୍ତ ପରିସରଭୁକ୍ତ ହେବ ଏବଂ ଦଣ୍ଡ ପାଇବ ସେଥିପ୍ରତି ପଦକ୍ଷେପ ନେବାକୁ ପୋଲିସକୁ ଉଭୟେ ପରାମର୍ଶ ଦେଇଥିଲେ। ଏହି ଅବସରରେ ଭଗବାନଙ୍କ ପରିବାରବର୍ଗଙ୍କୁ ରେଡ୍‌କ୍ରସ୍‌ରୁ ୧୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ସୂଚନାଯୋଗ୍ୟ, ସମିତିସଭ୍ୟା ଟୁନିଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ସୋରିଷପଦର ପଞ୍ଚାୟତ ସରପଞ୍ଚ ଜେଟୁ ହନ୍ତାଳ ଓ ନାଏବ ସରପଞ୍ଚଙ୍କ ସ୍ବାମୀ ଜାକବ ଗରଡ଼ାଙ୍କୁ ଅଟକ ରଖିଛି। ଘଟଣାରେ ସମ୍ପୃକ୍ତ ଅନ୍ୟ ୫ ଜଣଙ୍କୁ ତଦନ୍ତ ପରିସରକୁ ନେବାପାଇଁ ପୋଲିସ ଉଦ୍ୟମ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri