ଶ୍ରୀମନ୍ଦିର ସମ୍ମୁଖରେ ହେବନି ବଡ଼ବଡ଼ୁଆ ଡାକ

ପୁରୀ ଅଫିସ,୨୫।୧୦: ପବିତ୍ର ଦୀପାବଳି ଅମାବାସ୍ୟାରେ ଶ୍ରଦ୍ଧାଳୁମାନେ ସିଂହଦ୍ୱାର ସମ୍ମୁଖରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ବଡ଼ବଡ଼ୁଆ ଡାକିଥାନ୍ତି। ଏଥିପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଭକ୍ତମାନେ ଶ୍ରୀକ୍ଷେତ୍ର ଆସିଥାନ୍ତି। ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସିଂହଦ୍ୱାର ସମ୍ମୁଖରେ ଏହି ଦୃଶ୍ୟ ଦେଖିବାକୁ ମିଳିଥାଏ। ହେଲେ ଏଥର ସିଂହଦ୍ୱାର ସମ୍ମୁଖରେ କାଉଁରିଆ କାଠି ଜାଳି ବଡ଼ ବଡ଼ୁଆ ଡାକି ହେବନି। ଏମାର ମଠର ଉଚ୍ଛେଦ ସ୍ଥଳରେ ବଡ଼ବଡ଼ୁଆ ଡାକ କରାଯିବ ବୋଲି ଜଣାପଡ଼ିଛି। ଏଥିପାଇଁ ଶନିବାର ଉପଜିଲାପାଳ ଭବତାରଣ ସାହୁ, ସିଟି ଡିଏସ୍‌ପି କ୍ଷୀରସାଗର ନାୟକ, ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ (ଶ୍ରୀମନ୍ଦିର) କୌଶିକ ନାୟକ ପ୍ରମୁଖ ଏମାର ମଠ ପାର୍ଶ୍ୱରେ ଥିବା ଫାଙ୍କା ଜାଗା ବୁଲି ଦେଖିଥିଲେ। ଏସମ୍ପର୍କରେ ଉପଜିଲାପାଳ ସାହୁ କହିଛନ୍ତି, ସିଂହଦ୍ୱାର ସମ୍ମୁଖରେ ସୌନ୍ଦର୍ଯ୍ୟକରଣ ପାଇଁ ବିଭିନ୍ନ ପ୍ରକାର ଗଛ ଲଗାଯାଇଛି। ଶ୍ରଦ୍ଧାଳୁମାନେ କାଉଁରିଆ କାଠି ଜାଳିଲେ ଏହାର ଉତ୍ତାପ ଗଛ ଉପରେ ପଡ଼ିବା ସମ୍ଭାବନା ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ସିଂହଦ୍ୱାର ନିକଟ ଏମାର ମଠ ପାର୍ଶ୍ୱରେ ଥିବା ଫାଙ୍କା ଜାଗାରେ ବଡ଼ ବଡ଼ୁଆ ଡାକିବା ପାଇଁ ପ୍ରାଥମିକ ଭାବେ ଚିନ୍ତା କରାଯାଉଛି। କିନ୍ତୁ ଏନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ହୋଇନାହିଁ। ବିଭିନ୍ନ ଦିଗକୁ ଦୃଷ୍ଟିରେ ରଖି ଯାହା ଉଚିତ ହେବ ତାହା କରାଯିବ ବୋଲି ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…

ପୁରୀ,୧୨ା୭: ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ ନିକଟରେ ବୁଡ଼ିଯିବାବେଳେ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ…

ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଲିଣ୍ଡସେ ଗ୍ରାହାମଙ୍କ ମୃତ୍ୟୁ; ରୁଷୀୟ ତୈଳ କ୍ରୟ ଉପରେ ଭାରତକୁ ଦେଇଥିଲେ ଧମକ

ଓ୍ବାଶିଂଟନ,୧୨।୭: ଦକ୍ଷିଣ କାରୋଲିନାର ଦୀର୍ଘକାଳୀନ ରିପବ୍ଲିକାନ ସାଂସଦ ଆମେରିକାର ସେନେଟର ଲିଣ୍ଡସେ ଗ୍ରାହାମଙ୍କ ଦେହାନ୍ତ ହୋଇଛି। ତାଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜଣେ ଘନିଷ୍ଠ ସହଯୋଗୀ…

‘ତାଙ୍କ ସ୍ବର ସର୍ବଦା ବଞ୍ଚି ରହିବ…’: କିମ୍ବଦନ୍ତୀ ଗାୟିକା ଏସ. ଜାନକୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ପ୍ଲେବ୍ୟାକ ସିଙ୍ଗର ଏସ. ଜାନକୀ ଆମ୍ମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି, ତାଙ୍କ ବିୟୋଗକୁ ସଙ୍ଗୀତ ଏବଂ ସଂସ୍କୃତି ଜଗତ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ଉଦଳାରୁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା,୭।୧୨(ସନ୍ତୋଷ କୁମାର ବାଛିନ): ଉଦଳାରୁ ଆଜିଠାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ଉଦଳା ବସ…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri