ଜି.ଉଦୟଗିରିରେ ପାରଦ ୪୦ ଡିଗ୍ରୀ, ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୯ା୬(ଡି.ଏନ.ଏ.): ଜି.ଉଦୟଗିରିରେ ପାରଦ ଏବେ ୪୦ ଡିଗ୍ରୀ ପାର କରିଛି। ଫଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଜନ ଜୀବନ ଅସ୍ତବ୍ୟସ୍ତ ହେଉଥିବା ଦେଖିବାକୁ ମିଳିଛି। ଦିନକୁ ଦିନ ତାପମାତ୍ରା ବଢିବାରେ ଲାଗିଛି। ବୁଧବାର ତାପମାତ୍ରା ସର୍ବାଧିକ ୪୧ ଡିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ୨୫ ଡିଗ୍ରୀ ରହିଥିଲା। ଫଳରେ ଦିନ ୧୧ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଘରୁ ବାହାରିବା ମୁସ୍କିଲ ହେଉଥିବା ବେଳେ ବଜାର ଶୂନଶାନ ରହୁଥିବା ଦେଖିବାକୁ ମିଳିଛି। ଏହା ଚଳିତ ବର୍ଷ ସର୍ବାଧିକ ତାପମାତ୍ରା ହୋଇଥିବା ବେଳେ ଏମିତି ଖରା ଆମେ ଗତ ଦଶନ୍ଧି ମଧ୍ୟରେ ଦେଖିନାହୁଁ ବୋଲି କହିଛନ୍ତି ବରିଷ୍ଠ ନାଗରିକ ବିନୋଦ ବିହାରୀ ଦାଶ। ଅନାବଶ୍ୟକ ଭାବେ କଂକ୍ରିଟ ରାସ୍ତା ସହରରେ ବଢିବା ସହିତ ଜଙ୍ଗଲ ନଷ୍ଟ ଏହାର ପ୍ରମୁଖ କାରଣ ହୋଇଥିବା ବେଳେ ଏନ୍‌ଏସି କଂକ୍ରିଟ ରାସ୍ତା ନିର୍ମାଣ କରିବା ସମୟରେ ଏଥିପ୍ରତି ଦୃଷ୍ଟି ଦେବା ଆବଶ୍ୟକ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri