ଗଜପତିରେ କଂଗ୍ରେସଠାରୁ ପଛରେ ଭାଜପା

ପାରଳାଖେମୁଣ୍ଡି,୩।୩(ଡି.ଏନ.ଏ): ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ଗଜପତି ଜିଲାରେ ନୂଆ ଇତିହାସ ରଚିଛି। ଜିଲାର ମୋଟ ୧୪ଟି ଜିଲା ପରିଷଦ ଆସନରୁ ଦଳ୧୧ଟିରେ ବିଜୟ ଲାଭ କରିଛି । ଅନ୍ୟ ୩ଟି ଆସନ ମଧ୍ୟରୁ ୨ଟିରେ କଂଗ୍ରେସ ଓ ଗୋଟିଏ ଆସନରେ ଭାଜପା ପ୍ରାର୍ଥୀ ହାତଗଣତି ଭୋଟ ବ୍ୟବଧାନରେ ଜିତିବାରେ ସକ୍ଷମ ହୋଇଛନ୍ତି।

ଗତ ୨୦୧୭ ଜିଲା ପରିଷଦ ନିର୍ବାଚନରେ ବିଜେଡି ମାତ୍ର ୫ଟି ଆସନରେ ବିଜୟ ହାସଲ କରିଥିବା ବେଳେ ଭାଜପା ୩ଟି ଏବଂ କଂଗ୍ରେସ ସର୍ବାଧିକ ୬ଟି ଆସନ ଅକ୍ତିଆର କରିଥିଲା । ଅନ୍ୟପକ୍ଷରେ ଗତ ବିଧାନସଭା ନିର୍ବାଚନରେ ଜିଲାର ଥିବା ୨ଟି ନିର୍ବାଚନ ମଣ୍ଡଳୀ ପାରଳାଖେମୁଣ୍ଡିରେ ଭାଜପା ଓ ମୋହନା ଆସନଟି କଂଗ୍ରେସ ଦଖଲ କରିଥିଲା । ତେବେ ଗତ ୨ଟି ନିର୍ବାଚନରେ ଜିଲାରେ ବିଜେଡିର ସ୍ଥିତି ସେଭଳି ଭଲ ନ ଥାଇ ବି ଚଳିତ ନିର୍ବାଚନରେ ସର୍ବାଧିକ ୧୧ଟି ଆସନ ଦଖଲ କରିଛି। ଦଳର ସଫଳତା ନେଇ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଜିଲା ସଭାପତି ପ୍ରଦୀପ ନାୟକ, ଡ.ତିରୁପତି ପାଣିଗ୍ରାହୀ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉନ୍ନୟନମୂଳକ ଯୋଜନା ଓ ଲୋକହିତକର କାର୍ଯ୍ୟରେ ଗ୍ରାମାଞ୍ଚଳର ଲୋକେ ସନ୍ତୁଷ୍ଟ ହୋଇ ଠିକ ରାୟ ପ୍ରଦାନ କରିଛନ୍ତି। ଆଗାମୀ ଦିନରେ ସମସ୍ତଙ୍କ ସହଯୋଗରେ ଏଭଳି ସଫଳତା କାମନା କରି ସମସ୍ତଙ୍କୁ କୃତଜ୍ଞତା ଜଣାଉଛୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri