ଗଜପତିରେ ୭ ପରିବର୍ତ୍ତେ ୨୧ ଦିନକୁ ବୃଦ୍ଧି କରାଗଲା ସଙ୍ଗରୋଧ ଅବଧି

ଗଜପତି,୨୯।୬(ସ୍ବ.ପ୍ର.): ଗଜପତି ଜିଲାରେ ସଙ୍ଗରୋଧ ଅବଧିକୁ ୭ ଦିନ ବଦଳରେ ୨୧ ଦିନକୁ ବୃଦ୍ଧି କରାଯାଇଛି। ସୋମବାର ଜିଲାରେ ନୂଆ ନିୟମ ଲାଗୁ କରିବାକୁ ଜିଲାପାଳ ଅନୁପମ ସାହା ଏକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଜଣାଇଛନ୍ତି। ଏ ନେଇ ସେ ଜିଲାର ସମସ୍ତ ବିଡିଓଙ୍କୁ ଚିିଠି ଲେଖିଛନ୍ତି। ସେଥିରେ ଉଲ୍ଲେଖ କରିଛନ୍ତି ଯେ, ଯେଉଁ ପ୍ରବାସୀମାନେ ୭ଦିନ ସଙ୍ଗରୋଧ କେନ୍ଦ୍ରରେ ରହିବା ପରେ ନିଜ ଘରକୁ ଯାଉଥିଲେ। ଆସନ୍ତା ମଙ୍ଗଳବାରଠାରୁ ୨୧ଦିନ ରହିବାକୁ ବାଧ୍ୟତାମୂଳକ କରାଯାଇଛି । ଏହା ସହ କୌଣସି କାମ ନଥିଲେ ଘରୁ ନ ବାହାରିବାକୁ ସେ ଜିଲାବାସୀଙ୍କୁ ଅନୁରୋଧ କରିଛନ୍ତି । ଯେଉଁମାନେ ୨୧ ଦିନ ସଙ୍ଗରୋଧ କେନ୍ଦ୍ରରେ ରହିବା ପରେ ଘରକୁ ଯିବେ ସେମାନଙ୍କୁ ୧ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। ପରେ ୭ ଦିନ ହୋମ କ୍ୱାରାଣ୍ଟାଇନ୍‌ରେ ରହିଲେ ୱାର୍ଡମେମ୍ବରଙ୍କଠାରୁ ୧ ହଜାର ଟଙ୍କା ନେବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ କେମିତି ନିୟନ୍ତ୍ରଣରେ ରହିବ ବ୍ଲଡ୍‌ପ୍ରେସର

ରକ୍ତଚାପ ବା ବ୍ଲଡପ୍ରେସର ଦୁଇ ଭାଗରେ ବିଭକ୍ତ, ଯଥା- ଉଚ୍ଚ ରକ୍ତଚାପ ବା ହାଇ ବ୍ଲଡପ୍ରେସର, ଲୋ ବ୍ଲଡପ୍ରେସର ବା ନିମ୍ନ ରକ୍ତଚାପ। ବିଶେଷଭାବରେ ଲୋ ବ୍ଲଡପ୍ରେସର…

ଚର୍ଚ୍ଚିତ ଗୌଣ ଗ୍ରହ ଆପୋଫିସ୍‌

ଆମ ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହଦ୍ୱୟ କକ୍ଷ ମଝିରେ ଅନେକଗୁଡିଏ କ୍ଷୁଦ୍ର ଜ୍ୟୋତିର୍ବିଦୀୟ ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମଣ କରୁଛନ୍ତି। ଏଗୁଡିକ ଗ୍ରହାଣୁ ବା ଗୌଣଗ୍ରହ କୁହାଯାଏ।…

ସତ୍ୟ ନିକେତନ ଘଟଣା: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ିବା ଘଟଣାରେ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେନ (MCD) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦକ୍ଷିଣ ଜୋନର ପାଞ୍ଚ ଜଣ…

ଦିଲ୍ଲୀ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି କ୍ଷତିପୂରଣ ସହ ସରକାରୀ ଚାକିରି ଦାବି

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସମ୍ପର୍କରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍ତର ପ୍ରଦେଶ ୟୁନିଟ ସଭାପତି ଅଜୟ ରାୟ…

ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ

ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ…

ଶନିଙ୍କ ବକ୍ରୀ ଚଳନରେ ୩ ରାଶିଙ୍କ ପାଇଁ ବଢ଼ିପାରେ ସମସ୍ୟା, କର୍ମକ୍ଷେତ୍ରରେ ସମସ୍ୟା ସହ ଚାକିରି…

ବର୍ତ୍ତମାନ ଶନି ଗ୍ରହ ବକ୍ରୀ ଅବସ୍ଥାରେ ମୀନ ରାଶିରେ ରହିଛନ୍ତି। ଜ୍ୟୋତିଷ ମତ ଅନୁସାରେ, ଶନିଙ୍କ ଏହି ସ୍ଥିତି କିଛି ରାଶି ପାଇଁ ଚ୍ୟାଲେଞ୍ଜ ଆଣିପାରେ। ଶନିଙ୍କୁ…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି ପରେ ଚେତିଲେ ଓଡ଼ିଶା ସରକାର: ମନ୍ତ୍ରୀ କହିଲେ ଭଙ୍ଗାଯିବ ଦୁର୍ବଳ କୋଠା

ଭୁବନେଶ୍ୱର, ୭।୯: ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି ପରେ ଓଡ଼ିଶା ସରକାର ଦୁର୍ବଳ କୋଠାଗୁଡ଼ିକୁ ନେଇ ତତ୍ପର ହୋଇଛନ୍ତି। ରାଜ୍ୟରେ ଥିବା ଦୁର୍ବଳ ସରକାରୀ ଓ ବେସରକାରୀ କୋଠାଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri