ଗଞ୍ଜାମରେ ୨୫,୧୦୬ ଜଣଙ୍କୁ କୋଭିଡ୍‌ ଟିକା

ଛତ୍ରପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଚଳିତମାସ ୧୬ ତାରିଖ ଠାରୁ କୋଭିଡ୍‌ ଟିକା ପ୍ରଦାନ କରାଯିବ। ପ୍ରଥମ ପର୍ଯ୍ୟାୟରେ ପଞ୍ଜୀକରଣ ହୋଇଥିବା ୨୫,୧୦୬ ଜଣଙ୍କୁ ଏହି କୋଭିଡ୍‌ ଟିକା ପ୍ରଦାନ ନିମନ୍ତେ ୧୧ଟି କୋଭିଡ୍‌ ଟିକା ପ୍ରଦାନ କେନ୍ଦ୍ର ପ୍ରସ୍ତୁତ କରାଯାଇଛି । ସେଥିନେଇ ପ୍ରଶାସନ ପକ୍ଷରୁ ସରକାରଙ୍କ ନିୟମ ଅନୁଯାୟୀ ସମସ୍ତ ପ୍ରକାର ଆଶୁ ବ୍ୟବସ୍ଥା ହୋଇଛି। ଏହାର ପ୍ରସ୍ତୁତି ଏବଂ ବ୍ୟବସ୍ଥା ସମ୍ପର୍କରେ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷଠାରେ ଜିଲା କାର୍ଯ୍ୟକାରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲାପାଳ କୋଭିଡ୍‌ ଟିକା ଆସିବା ପରେ ତାହାକୁ ରଖିବା ନିମନ୍ତେ ପ୍ରସ୍ତୁତ କରାଯାଇଥିବା ୭୮ଟି କୋଲ୍ଡ ଚେନ୍‌ ପଏଣ୍ଟରେ ଯେପରି ସୁରକ୍ଷିତ ରଖାଯିବ ଏବଂ ଟିକା ପ୍ରଦାନରେ ସମସ୍ତ ପ୍ରକାର ଆଶୁ ବ୍ୟବସ୍ଥା କଡ଼ାକଡ଼ି ପାଳନ କରିବା ଦିଗରେ ଗୁରୁତ୍ୱ ଦେବା ପାଇଁ ଜଣାଇଥିଲେ। ସମସ୍ତ ସେଣ୍ଟରର ଅପେକ୍ଷା ଗୃହ ଆବଶ୍ୟକୀୟ ସରଞ୍ଜାମ, ବିଶ୍ରାମ ସ୍ଥଳ, ୬ ମିଟର ଦୂରତାରେ ବସିବା ବ୍ୟବସ୍ଥା, ପାନୀୟ ଜଳ, ଶୌଚାଳୟଗୁଡ଼ିକ ଠିକ୍‌ ଭାବେ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ଜିଲାର ୧୪୨ଟି ସରକାରୀ ଚିକିତ୍ସାଳୟ ଏବଂ ୧୦୫ଟି ବେସରକାରୀ ଚିକିତ୍ସାଳୟଗୁଡ଼ିକର ସେବା ଯୋଗାଇ ଦେଇ ଆସୁଥିବା ୨୫,୧୦୬ ଜଣ ହେଲ୍‌ଥ କେୟାର୍‌ ଓ୍ବାର୍କରଙ୍କୁ ଏହି ଟିକା ପ୍ରଦାନ କରାଯିବ। ୧୧ଟି ସେଣ୍ଟର ମଧ୍ୟରେ ବ୍ରହ୍ମପୁରସ୍ଥିତ ସିଟି ହସ୍ପିଟାଲ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ, ଖ୍ରୀଷ୍ଟିୟାନ ହସ୍ପିଟାଲ ଏବଂ ଆସିକା ଅପର ପ୍ରାଇମେରୀ ହେଲ୍‌ଥ ସେଣ୍ଟର, ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟ, ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ, ଆସିକା ଉପଖଣ୍ଡ ଚିକିତ୍ସାଳୟ, କମ୍ୟୁନିଟି ହେଲ୍‌ଥ ସେଣ୍ଟର ସୁମଣ୍ଡଳ, ଚିକିଟି, ଧରାକୋଟ ଏବଂ ବେଲଗାଁରେ ପ୍ରଦାନ କରାଯିବ। ପ୍ରତି ସେଣ୍ଟରରେ ପ୍ରଥମେ ୧୦୦ ଜଣ ଲେଖାଏ ହେଲ୍‌ଥ କେୟାର୍‌ ଓ୍ବାର୍କର ଏହିଭଳି ୧୧୦୦ ଟିକା ପ୍ରଥମ ଦିନରେ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri