ଗଞ୍ଜାମରେ ୪.୭୫ଲକ୍ଷ ଲୋକଙ୍କ ହେଲାଣି ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର,୨୨।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏଥିଲାଗି ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି। ଫଳରେ ୨୪ତାରିଖରୁ ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ କରାଯିବ ବୋଲି ସରକାର ଘୋଷଣା କରିଛନ୍ତି। ଅପରପକ୍ଷରେ ଏହି ଘୋଷଣା ପୂର୍ବରୁ ଗଞ୍ଜାମ ଜ଼ିଲା ପ୍ରଶାସନ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ମେ’ ୧୯ରୁ ସ୍ବାସ୍ଥ୍ୟକର୍ମୀମାନେ ଘରକୁ ଘର ବୁଲି ସ୍ବାସ୍ଥ୍ୟ ସ୍କ୍ରିନିଂ କରୁଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବର୍ତ୍ତମାନ ଗଞ୍ଜାମରେ ଦୈନିକ ସଂକ୍ରମଣ ସଂଖ୍ୟା ୩ଅଙ୍କ ବିଶିଷ୍ଟ ରହୁଛି। ଶୁକ୍ରବାର ସୁଦ୍ଧା ଗଞ୍ଜାମରେ ୪ ଲକ୍ଷ ୭୫ ହଜାର ୫୨୮ ଜଣଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଇଛି ବୋଲି ଡିଆରଡିଏ ପି.ଡି. ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ସୂଚନା ଦେଇଛନ୍ତି। ଏଥିରୁ ୭୪ଜଣଙ୍କଠାରେ କରୋନା ଲକ୍ଷଣ ଚିହ୍ନଟ ହୋଇଥିବା ବେଳେ ୫୨ଜଣଙ୍କ ଅକ୍ସିଜେନ ସ୍ତର କମିଛି। ସେମାନଙ୍କ ମଧ୍ୟରୁ ୩ଜଣଙ୍କୁ ଚିକିତ୍ସା ଲାଗି ହସ୍ପିଟାଲ ପଠାଯାଇଛି। ତେବେ ଗଞ୍ଜାମ ଜିଲାର ଏହି ଅଭିଯାନରେ ଆଶା କର୍ମୀ, ସ୍ବେଚ୍ଛା ସେବୀ, ସୁପରଭାଇଜର ଓ ଅଙ୍ଗନବାଡିକର୍ମୀମାନେ ସାମିଲ ହୋଇ ଘରକୁ ଘର ବୁଲି ସମସ୍ତ ପରିବାରର ସଦସ୍ୟଙ୍କ ଅକ୍ସିଜେନ ସ୍ତର ସହ ଥର୍ମାଲ ସ୍କ୍ରିନିଂ କରାଯାଉଛି। ଯାହାର ଲକ୍ଷଣ ଦେଖାଯାଉଛି ତାଙ୍କୁ ହସ୍ପିଟାଲକୁ ରେଫର କରାଯାଉଥିବା ଜଣାପଡ଼ିଛି। ଏହି କାର୍ଯ୍ୟରେ ଜିଲାରେ ୨୦୨୧ ଟିମ୍‌ ସାମିଲ ହୋଇଥିବା ବେଳେ ସେଥିମଧ୍ୟରୁ ଗ୍ରାମାଞ୍ଚଳରେ ୧୮୪୨, ସହରାଞ୍ଚଳରେ ୬୮ଟି ଟିମ୍‌ ଓ ବ୍ରହ୍ମପୁର ମହାନଗର ନିଗମରେ ୧୧୧ଟି ଟିମ୍‌ ରହିଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri