ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ଟପିଲା

ଛତ୍ରପୁର,୧୭ା୮(ଡି.ଏନ.ଏ.)-ଗଞ୍ଜାମ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୫ହଜାର ଟପିଛି। ଛତ୍ରପୁରସ୍ଥିତ ଜିଲା କୋଭିଡ୍‌ ସେଲ୍‌ ପକ୍ଷରୁ ସୋମବାର ଦିଆଯାଇଥିବା ଅନୁସାରେ ୨୪୩ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳ ସେଥିରେ ୮ କରୋନା ଯୋଦ୍ଧା, ଜଣେ ଅନ୍ୟ ରାଜ୍ୟରୁ ଫେରି ଏବଂ ୨୩୪ ଅନ୍ୟ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ରହିଛନ୍ତି ା ଅପରପକ୍ଷରେ ୩୫୫ ସୁସ୍ଥ ହୋଇଛନ୍ତି ା ବ୍ରହ୍ମପୁର ମହାନଗର ନିଗମ ଓ ଛତ୍ରପୁର ଏନ୍‌ଏସିରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର ମଧ୍ୟ ଅଧିକ ରହିଛି। ବ୍ରହ୍ମପୁର ମହାନଗର ନିଗମରେ ୩୨ ଓ ଛତ୍ରପୁର ଏନ୍‌ଏସିରେ ୨୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଉକ୍ତ ଅଞ୍ଚଳରେ ପରୀକ୍ଷା ବୃଦ୍ଧି କରାଯାଇଥିବାରୁ ପଜିଟିଭ୍‌ଙ୍କ ସଂଖ୍ୟା ବଢିଛି । ଏଥିପାଇଁ କୌଣସି ଭୟଭୀତ ହେବାର ନାହିଁ ବୋଲି କୁହାଯାଇଛି ା ବତ୍ତର୍ର୍ମାନ ସୁଦ୍ଧା ଜିଲାରେ ୧୫ ହଜାର ୧୦ ଆକ୍ରାନ୍ତ ହୋଇଛନ୍ତି ା ସେଥିରୁ ୧୨ ହଜାର ୬୯୬ ସୁସ୍ଥ ହେଲେଣି ା କରୋନାରେ ଜିଲାର ୧୫୫ ଜଣଙ୍କ ଜୀବନ ଯାଇଥିବାବେଳେ ଏବେ ୨ ହଜାର ୧୫୯ ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଥିବା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତିି ା ଲକ୍ଷଣ ଲୁଚାନ୍ତୁ ନାହିଁ ବୋଲି ସେ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। କୋଭିଡ୍‌ ସେଲ୍‌ ପକ୍ଷରୁ କୁହାଯାଇଛି, ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ମଧ୍ୟରୁ ୮୩.୫ ପ୍ରତିଶତ ସୁସ୍ଥ ହୋଇଥିବା ବେଳେ ୧୫.୩୮ ପ୍ରତିଶତଙ୍କ ଚିକତ୍ସା ଚାଲିଛି। ଜିଲାରେ କରୋନାରେ ୧.୦୫ ପ୍ରତିଶତଙ୍କ ମୃତ୍ୟୁ ହୋଇଛି ା କରୋନା ଯୋଦ୍ଧା ତଥା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପୂର୍ବତନ ସୁପରିଣ୍ଟେଣ୍ଡେଣ୍ଟ ଡାକ୍ତର ବି.କ୍ରିଷ୍ଣା କୋଭିଡ୍‌-୧୯ କାର୍ଯ୍ୟ କରୁଥିବାବେଳେ ତାଙ୍କର ଜୀବନ ଯାଇଛି ା ତାଙ୍କ ସହ ଜିଲା ପ୍ରଶାସନ ରହିଛି ବୋଲି ଟୁଇଟ୍‌ କରି ଜିଲାପାଳ କହିଛନ୍ତି ା କୋଭିଡ୍‌ରେ ସାମିଲ ଥିବା ଅନ୍ୟମାନଙ୍କ ପାଇଁ ସେ ଉଦାହରଣ ପାଲଟିଛନ୍ତି। ଜିଲାପାଳ ଏନେଇ ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ା ସାମାଜିକ ଦୂରତା ଓ ଅନ୍ୟ କୋଭିଡ୍‌ ନିୟମ ପାଳନ କରିବାକୁ ଜନସାଧାରଣଙ୍କୁ ଜିଲାପାଳ ଅନୁରୋଧ କରିଛନ୍ତି ା ଏହି ନିୟମ ପାଳନ କଲେ କୋଭିଡ୍‌ ଯୁଦ୍ଧ ଲଢିବା ପାଇଁ ଆମର ଯୋଦ୍ଧାଙ୍କୁ ସହାର୍ଯ୍ୟ କରିବ ବୋଲି ସେ କହିଛନ୍ତିି ା


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri