ଗଞ୍ଜାମରେ ସ୍ବତ୍ୱଧାରୀ ଚାଷୀଙ୍କୁ ମିଳିବ ସ୍ଥିତିବାନ ପଟ୍ଟା,ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୨୦।୨(ସନ୍ତୋଷ ପାଢୀ/ଦିଲୀପ ସାମଲ)- ଗଞ୍ଜାମ ଜିଲାସ୍ତରୀୟ ପଟ୍ଟା ପ୍ରଦାନ ସମାରୋହ ଛତ୍ରପୁରସ୍ଥିତ ଖେଳପଡିଆଠାରେ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫ୍ରେନ୍ସିଂ ଜରିଆରେ ଏହାର ଶୁଭାରମ୍ଭ କରିଛନ୍ତି । ସିକିମ ସ୍ବତ୍ୱଧାରୀ ଚାଷୀମାନଙ୍କୁ ସ୍ଥିତିବାନ ପଟ୍ଟା ପ୍ରଦାନ ଓଡିଶା ଭୂସଂସ୍କାର ଆଇନ ୧୯୬୦ରେ ଆବଶ୍ୟକୀୟ ସଂଶୋଧନ କରାଯାଇଛି। ଏହାଫଳରେ ସିକିମ ସ୍ବତ୍ୱାଧିକାରୀ ଚାଷୀଙ୍କୁ ସ୍ଥିତିବାନ ପଟ୍ଟା ପ୍ରଦାନର ଶୁଭାରମ୍ଭ ହୋଇଛି। ସିକିମ ଚାଷୀମାନେ ତାଙ୍କ ଦଖଲରେ ଥିବା ଜମି ଉପରେ ସ୍ଥାୟୀ, ବଂଶାନୁକ୍ରମିକ ଓ ହସ୍ତାନ୍ତରୀ ଯୋଗ୍ୟ ଅଧିକାର ପାଇବେ ବୋଲି ସୂଚନା ଦିଆଯାଇଛି।

ଗଞ୍ଜାମ ଜିଲାରେ ୭୧୦ ଜଣଙ୍କୁ ଏହି ପଟ୍ଟା ପ୍ରଦାନ କରାଯାଇଛି । ଗଞ୍ଜାମ ତହସିଲର ୧୩ ଜଣ, ଖଲିକୋଟ ତହସିଲର ୨ ଜଣ, ହିଂଜିଳି ତହସିଲ ର ୪୮ ଜଣ, ପୁରୁଷୋତ୍ତମପୁର ତହସିଲର ୧୬୬ ଜଣ, ଛତ୍ରପୁର ତହସିଲର ୧୦୫ ଜଣ, ବ୍ରହ୍ମପୁର ତହସିଲର ୩ଜଣ, କୁକୁଡାଖଣ୍ଡି ତହସିଲ ର ୨୨୦ ଜଣ, ଚିକଟି ତହସିଲ ର ୨୩ ଜଣ ଓ କନିଷି ତହସିଲର ୧୩୦ ଜଣଙ୍କୁ ଏହି ପଟ୍ଟା ମିଳିଛି । ଏହି କାର୍ଯ୍ୟକ୍ରମରେ ଦକ୍ଷିଣାଞ୍ଚଳ ଆରଡିସି, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଖଲିକୋଟ ବିଧାୟକ ସୂର୍ଯ୍ୟମଣି ବୈଦ୍ୟ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?