ଗାଜାରେ ଏବେ ଲୋକଙ୍କ ଘରେ ମଣିଷ ନୁହେଁ ଗଚ୍ଛିତ ରହୁଛି ଅସ୍ତ୍ରଶସ୍ତ୍ର

ଗାଜା ପଟ୍ଟି,୯।୧୧: ଇସ୍ରାଏଲ-ହମାସ ଯୁଦ୍ଧକୁ ପ୍ରାୟ ୩୫ ଦିନ ହେବାକୁ ଯାଉଛି। ଗାଜା ସହରକୁ ଦୁଇ ଭାଗ କରିବା ପରେ ଇସ୍ରାଏଲ ସେନା ହମାସ ବିରୁଦ୍ଧରେ ଯୁଦ୍ଧ ଅଭିଯାନକୁ ଆହୁରି ଜୋରଦାର କରିଛନ୍ତି। ମଙ୍ଗଳବାର ୧୫ହଜାରରୁ ଅଧିକ ଲୋକ ଉତ୍ତର ଗାଜା ଛାଡିବାରେ ସଫଳ ହୋଇଥିଲେ। ଇସ୍ରାଏଲର ସୈନ୍ୟବାହିନୀ ଦ୍ୱାରା ଲଗାତାର ଭାବେ ବୋମା ଏବଂ ଗୁଳି ଚାଳନା କରାଯାଉଛି।
ନ୍ୟୁଜ ଏଜେନ୍ସି ଏପି ଅନୁଯାୟୀ, ଇସ୍ରାଏଲର ସାମରିକ ଅପରେସନରେ ଏପର୍ଯ୍ୟନ୍ତ ୧୦,୫୦୦ ଲୋକଙ୍କ ମୃତ୍ୟୁ ଘଟିଛି। ହଜାର ହଜାର ପାଲେଷ୍ଟାଇନୀୟମାନେ ପାଦରେ ଚାଲି ଚାଲି ଉତ୍ତର ଗାଜା ଛାଡି ଦକ୍ଷିଣ ଅଞ୍ଚଳକୁ ଯାଉଛନ୍ତି।
ବୁଧବାର, ଇସ୍ରାଏଲ ସେନା ଅନେକ ଅନ୍ତର୍ଜାତୀୟ ସାମ୍ବାଦିକଙ୍କୁ ଉତ୍ତର ଗାଜାକୁ ଅନୁମତି ଦେଇଥିଲେ। ସାମ୍ବାଦିକମାନେ ରିପୋର୍ଟ କରିଛନ୍ତି ଯେ ଉତ୍ତର ଗାଜାର ସବୁଆଡେ ଗଛ ମାଟିରେ ପଡିଛି। ଅନେକ ଅଟ୍ଟାଳିକା ପରିତ୍ୟକ୍ତ ଅବସ୍ଥାରେ ପଡ଼ିଛି। କେତେକ ସ୍ଥାନରେ ରକେଟର ଅବଶିଷ୍ଟାଂଶ ରହିଛି ଏବଂ କେତେକ ଘରେ ପାଲେଷ୍ଟାଇନର ପତାକା ଝୁଲୁଛି। କୋଠାଟି ଖାଲି ଥିବାରୁ ଇସ୍ରାଏଲ ସେନାମାନେ ଗୁଳି ଜମା କରି ବିଲ୍ଡିଂ ଭିତରେ ଯୁଦ୍ଧ ରଣନୀତି ପ୍ରସ୍ତୁତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…

ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri