Posted inଜାତୀୟ

ଗୋଆରେ ସୁଯୋଗ ହାତଛଡ଼ା କରିବାକୁ ଚାହୁଁନି କଂଗ୍ରେସ

ନୂଆଦିଲ୍ଲୀ,୭।୩: ପାଞ୍ଚ ରାଜ୍ୟ ବିଧାନସଭା ନିର୍ବାଚନ ଶେଷ ହୋଇଥିବାବେଳେ ୧୦ ତାରିଖରେ ଫଳାଫଳ ପ୍ରକାଶ ପାଇବ। ଗତ ୨୦୧୭ ଗୋଆ ବିଧାନସଭା ନିର୍ବାଚନରେ ୪୦ ଆସନରୁ କଂଗ୍ରେସ ୧୭ଟି ଜିତି ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଥିଲେ ମଧ୍ୟ ସରକାର ଗଠନ କରିବାରେ ବିଫଳ ହୋଇଥିଲା। ଅନ୍ୟ ପକ୍ଷରେ ୧୩ ଆସନରେ ବିଜୟୀ ହୋଇଥିବା ଭାଜପା ଅନ୍ୟ ଛୋଟ ଦଳ ଓ ସ୍ବାଧୀନ ବିଧାୟକମାନଙ୍କ ସହଯୋଗରେ ସରକାର ଗଢ଼ିଥିଲା। ଏହାର ଦୁଇବର୍ଷ ପରେ ୧୫ ଜଣ କଂଗ୍ରେସ ବିଧାୟକ ଦଳବଦଳ କରି ଭାଜପାରେ ସାମିଲ ହୋଇଥିଲେ ଏବଂ କଂଗ୍ରେସର ବିରୋଧୀ ଦଳ ନେତା ଥିବା ବାବୁ କାଭ୍ଲେକରଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯାଇଥିଲା।
ଏଥର ଯେପରି ସେଭଳି ସ୍ଥିତି ନ ଉପୁଜେ ସେଥିପାଇଁ କଂଗ୍ରେସ ସତର୍କ ରହିଛି। ଘୋଡ଼ାବେପାର ରୋକିବା ଲାଗି ଦଳ ପକ୍ଷରୁ ଅଭୂତପୂର୍ବ ପଦକ୍ଷେପ ଗ୍ରହଣ କରାଯାଇଛି। ଗୋଆ ସମେତ ପଞ୍ଜାବ, ଉତ୍ତରାଖଣ୍ଡ ଏବଂ ମଣିପୁରକୁ ବରିଷ୍ଠ କଂଗ୍ରେସ ନେତାମାନଙ୍କୁ ପଠାଯାଇଛି। ଝୁଲା ବିଧାନସଭା ହେଲେ ମେଣ୍ଟ ସରକାର ଗଠନ ନେଇ ସେମାନେ ତ୍ୱରିତ୍‌ ନିଷ୍ପତ୍ତି ନେବେ। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏ ନେଇ ସମ୍ପୃକ୍ତ ନେତାମାନଙ୍କ ସହ ବୈଠକ କରିଥିଲେ। ସପ୍ତାହେ ପୂର୍ବରୁ ରାହୁଲଙ୍କ ଉପସ୍ଥିତିରେ ଗୋଆର ପ୍ରାର୍ଥୀମାନେ ନିଷ୍ଠାର ଶପଥ ନେଇଥିଲେ। ତେବେ ଏହି ଶପଥ ବିଧାୟକମାନଙ୍କୁ ଘୋଡ଼ା ବେପାରରୁ ଅଟକାଇବା ପାଇଁ ଯଥେଷ୍ଟ ନୁହେଁ ବୋଲି କଂଗ୍ରେସ ଅନୁଭବ କରିଛି। ଗୋଆ ବ୍ୟତୀତ ମଣିପୁର, ପଞ୍ଜାବ ଏବଂ ଉତ୍ତରାଖଣ୍ଡରେ ମଧ୍ୟ କଂଗ୍ରେସ ଏହାର ବିଧାୟକମାନଙ୍କୁ ଏକାଠି ରଖିବାର ମିଶନକୁ ଜୋର୍‌ଦାର କରିଛି। ଅନୂ୍ୟନ ୨ଟି ରାଜ୍ୟରେ କଂଗ୍ରେସ ବିଜୟୀ ହେବାର ଆଶା ରଖିଛି। ନବନିର୍ବାଚିତ ବିଧାୟକମାନଙ୍କୁ ରାଜସ୍ଥାନର କୌଣସି ହୋଟେଲ କିମ୍ବା ରିସୋର୍ଟରେ ଲୁଚାଇ ରଖିବା ଲାଗି ମଧ୍ୟ ଯୋଜନା ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri