ଏଇ ଭାରତରେ

ଛତିଶଗଡ଼ର ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ସେଥିରୁ ୨୦୨୩-୨୪ ବର୍ଷରେ ୧.୫ କୋଟି ଟଙ୍କା ରୋଜଗାର କରିଛନ୍ତି। ବିଶେଷକରି ସେ ଟମାଟୋ ଚାଷ ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି। ଉତ୍ପାଦିତ ଟମାଟୋକୁ ସେ ନୂଆଦିଲ୍ଲୀ, ବେଙ୍ଗାଲୁରୁ, ରାୟପୁର, ପାଟନା, କୋଲକାତା ଆଦି ସହର ମଣ୍ଡିକୁ ପଠାଉଛନ୍ତି। ଏହା ବ୍ୟତୀତ ସେ ବାଇଗଣ, କାକୁଡ଼ି, ଲାଉ ଚାଷକରି ମାର୍କେଟକୁ ଯୋଗାଉଛନ୍ତି। ସମୀକ୍ଷା ଏବେ ୨୦ ଏକରରେ ଟମାଟୋ ଚାଷ କରିଛନ୍ତି। ଆଗକୁ ଅଧିକ ୧୫ ଏକର ଚାଷ କରିବାକୁ ଯୋଜନା କରିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା ପରେ ପୁଣେର ଏକ କମ୍ପାନୀରେ ଚାକିରି କରିଥିଲେ। ୨୦୨୧ରେ ସେ ଚାକିରି ଛାଡ଼ି ଛତିଶଗଡ଼ ରାୟପୁରର ଚାରୁମୁଦିଆ ଗାଁକୁ ଫେରି ଆସି ଚାଷ କରିବାକୁ ନିଷ୍ପତ୍ତି ନେଇଥିଲେ। ସମୀକ୍ଷାଙ୍କ ବାପା ଓ ଭାଇ ତାଙ୍କୁ ଚାଷରେ ସାହାଯ୍ୟ କରୁଛନ୍ତି। ସମୀକ୍ଷା ପ୍ରଥମେ ଏକର ପିଛା ୫୦ ଟନ୍‌ ଟମାଟୋ ଉତ୍ପାଦନ କରୁଥିଲେ, କିନ୍ତୁ ବର୍ତ୍ତମାନ ୫୫ ଟନ୍‌ ଉତ୍ପାଦନ କରୁଛନ୍ତି। ବଡ଼ କଥା ହେଉଛି ସମୀକ୍ଷା ଚାଷ କାର୍ଯ୍ୟ ପାଇଁ ୧୨୦ ଲୋକଙ୍କୁ ନିଯୁକ୍ତ କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri