ଏଇ ଭାରତରେ

ଦିଲ୍ଲୀରେ ବାୟୁ ପ୍ରଦୂଷଣ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଲାଣି। ଏବେ ସହରର ଏକ୍ୟୁଆଇ ୪୫୦କୁ ଟପିଗଲାଣି, ଯାହାକି ଏକ ଅତି ବିପଜ୍ଜନକ ସ୍ତର। ଏଥିଯୋଗୁ ଦିଲ୍ଲୀରେ ପିଲାମାନେ ବିଭିନ୍ନ ପ୍ରକାର ଶ୍ୱାସଜନିତ ରୋଗରେ ପୀଡ଼ିତ ହେଉଛନ୍ତି। ଏପରି କି ସେମାନେ ସ୍କୁଲ ଯିବା ଏବଂ ବାହାରେ ଖେଳିବା ସମ୍ଭବ ହେଉନାହିଁ। ବାୟୁ ପ୍ରଦୂଷଣର ଏଭଳି ଭୟାବହତାକୁ ଲକ୍ଷ୍ୟକରି ଭାବରିନ କାନ୍ଧାରି ଏ ସମ୍ପର୍କରେ ସଚେତନତା ସୃଷ୍ଟି କରୁଛନ୍ତି। ପ୍ରଥମେ ୨୦୨୦ରେ ୫ ଜଣ ମା’ଙ୍କୁ ନେଇ ସେ ଏହି ଅଭିଯାନ ଆରମ୍ଭ କରିଥିଲେ। ଏବେ ଦିଲ୍ଲୀ ସମେତ ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଓ ଝାଡ଼ଖଣ୍ଡରେ ୧୫୦୦ରୁ ଊର୍ଦ୍ଧ୍ୱ ମହିଳା ଏଥିରେ ସାମିଲ ହୋଇଗଲେଣି। ଏମାନଙ୍କୁ କୁହାଯାଉଛି ‘ଓ୍ବାରିଅର ମମ୍‌’ ବା ‘ଯୋଦ୍ଧା ମା’। ନାଗପୁରରେ ମହିଳାମାନେ ‘ଚୁଲାମୁକ୍ତ ଭାରତ’ ଅଭିଯାନ ମଧ୍ୟ ଆରମ୍ଭ କରିଛନ୍ତି। ଦିଲ୍ଲୀରେ ୫୦ ପ୍ରତିଶତ ବାୟୁ ପ୍ରଦୂଷଣ ଯାନବାହନ ଯୋଗୁ ହେଉଥିବାରୁ ଏମାନେ ସାଇକେଲ ଲେନ ଓ ଅଧିକ ବସ୍‌ ଚଳାଇବା ପାଇ ଦାବି କରିଛନ୍ତି। ଏହା ସହ ସ୍କୁଲ ନିକଟରେ ପ୍ରଦୂଷଣ ମୁକ୍ତ ଅଞ୍ଚଳ ସୃଷ୍ଟି କରିବା ପାଇଁ ଲୋକଙ୍କୁ ସଚେତନ କରୁଛନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…

ନୂଆଦିଲ୍‌ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ…

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?