ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ ରହୁଛନ୍ତି ଗେଝାରେ ଏବଂ ଏହା ଆଖପାଖର ୮ଟି ଗାଁର ପିଲାଙ୍କୁ ଖେଳ ଶିଖାଉଛନ୍ତି। ଏବେସୁଦ୍ଧା ଏହି ଏକାଡେମୀରୁ ୩,୦୦୦ରୁ ଅଧିକ ପିଲା ପ୍ରଶିକ୍ଷଣ ନେଇ ସାରିଲେଣି। ୭ରୁ ୧୪ ବର୍ଷ ବୟସ ମଧ୍ୟରେ ପିଲାମାନେ ଖେଳ ଶିଖୁଛନ୍ତି। ଏହି ପ୍ରଶିକ୍ଷଣ କେନ୍ଦ୍ରରୁ ଖେଳ ଶିଖି ଅନେକେ ଜାତୀୟ ସ୍ତରରେ ବିଭିନ୍ନ ବୟସ ବର୍ଗରେ ପ୍ରତିନିଧିତ୍ତ୍ୱ କରି ସଫଳତା ପାଇଛନ୍ତି। ପ୍ରଦ୍ୟୋତ ସ୍କୁଲ ଓ କଲେଜ ସ୍ତରରେ ବିଭିନ୍ନ ଟୁର୍ନାମେଣ୍ଟରେ ଭାଗନେଇ କୃତିତ୍ୱ ହାସଲ କରିଥିଲେ। ତେବେ ସ୍ନାତକ ଡିଗ୍ରୀ ହାସଲ କରିବା ପରେ ସେ ଚାକିରି ନ କରି ଆମେରିକା ଫ୍ଲୋରିଡାର ଇଲେଭ-୮ ସ୍ପୋଷ୍ଟ୍ସି ଇନ୍‌ଷ୍ଟିଚ୍ୟୁଟରେ ୨ ମାସ ପାଇଁ ପ୍ରଶିକ୍ଷଣ ନେବା ପରେ ଭାରତ ଫେରି ୨୦୧୫ରେ ଡ୍ରିବଲ ଏକାଡେମୀ ଗଠନ କରି ପିଲାଙ୍କୁ ପ୍ରଶିକ୍ଷଣ ଦେବା ଆରମ୍ଭ କରିଥିଲେ। ଏବେ ସେଠାରେ ୪୫୦ରୁ ୫୦୦ ପିଲା ପ୍ରଶିକ୍ଷଣ ନେଉଛନ୍ତି। ପ୍ରତିଦିନ ଅପରାହ୍ନ ୩ଟାରୁ ସନ୍ଧ୍ୟା ୮ଟା ଯାଏ ଏହି କାର୍ଯ୍ୟକ୍ରମ ଚାଲୁଛି। ପ୍ରଦ୍ୟୋତ ଏତିକିରେ ଅଟକି ଯାଇ ନାହାନ୍ତି, ବରଂ ସେ ନୋଏଡାର ୬ଟି ସରକାରୀ ସ୍କୁଲ ଏବଂ ପଶ୍ଚିମ ଉତ୍ତରପ୍ରଦେଶ ସମ୍ବଲ ତହସିଲର ଦୁଇଟିି ଗାଁର ପିଲାଙ୍କୁ ବାସ୍କେଟ ବଲ ପ୍ରଶିକ୍ଷଣ ଦେବା ଲାଗି ସମୟ ଦେଉଛନ୍ତି। ପ୍ରଦ୍ୟୋତ କୋନ ବନେଗା କରୋଡପତିରେ ୨୫ ଲକ୍ଷ ଟଙ୍କା ଜିତି ତାହାକୁ ଏହି ଏକାଡେମୀର ବିକାଶ ଲାଗି ବ୍ୟୟ କରିଛନ୍ତି। ଆଗାମୀ ୧୦ ବର୍ଷ ମଧ୍ୟରେ ଏହି କାର୍ଯ୍ୟକ୍ରମ ୧୦୦ଟି ଗାଁରେ ଚଳାଇବା ଲାଗି ସେ ଯୋଜନା କରିଛନ୍ତି। କେବଳ ଖେଳ ନୁହେଁ, ସେଠାରେ ଶିକ୍ଷା ତଥା ଜୀବନ ଜିଇବା କୌଶଳ ସମ୍ପର୍କରେ ମଧ୍ୟ ପ୍ରଶିକ୍ଷଣ ଦିଆଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ…

ଶାଢ଼ି ସେଣ୍ଟର ନାଁରେ ବଲାଙ୍ଗୀରରୁ ଗଞ୍ଜେଇ ଚାଲାଣ, ଆମାଜନ୍ ନାଁରେ ପାର୍ସଲ କରି ବିକୁଥିଲେ

ବଲାଙ୍ଗୀର,୨ା୯(ସୁନିଲ କୁମାର ମହାନ୍ତି): ସମ୍ବଲପୁରୀ ଶାଢ଼ି ସେଣ୍ଟର ନାଁରେ କୋରିଅରରେ ଚାଲିଥିଲା ଗଞ୍ଜେଇ ଚାଲାଣ । ମାଡ଼ିବସିଲା ବଲାଙ୍ଗୀର ପୋଲିସ । ଅନଲାଇନରେ ଦିଲ୍ଲୀ, ଗଜିଆବାଦ ପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri