ଏଇ ଭାରତରେ

୮୭ ବର୍ଷ ବୟସରେ କର୍ମଚଞ୍ଚଳ ଡ. ମାୟା ଟଣ୍ଡନ। ସେ ସଡ଼କ ସୁରକ୍ଷା ଉପରେ ସଚେତନତା ସୃଷ୍ଟି କରିବା ସହ ଦୁର୍ଘଟଣାରେ ପ୍ରାଥମିକ ଚିକିତ୍ସା ଯୋଗାଇ ଲୋକଙ୍କ ଜୀବନ ରକ୍ଷା କରିବା ସମ୍ପର୍କରେ ଲୋକଙ୍କୁ ପ୍ରଶିକ୍ଷଣ ଦେଉଛନ୍ତି। ଏବେ ସୁଦ୍ଧା ସେ ୧,୩୩,୦୦୦ ଲୋକଙ୍କୁ ପ୍ରଶିକ୍ଷଣ ଦେଇସାରିଲେଣି। ‘ସହାୟତା ଟ୍ରଷ୍ଟ’ ମାଧ୍ୟମରେ ଡ. ମାୟା ଏହି କାର୍ଯ୍ୟ କରୁଛନ୍ତି। ଆନାସ୍ଥେସିଓଲୋଜିଷ୍ଟ ଡ. ମାୟାଙ୍କ ଜନ୍ମ ଆଜ୍‌ମେରରେ। ଜୟପୁରର ସାଓ୍ବୟି ମାନ ସିଂ ହସ୍ପିଟାଲରେ କାର୍ଯ୍ୟକରି ୧୯୮୫ରେ ଅବସର ନେବା ପରେ ପାଖାପାଖି ୩୦ ବର୍ଷ ହେବ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସଡ଼କ ସୁରକ୍ଷା ଉପରେ ପ୍ରଶିକ୍ଷଣ ଦେବା ଲାଗି ପ୍ରଥମେ ରାଜସ୍ଥାନ ପୋଲିସ ଏକାଡେମୀ ତାଙ୍କୁ ଅନୁରୋଧ କରିଥିଲା ଓ ସେମାନଙ୍କୁ ପ୍ରଶିକ୍ଷଣ ଦେବା ଥିଲା ତାଙ୍କର ପ୍ରଥମ ଅଭିଯାନ। ଏହା ପରଠାରୁ ସେ ଦେଶର ବିଭିନ୍ନ ସ୍ଥାନରେ ଲୋକଙ୍କୁ ସଡ଼କ ସୁରକ୍ଷା ଓ ଦୁର୍ଘଟଣାରେ ପ୍ରାଥମିକ ଚିକିତ୍ସା ସମ୍ପର୍କରେ ମାଗଣାରେ ପ୍ରଶିକ୍ଷଣ ଦେଇ ଚାଲିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ନିଷ୍ପ୍ରଭ ହେଉଛି ସାମୁଦ୍ରିକ ପ୍ରାଣୀଙ୍କ ଧ୍ୱନି

କଥାବାର୍ତ୍ତା ବା ଭାବର ଆଦାନପ୍ରଦାନ ଆବହମାନ ସମୟରୁ ରହିଆସିଛି। ଏ ସୃଷ୍ଟିର ବଡ଼ ବୈଚିତ୍ରତା ହେଉଛି ମଣିଷଠାରୁ ଜୀବଜଗତ, କୀଟପତଙ୍ଗ ସମସ୍ତଙ୍କର ଏହି ଧ୍ୱନି ପ୍ରକରଣ ଯେତିକି…

ଆମ ତୃଷ୍ଣାର କ’ଣ ବିକଳ୍ପ ନାହିଁ

ସାମାଜିକ ଗଣମାଧ୍ୟମର ଭିଡିଓ କ୍ଲିପ୍‌ ଦେଖୁଦେଖୁ ମୋର ନଜର ପଡ଼ିଲା ମଦଜନିତ ବିଶେଷ ଖବର ଉପରେ। ଜିଲା ପ୍ରଶାସନିକ ମୁଖ୍ୟ ଅର୍ଥାତ୍‌ ଜିଲାପାଳମାନେ ବି କେଡ଼େ କୌତୁକିଆ…

ସଂସ୍କୃତିର ଅନ୍ୟ ନାମ ସ୍ବଚ୍ଛତା

ଜାପାନୀ ଭାଷାରେ ଅଛି-‘ଟାଟ୍‌ସୁ ଟୋରି ଏଟୋ ଓ୍ବ ନିଗୋସାଜୁ’। ଏହାର ଆକ୍ଷରିକ ଇଂଲିଶ୍‌ ଅନୁବାଦ କଲେ ହେବ-‘ଏ ବାର୍ଡ ଲିଭ୍‌ସ ନଥିଂ ବିହାଇଣ୍ଡ’। ଓଡ଼ିଆରେ ଏହାକୁ କୁହାଯାଇପାରେ-‘ପକ୍ଷୀ…

ଏଇ ଭାରତରେ

ପିଲା ପାଠ ପଢ଼ିବା ସହ ମାଟି ପରୀକ୍ଷାର ଟେକ୍‌ନିକ ଶିଖୁଛନ୍ତି ପୁଣେ ଦୀପ ଗୃହ ଏକାଡେମୀରେ । ସେମାନେ ମାଟି ପରୀକ୍ଷା କୌଶଳ ଶିକ୍ଷା କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ । ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri