ଏଇ ଭାରତରେ

କଥାରେ ଅଛି ଦୃଢ ଇଚ୍ଛାଶକ୍ତି ଓ କଠିନ ପରିଶ୍ରମ ଆଗରେ ପ୍ରତିବନ୍ଧକ ହାର୍‌ମାନେ। ଯାହାର ଉଦାହରଣ ସାଜିଛନ୍ତି ଉତ୍ତରାଖଣ୍ଡ ବାଗେଶ୍ୱର ଅଞ୍ଚଳ ନିବାସୀ ମମତା କାର୍କି। ୪୨ ବର୍ଷୀୟ ଏହି ମହିଳା ସାଂସାରିକ ବୋଝ ମୁଣ୍ଡାଇ ମଧ୍ୟ ପିସିଏସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେ ଏବେ ବିଡିଓ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି। ତାଙ୍କର ଏହି ସଫଳତା ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛି। ଘର ପରିବାର, ପିଲାଙ୍କ ଯତ୍ନ ନେବାପରେ ଏହି ସଫଳତା ପାଇଁ ସେ ବହୁ ପରିଶ୍ରମ କରିଛନ୍ତି। ମମତାଙ୍କ ବିବାହ ୧୧ ବର୍ଷ ତଳେ ହୋଇଥିଲା। ସେତେବେଳେ ସେ ଏକ ଇଞ୍ଜିନିୟରିଂ କଲେଜରେ ପ୍ରଫେସରଭାବେ ନିଯୁକ୍ତି ପାଇଥିଲେ। କିନ୍ତୁ ପିଲାମାନଙ୍କ ଦାୟିତ୍ୱ ନେବା ପାଇଁ ତାଙ୍କୁ ଏହି ଚାକିରି ଛାଡିବାକୁ ପଡ଼ିଥିଲା। ଏହାପରେ ପିଲାଙ୍କୁ ମଣିଷ କରିବା ଓ ପରିବାରର ଦାୟିତ୍ୱ ନେବାରେ ତାଙ୍କର ସମୟ ବିତିଯାଉଥିଲା। କିନ୍ତୁ ପାଠପଢିବା ଆଗ୍ରହ କମ୍‌ ହୋଇ ନ ଥିଲା। ତେଣୁ ସେ ପିଲାମାନଙ୍କ ସବୁ ଦାୟିତ୍ୱ ତୁଲାଇ ସାରିବା ପରେ କିଛି କିଛି ସମୟ ପଢ଼ାରେ ଧ୍ୟାନ ଦେଉଥିଲେ। ପିଲାମାନେ ବଡ଼ ହୋଇଯିବା ପରେ ମମତା କଠିନ ପରିଶ୍ରମ କରି ବିଭିନ୍ନ ପ୍ରତିଯୋଗୀତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଲେ। ଶେଷରେ ଉତ୍ତରାଖଣ୍ଡର ୨୦୨୧ ପିସିଏସ୍‌ ପରୀକ୍ଷାରେ ତାଙ୍କୁ ସଫଳତା ମିଳିଲା ଓ ଏବେ ସେ ବିଡିଓ। ବିବାହର ଏତେ ବର୍ଷ ପରେ ଏହି ସଫଳତା ପାଇଁ ମମତା ଏବେ ଚାରିଆଡୁ ପ୍ରଶଂସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ସେପ୍ଟେମ୍ବରରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ସଫଳତା: ଏହି ୩ ରାଶିଙ୍କ ଉପରେ ଧନବର୍ଷା, ଲଭ ଲାଇଫ୍‌ରେ…

ଶୁକ୍ର ଗ୍ରହ ୨୫ ଅଗଷ୍ଟରେ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ଏବେ ଶୁକ୍ର ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହ ସୁଖ, ସୌନ୍ଦର୍ଯ୍ୟ,…

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

ପ୍ରତିରକ୍ଷାରେ ଘରୋଇକରଣ

କେନ୍ଦ୍ର ସରକାର ଘରୋଇ ସଂସ୍ଥାଗୁଡ଼ିକ ପାଇଁ ପାରମ୍ପରିକ ମିଶାଇଲ ବା କ୍ଷେପଣାସ୍ତ୍ର ଉତ୍ପାଦନର ଦ୍ୱାର ଉନ୍ମୁକ୍ତ କରିଛନ୍ତି। ଏଣିକି ବେସରକାରୀ କମ୍ପାନୀଗୁଡ଼ିକ ‘ଅସ୍ତ୍ର’ ଏବଂ ‘ପ୍ରଳୟ’ ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri