ଏଇ ଭାରତରେ

ପରିବେଶ ସ୍ବଚ୍ଛ ରଖିବା ଲାଗି ଏକ ଅଭିନବ ଉପାୟ ଆପଣାଇଛନ୍ତି ମନୋଜ ରଞ୍ଜନ। ସେ ଅଳିଆ ଗଦା ହେଉଥିବା ସ୍ଥାନରେ ସୁନ୍ଦର ବଗିଚା କରି କଲୋନିରେ ସ୍ବଚ୍ଛତା ଆଣିପାରିଛନ୍ତି। ମନୋଜ ରାଞ୍ଚିର ହର୍ମୁ ହାଉସିଂ କଲୋନିରେ ରୁହନ୍ତି। ପେସାରେ ସେ ଜଣେ ଶିକ୍ଷକ। ସ୍କୁଲ ସମୟ ପରେ ସେ ବଗିଚା କାମରେ ଲାଗିଯାଆନ୍ତି। କଲୋନିର ରାସ୍ତା କଡ଼ରେ ଗୋଟିଏ ସ୍ଥାନରେ ସବୁବେଳେ ଅଳିଆ ଜମା ରହି ପରିବେଶ ପ୍ରଦୂଷଣ କରୁଥିବାରୁ ସେଠାରେ ଏଭଳି ବଗିଚା କରିଛନ୍ତି। ସେ ଏହି ବଗିଚାରେ ୨୦୦ ପ୍ରକାର ଗଛ ଲଗାଇଛନ୍ତି। ଅଦରକାରୀ ଭାବେ ପଡ଼ି ରହିଥିବା କୁଣ୍ଡସବୁ ସଂଗ୍ରହକରି ସେଥିରେ ଗଛ ଲଗାଇଛନ୍ତି। ଏଥିମଧ୍ୟରେ ବହୁ ଓଷଧୀୟ ଓ ସୌନ୍ଦର୍ଯ୍ୟବର୍ଦ୍ଧକ ଗଛ ରହିଛି। ଏହି ବଗିଚା ଆକର୍ଷଣୀୟ ହୋଇଥିବାରୁ ସେଠାରେ ଲୋକଙ୍କ ଭିଡ଼ ଜମୁଛି ଏବଂ ସେମାନେ ସେଲ୍‌ଫି ନେଉଛନ୍ତି। ବଗିଚା ଆରମ୍ଭ କରିବା ସମୟରେ ଫୁଲକୁଣ୍ଡ ଓ ଗଛଗୁଡ଼ିକୁ ଲୋକେ ନେଇଯାଉଥିଲେ। କିନ୍ତୁ ସେମାନେ ଏହାର ଗୁରୁତ୍ୱ ଉପଲବ୍ଧି କରିବା ପରେ ସହଯୋଗ କରିବାକୁ ଆଗେଇ ଆସିଥିଲେ। ମନୋଜଙ୍କ ୨ ଝିଅ ଏହି ବଗିଚାର ଯତ୍ନନେବାରେ ତାଙ୍କୁ ସାହାଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ମହିଳା ସଶକ୍ତୀକରଣର ପ୍ରତୀକ ସାଜିଛନ୍ତି ବେଙ୍ଗାଲୁରୁର ଜାନ୍ସି ବି.ଭି.। ସେ ଏକାବେଳକେ ଜଣେ ମା’, ଅଟୋଚାଳକ ଓ ପ୍ରଶିକ୍ଷକ ଭୂମିକା ନିର୍ବାହ କରୁଛନ୍ତି। ଜାନ୍ସିଙ୍କୁ ବୟସ ଏବେ…

ଗୋଟିଏ କିଲୋର କାମ ଅନେକ

ଯକୃତ ବା ଲିଭର ଶରୀରର ସବୁଠାରୁ ବଡ଼ ଗ୍ରନ୍ଥି। ଏହା ପାଚନରେ ସହାୟକ ଏକାଧିକ ପ୍ରକାରର ରସ ସୃଷ୍ଟିକରେ ଏବଂ ଶରୀରକୁ ବିଷମୁକ୍ତ ବା ଡିଟକ୍ସିଫିକେଶନ୍‌ କରିଥାଏ।…

ଗାନ୍ଧୀ ଆଦର୍ଶର ହତ୍ୟାକାରୀ

ମଣିଷ ଇତିହାସ ସୃଷ୍ଟି କରିଥାଏ ଓ ଇତିହାସ ମଧ୍ୟ ଅନେକ ସମୟରେ ନିଷ୍ଠୁର ସତ୍ୟକୁ ପ୍ରତିପାଦନ କରିବାକୁ ଯାଇ ମଣିଷକୁ କ୍ଷମା କରି ନ ଥାଏ। ବର୍ତ୍ତମାନର…

ପିଟରଙ୍କ ନୂଆ ରଣନୀତି

ହଙ୍ଗେରୀରେ ପିଟର ମାଗୟାରଙ୍କ ବିପୁଳ ବିଜୟ ଏକ ବିଶ୍ୱସ୍ତରରେ ଆଲୋଚନାର ପ୍ରସଙ୍ଗ ପାଲଟିଛି। ହଙ୍ଗେରୀର ଅନୁଭୂତି ପ୍ରାୟତଃ ଦର୍ଶାଏ, ଜଣେ ଜିତିବାକୁ ହେଲେ ବର୍ତ୍ତମାନର ଦୁର୍ନୀତି ଉପରେ…

କର୍ମଫଳର ଜୀବନଚକ୍ର

ମଣିଷର ଭାବନା ଏବଂ ଜ୍ଞାନର ଗହନ କଥାକୁ ବୁଝାଇବା ପାଇଁ ପୁରାଣରେ ଅନେକ ଅବଧାରଣା ରହିଛି। ମଣିଷ ଚିନ୍ତାଧାରାରେ ଈଶ୍ୱର ଅଛନ୍ତି ଏବଂ ତାହାର ଧାରଣା ଅଛି…

ସୃଜନାମତ୍କ ସାରସ୍ବତ ସାଧନା

ସରକାରୀ ଚାକିରି ଜୀବନ ଆରମ୍ଭରେ ବିଶ୍ୱବିଦ୍ୟାଳୟର ଜଣେ ଅଧ୍ୟାପକ ଓ ଜଣେ ଆଇଏଏସ୍‌ ଅଫିସରଙ୍କ ବେତନ ପ୍ରାୟତଃ ସମାନ ରହିଥାଏ। କିନ୍ତୁ ପ୍ରଶ୍ନ ଉଠେ, ଆଇଏଏସ୍‌ ଅଫିସର…

ଦୁରାରୋଗ୍ୟ ସଂରକ୍ଷଣ ବ୍ୟାଧି

ମୁଁ କେବେ ଡାକ୍ତର ହୋଇପାରିବିନି, କାରଣ ମୋ ଦୁର୍ଭାଗ୍ୟକୁ ମୁଁ ତଥାକଥିତ ଉଚ୍ଚ ଜାତିରେ ଜନ୍ମ ନେଇଛି। ସଂରକ୍ଷଣ ଭିତ୍ତିରେ ସରକାରୀ କୋଟାରେ ପାଠ ପଢ଼ିବାକୁ ମୋର…

ଏଠାର ପୋଲିସ ସେଠାରେ

କେନ୍ଦ୍ର ଓ ରାଜ୍ୟ ଏବଂ ରାଜ୍ୟ-ରାଜ୍ୟ ମଧ୍ୟରେ ଉତ୍ତମ ସମ୍ପର୍କ ବଜାୟ ରଖିବା ଦିଗରେ ସଂଘୀୟ ବ୍ୟବସ୍ଥା ପ୍ରମୁଖ ଭୂମିକା ନିର୍ବାହ କରିଥାଏ। ହେଲେ ଭାରତରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri