ଏଇ ଭାରତରେ

୧୪ ବର୍ଷ ବୟସରେ ବାହା ହୋଇଥିଲେ ତାଙ୍କଠାରୁ ତିନିଗୁଣ ଅଧିକ ବୟସର ବ୍ୟକ୍ତିଙ୍କୁ। ସେ ମା’ ହେଲେ ୧୫ ବର୍ଷରେ। ବାଲ୍ୟ ବିବାହର ଯନ୍ତ୍ରଣାକୁ ଅତି ନିକଟରୁ ଦେଖିଥିବା ଏହି ମହିଳା ଜଣକ ହେଉଛନ୍ତି ବିହାରର ରୋଶନି ପରଓ୍ବିନ। ସେ ଏବେ ଏହି ପ୍ରଥାକୁ ଦୂର କରିବା ଲାଗି ଅଭିଯାନ ଚଳାଇଛନ୍ତି। ରୋଶନି କିଶାନଗଞ୍ଜ ସିମନବାରିର ଏକ ଛୋଟ ଗାଁରେ ରୁହନ୍ତି। ସେ ନବମରେ ପଢୁଥିବା ସମୟରେ ପରିବାର ଲୋକେ ବାଧ୍ୟ କରି ତାଙ୍କୁ ୪୫ ବର୍ଷ ବୟସର ବ୍ୟକ୍ତିଙ୍କ ସହ ବାହାଘର କରାଇଦେଇଥିଲେ। ପରେ ପାରିବାରିକ ବିବାଦରୁ ତାଙ୍କ ସ୍ବାମୀ ତାଙ୍କୁ ଆଉ ଗ୍ରହଣ କରି ନ ଥିଲେ । ଫଳରେ ସେ ସେଠାରୁ ଦୂରେଇ ଆସି ବାଲ୍ୟ ବିବାହ ବିରୋଧରେ ଅଭିଯାନ ଚଳାଇବାକୁ ନିଷ୍ପତ୍ତି ନେଇଥିଲେ। ରୋଶନି ପ୍ରଥମେ ଚାଇଲ୍ଡଲାଇନ ଇଣ୍ଡିଆ ଫାଉଣ୍ଡେଶନରେ ଯୋଗ ଦେଇଥିଲେ । ପରେ ସେଭ୍‌ ଦି ଚାଇଲ୍ଡ ଓ ୟୁନିସେଫ ସହଯୋଗରେ ଏହି ସଂସ୍ଥାର ନେତୃତ୍ୱ ନେଇ ସେ ବାଲ୍ୟ ବିବାହ ରୋକିବା ଲାଗି ବିଭିନ୍ନ ଅଭିିଯାନ ଚଳାଇଛନ୍ତି। ବର୍ତ୍ତମାନ ସୁଦ୍ଧା ରୋଶନି ୬୦ଟି ବାଲ୍ୟବିବାହ ବନ୍ଦ କରିବାରେ ସକ୍ଷମ ହୋଇପାରିଛନ୍ତି। ବିଭିନ୍ନ ଗାଁରେ ସେ ୧୫ ଜଣ ପାପ୍ତବୟସ୍କ ଝିଅଙ୍କୁ ନେଇ ଏକ ଗୋଷ୍ଠୀ ଗଠନ କରିଛନ୍ତି। ଏହା ବ୍ୟତୀତ ଜିଲା ପ୍ରଶାସନ, ବିଡିଓ, ସିଡିପିଓ ଏବଂ ପୋଲିସଙ୍କ ସହଯୋଗରେ କାର୍ଯ୍ୟ କରୁଛନ୍ତି। ଏଥିପାଇଁ ସେ ମଧ୍ୟ ଜାତିସଂଘ ଦ୍ୱାରା ପୁରସ୍କୃତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଜାପତି ପ୍ରଭାବ

ପ୍ରଜାପତି ପ୍ରଭାବ ହେଉଛି ପଦାର୍ଥ ବିଜ୍ଞାନ ଓ ଗଣିତର ଏକ ଗୁରୁତ୍ୱପୂର୍ଣ୍ଣ ତତ୍ତ୍ୱ। ଏହା ହେଉଛି ଏକ ଅବଧାରଣା ଯେଉଁଥିରେ ଗୋଟିଏ ଜଟିଳ ପ୍ରଣାଳୀରେ କ୍ଷୁଦ୍ର ତଥା…

ଓଡ଼ିଶା ଦିବସର ଅନୁଚିନ୍ତା: ସମୃଦ୍ଧ, ସଶକ୍ତ ଓଡ଼ିଶା

ଆଜିର ଦିନଟି ପ୍ରତ୍ୟେକ ଓଡ଼ିଶାବାସୀଙ୍କ ପାଇଁ ବାର୍ଷିକ କ୍ୟାଲେଣ୍ଡରରେ ଏକ ମହତ୍ତ୍ୱପୂର୍ଣ୍ଣ ଦିନ। ୯୦ବର୍ଷ ତଳେ ଆଜିର ଦିନରେ ସ୍ବତନ୍ତ୍ର ଓଡ଼ିଶା ଗଠିତ ହୋଇଥିଲା, ଯାହା ଭାରତର…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ସୁନା, କଳି ଓ ଅର୍ଥନୀତି

ଏକଦା ରାଜା ପରିକ୍ଷିତ ନିଜ ରାଜ୍ୟ ତଥା ରାଜ୍ୟବାସୀଙ୍କ ଭଲମନ୍ଦ ଜାଣିବା ପାଇଁ ଭ୍ରମଣାର୍ଥେ ବାହାରିଥିଲେ। ଠିକ୍‌ ସେହି ସମୟରେ ଏକ ବିଶାଳ ବପୁଧାରୀ ବ୍ୟକ୍ତି (ଯେକି…

ସମୁଦ୍ରର ନୂଆ ଭୂଗୋଳ

ସମଗ୍ର ପୃଥିବୀରେ ଯେତେ ସମୁଦ୍ର ଅଛି ସେମାନଙ୍କର ଜଳରାଶି ପ୍ରତିବର୍ଷ ୩.୦୬ ମିଲିମିଟର ହାରରେ ବଢିବାରେ ଲାଗିଛି। ସେ ଭିତରୁ ବଙ୍ଗୋପସାଗରରେ ଜଳରାଶି ଅଧିକ ହାରରେ ବୃଦ୍ଧି…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

ଏଇ ଭାରତରେ

ଦିଲ୍ଲୀ-ଏନ୍‌ସିଆର, ଉତ୍ତରପ୍ରଦେଶ, ହରିୟାଣା ଏବଂ ଗୁଜରାଟର ୨୦ଟି ସରକାରୀ ଓ ୮ଟି ଘରୋଇ ସ୍କୁଲରେ ପିଲାମାନେ ଚାଷକରି ପରିବା ଉତ୍ପାଦନ କରିବାକୁ ସକ୍ଷମ ହୋଇପାରିଛନ୍ତି। ଏହା ସମ୍ଭବ…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri