ଏଇ ଭାରତରେ

ଗୋଟେ ମଇଁଷିର ଦାମ୍‌ ୧ ଲକ୍ଷ ଟଙ୍କାରୁ ଅଧିକ ହେବା କଥା ହୁଏତ କେହି ଭାବି ନ ଥିବେ। ମାତ୍ର ମଇଁଷିର ଦାମ୍‌ ବି ୨୩ କୋଟି ଟଙ୍କା ହୋଇପାରେ ଏକଥା ଅନେକଙ୍କୁ ଆଚମ୍ବିତ କରିପାରେ। ମାତ୍ର ଏଭଳି ଭିନ୍ନ ଧରଣର ମଇଁଷି ଅଛନ୍ତି ଉତ୍ତରପ୍ରଦେଶ ମେରଠରେ। ଏଠାରେ ଥିବା ସର୍ଦ୍ଦାର ବଲ୍ଲଭଭାଇ ପଟେଲ କୃଷି ବିଶ୍ୱବିଦ୍ୟାଳୟରେ ଏଭଳି ବିଭିନ୍ନ ପ୍ରକାରର ମଇଁଷି ଅଛନ୍ତି ଯାହାର ଦାମ୍‌ ୯ କୋଟି, ୧୦ କୋଟିରୁ ଆରମ୍ଭ କରି ୨୩ କୋଟି ଟଙ୍କା ପର୍ଯ୍ୟନ୍ତ ରହିଛି। ହେଲେ ଏତେ ଦାମ୍‌ ସତ୍ତ୍ୱେ ଏହି ମଇଁଷିଙ୍କୁ ବିକ୍ରି କରାଯାଏ ନାହିଁ। ବରଂ ଖୁବ୍‌ ଯତ୍ନରେ ଏମାନଙ୍କ ରକ୍ଷଣାବେକ୍ଷଣ କରାଯାଏ। ବିଶ୍ୱ ବିଦ୍ୟାଳୟର ଅଧିକାରୀଙ୍କ କହିବା ଅନୁସାରେ ଏଠାରେ ଏହିସବୁ ମଇଁଷିଙ୍କୁ କୃତ୍ରିମ ଗର୍ଭଧାରଣ ନିମନ୍ତେ ବ୍ୟବହାର କରାଯାଉଛି। ଏହା ବ୍ୟତୀତ ସ୍ଥାନୀୟ ଅଞ୍ଚଳରେ ବିଭିନ୍ନ ସ୍ଥାନରେ ହେଉଥିବା ପ୍ରଦର୍ଶନୀରେ ମଧ୍ୟ ଏହି ମଇଁଷି ଭାଗ ନେଇଥାନ୍ତି ଓ ଲକ୍ଷ ଲକ୍ଷ ଟଙ୍କା ରୋଜଗାର ବି କରିଥାନ୍ତି। କାରଣ ଏମାନଙ୍କର ସିମେନ୍‌ର ଖୁବ୍‌ ଚାହିଦା ରହିଛି ଓ ଲୋକେ ଚଢା ଦାମ୍‌ରେ ନେବାପାଇଁ ବି ପ୍ରସ୍ତୁତ ଥାନ୍ତି। କେବଳ ଜାତୀୟ ସ୍ତରରେ ନୁହେଁ ବରଂ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଏହି ସିମେନ୍‌ର ବହୁ ଚାହିଦା ରହିଛି। ସେଥିପାଇଁ ଦେଶ ବିଦେଶର ବିଭିନ୍ନ ସ୍ଥାନକୁ ଏମାନଙ୍କ ସିମେନ୍‌ ବିକ୍ରି କରାଯାଇଥାଏ। ଏବେ ସୁଦ୍ଧା ଏମାନଙ୍କଠାରୁ ହଜାର ହଜାର ସଂଖ୍ୟାରେ ଉନ୍ନତ ପ୍ରଜାତିର ମଇଁଷି ସୃଷ୍ଟି ହୋଇ ସାରିଛନ୍ତି ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri