ଏଇ ଭାରତରେ

କୃଷି ପାଇଁ ରସିକ ନାକୌମଙ୍କୁ ଶିକ୍ଷକ ଚାକିରି ଛାଡ଼ିବାକୁ ପଡ଼ିଛି। ସେ ବିନା ମାଟିରେ ଅର୍ଥାତ୍‌ କେବଳ ପାଣିରେ(ହାଇଡ୍ରୋପୋନିକ) ପଦ୍ଧତିରେ ଚାଷ କରିବା ସହ ଗତ ୫ ବର୍ଷ ମଧ୍ୟରେ ୫୦୦୦ ଲୋକଙ୍କୁ ଏହି ଚାଷ ସମ୍ପର୍କରେ ପ୍ରଶିକ୍ଷଣ ଦେଇସାରିଲେଣି। ସେ ଏହି ପ୍ରଶିକ୍ଷଣ ବିନା ଦେୟରେ ଜାରି ରଖିଛନ୍ତି। ରସିକ ରାଜକୋଟରେ ସପରିବାର ରହୁଛନ୍ତି। ତାଙ୍କ ପରିବାରର ମୁଖ୍ୟ ଆୟର ଉତ୍ସ ହେଉଛି କୃଷି। ଏଣୁ ସେ ସରକାରୀ ଶିକ୍ଷକ ଭାବେ ଚାକିରି ଛାଡ଼ି କୃଷି କ୍ଷେତ୍ରକୁ ଆସିଛନ୍ତି ବୋଲି କୁହନ୍ତି ରସିକ। ଅନେକଙ୍କ ପାଖରେ ଜମି ନ ଥିଲେ ବି ସେମାନେ କିଭଳି କମ୍‌ ଜାଗାରେ ଚାଷ କରି ଅଧିକ ଆୟ କରିପାରିବେ ସେହି ଲକ୍ଷ୍ୟରେ ରସିକ ପ୍ରଶିକ୍ଷଣ ଦେଉଛନ୍ତି। ଏପରି କି ଗୁଜରାଟର ବିଭିନ୍ନ ବିଶ୍ୱବିଦ୍ୟାଳୟ ମାଧ୍ୟମରେ ସେ କୃଷକ ଓ ଛାତ୍ରମାନଙ୍କୁ ପ୍ରଶିକ୍ଷଣ ଦେଉଛନ୍ତି। ମାରୁତି ନନ୍ଦନ ଚାରିଟେବଲ ଟ୍ରଷ୍ଟ ମାଧ୍ୟମରେ ସେ ଏହି କାର୍ଯ୍ୟ କରୁଛନ୍ତି। ତାଙ୍କ ଅଗଣାରେ ହାଇଡ୍ରୋପୋନିକ ପଦ୍ଧତିରେ ପୋଇ, ଧନିଆ, ଲଙ୍କା, ବାଇଗଣ, ଷ୍ଟ୍ରବେରି ଆଦି ୨୫ରୁ ଅଧିକ ପ୍ରକାର ପରିବା ଉପତ୍ାଦନ କରୁଛନ୍ତି। ରସିକଙ୍କର ଏହି ହାଇଡ୍ରୋପୋନିକ ଫାର୍ମକୁ ବହୁ କୃଷି ବିଜ୍ଞାନୀ ଓ ଚାଷୀମାନେ ଦେଖିବାକୁ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri