ଏଇ ଭାରତରେ

ସ୍ବାମୀ ଓ ସ୍ତ୍ରୀଙ୍କ ବୟସ ଏବେ ୭୯। ତଥାପି ସେମାନେ ବୟସର ଛାପ ନିଜ ଉପରେ ପଡ଼ିବାକୁ ଦେଇ ନାହାନ୍ତି କି ହାର୍‌ ମାନି ନାହାନ୍ତି। ଡାକ୍ତର ନ ହୋଇ ମଧ୍ୟ ପରିଣତ ବୟସରେ ସେମାନେ ପଶ୍ଚିମବଙ୍ଗ ସୁନ୍ଦରବନର ଦୁର୍ଗମ ଅଞ୍ଚଳରେ ଲୋକମାନଙ୍କୁ ଚିକିତ୍ସା ସେବା ଯୋଗାଇ ଦେଉଛନ୍ତି। ଏହି କାର୍ଯ୍ୟ ସେ ଦୀର୍ଘ ୪୩ ବର୍ଷ ହେଲା କରି ଆସୁଛନ୍ତି। ମହମ୍ମଦ ଅବଦୁଲ ଓ୍ବହାବ ଓ ତାଙ୍କ ସ୍ତ୍ରୀ ସାବିତ୍ରୀ ପାଲ ୧୯୮୦ରେ ସଦର୍ନ ହେଲ୍‌ଥ ଇମ୍ପୃଭମେଣ୍ଟ ସମିତି (ଏସ୍‌ଏଚ୍‌ଆଇଏସ୍‌) ସଂସ୍ଥା ଗଠନ କରି ଏହା ସାହାଯ୍ୟରେ ସେବା ଅଭିଯାନ ଜାରି ରଖିଛନ୍ତି। ମହମ୍ମଦ ଜଣେ ଆଇନଜୀବୀ ଓ ସାବିତ୍ରୀ ଜଣେ ଶିକ୍ଷକ ଥିଲେ। ସେମାନେ ଏହାକୁ ଛାଡ଼ି ଏହି କାର୍ଯ୍ୟରେ ଲାଗିଛନ୍ତି। ସୁନ୍ଦରବନରେ ଥିବା ଛୋଟବଡ଼ ୩୦ଟି ଟାପୁରେ ବୋଟ କ୍ଲିନିକ ଦ୍ୱାରା ଏହା କରୁଛନ୍ତି। ପ୍ରତ୍ୟେକ କ୍ଲିନିକରେ ଡାକ୍ତର, ନର୍ସ, ଜଣେ ଏକ୍ସ-ରେ ଟେକ୍‌ନିସିଆନ, ଜଣେ ଲାବୋରେଟୋରି ଟେକ୍‌ନିସିଆନ ଓ ଜଣେ ଫାର୍ମାସିଷ୍ଟ ରହିଛନ୍ତି। ଏଡି କ୍ଲିନିକରେ ଦୁଇଟି ମେଡିକାଲ ବେଡ୍‌, ମୋବାଇଲ ଏକ୍ସ-ରେ, ପାଥୋଲୋଜିକାଲ ୟୁନିଟ, ମେଡିକାଲ ଷ୍ଟୋର୍‌ ରୁମ୍‌ ଏବଂ ଏକ ଅକ୍ସିଜେନ ସିଲିଣ୍ଡର ରଖାଯାଇଛି। ଏହିଭଳି ୪ଟି ବୋଟ କ୍ଲିନିକ ରହିଛି। ମୁଖ୍ୟତଃ ଯକ୍ଷ୍ମା ରୋଗ ଚିହ୍ନଟ ଲାଗି ଏହା ଅଧିକ ଗୁରୁତ୍ୱ ଦେଉଛି। ଏଥିରେ ନିଯୁକ୍ତ ସମସ୍ତ କର୍ମଚାରୀଙ୍କୁ ମଧ୍ୟ ଏହି ଦମ୍ପତି ଦରମା ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri