ଏଇ ଭାରତରେ

ପରିବେଶ ଭଲ ରହିଲେ ଆମେ ଭଲ ରହିବା। ଏକଥା ସମସ୍ତେ ଜାଣନ୍ତି, କିନ୍ତୁ ବ୍ୟକ୍ତିଗତ ସ୍ତରରେ କିଛି କରିବା ପାଇଁ କଷ୍ଟକର ମନେକରନ୍ତି। ହେଲେ ଏଭଳି ଆହ୍ବାନକୁ କେତେକ ଜୀବନର ଲକ୍ଷ୍ୟଭାବେ ଗ୍ରହଣ କରି ଏକ ବୈପ୍ଳବିକ ପରିବର୍ତ୍ତନ ଆଣିଥାନ୍ତି। ଦରକାର ହେଲେ ଅନ୍ୟ ସମସ୍ତଙ୍କୁ ଛାଡି ଦିଅନ୍ତି ପଛେ ଲକ୍ଷ୍ୟରୁ ଓହରନ୍ତି ନାହିଁ। ଠିକ୍‌ ଏମିତି ଏକ ଉଦାହରଣ ସୃଷ୍ଟି କରିଛନ୍ତି ରାଜସ୍ଥାନ ଭରତପୁରର ବଚ୍ଚୁ ସିଂ। ପରିବେଶ ସୁରକ୍ଷା ଦିଗରେ କାମ କରିବା ପାଇଁ ସେ ତାଙ୍କ ଜୀବନକୁ ସମ୍ପୂର୍ଣ୍ଣ ସମର୍ପିତ କରିଦେଇଛନ୍ତି। ଏବେ ସୁଦ୍ଧା ଦେଢ ଲକ୍ଷ ଗଛ ଲଗାଇ ଜଙ୍ଗଲ ସୃଷ୍ଟି କରି ସାରିଲେଣି। ଏବେ ବି ପ୍ରତିଦିନ ସେ ଗଛ ଲଗାଇବା, ତା’ର ଯତ୍ନ ନେବା ଆଦି ବିଭିନ୍ନ ପ୍ରକାର କାମ କରୁଛନ୍ତି। ଏମିତି କି ଗଛକୁ ସୁରକ୍ଷା ଦେବା ପାଇଁ ସେ ଆମ୍ବୁଲାନ୍ସ ସେବା ମଧ୍ୟ ସୃଷ୍ଟି କରିଛନ୍ତି। ମଣିଷଙ୍କ ଦେହ ଖରାପ ହେଲେ ଯେପରି ଆମ୍ବୁଲାନ୍ସ ସେବା ମିଳେ ଠିକ୍‌ ସେହିପରି ଗଛର କୌଣସି ଅସୁବିଧା ହେଲେ ସେ ତୁରନ୍ତ ସୁରକ୍ଷା ଦେବା ପାଇଁ ଏଭଳି ଏକ ସେବା ସୃଷ୍ଟି କରିଛନ୍ତି। ତାଙ୍କ ମତରେ ପରିବେଶ ସୁରକ୍ଷା ଓ ଜଙ୍ଗଲ ରକ୍ଷା କରିବା କେବଳ ସରକାର ବା କୌଣସି ଅନୁଷ୍ଠାନର କାମ ନୁହେଁ, ପ୍ରତ୍ୟେକ ବ୍ୟକ୍ତି ଏଥିପାଇଁ ସଚେତନ ହେବା ଜରୁରୀ। ତେବେ ସବୁ ସମୟରେ ଗଛର ଯତ୍ନ ନେବା ପାଇଁ ସେ ନିଜ ଚାକିରିରୁ ସ୍ବେଚ୍ଛାକୃତ ଅବସର ମଧ୍ୟ ନେଇଥିଲେ। ଏହାପରେ ସବୁ ସମୟ ଗଛର ଯତ୍ନ ନେବାରେ ସେ କଟାଇ ଦେଉଛନ୍ତି। ଗଛକୁ ନିଜର ସନ୍ତାନ ଭଳି ସେ ଦେଖନ୍ତି, ସବୁ ସମୟରେ ନିରନ୍ତରଭାବେ ଏହି କାମ କରି ସେ ଏବେ ଜଙ୍ଗଲ ସୃଷ୍ଟି କରିବାରେ ସକ୍ଷମ ହୋଇଛନ୍ତି। ଏଭଳି କାମ ପାଇଁ ତାଙ୍କୁ ଏବେ ରାଜ୍ୟ ସରକାରଙ୍କଠାରୁ ସମ୍ମାନ ମଧ୍ୟ ମିଳିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?