ଏଇ ଭାରତରେ

ଫାର୍ମଲାଣ୍ଡକୁ ଏକ ଫ୍ରି ଏକାଡେମୀରେ ପରିଣତ କରିଦେଇଛନ୍ତି ପୋଲିସ କନ୍‌ଷ୍ଟେବଲ ଥୋକାପ୍ପିୟାନ ଶିବରାଜ। ତାଙ୍କ ଘର ତମିଲନାଡୁର ଭିଲ୍ଲୁପୁରମା କପ୍ପୁରରେ। ତାଙ୍କ ବୟସ ଏବେ ୪୧। ସେ ଅର୍ଥନୀତିରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବା ପରେ ଅର୍ଥାଭାବରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି ଆରମ୍ଭ କରିଥିଲେ। ୨୦୧୦ରେ ପୋଲିସରେ ଭର୍ତ୍ତି ହୋଇଥିଲେ। ଏହିଠାରେ ସେ ସରକାରୀ ଚାକିରି ଆଶାୟୀଙ୍କୁ ଶିକ୍ଷା ଓ ବିଭିନ୍ନ ଧନ୍ଦାମୂଳକ ଟ୍ରେନିଂ ଦେବାର ବ୍ୟବସ୍ଥା କରିଛନ୍ତି। ସେ ତାଙ୍କ ଟ୍ରେନିଂ ସେଣ୍ଟରର ନାମ ରଖିଛନ୍ତି ପୁଥିୟା ସିରାଗୁଗଲ ଅର୍ଥାତ୍‌ ‘ନ୍ୟୁ ଓ୍ବିଙ୍ଗସ’ । ଏହାକୁ ସେ ୨୦୧୩ରେ ପ୍ରତିଷ୍ଠା କରିଥିଲେ। ଏବେ ସୁଦ୍ଧା ୪୦୦ରୁ ଊର୍ଦ୍ଧ୍ୱ ଗ୍ରାମୀଣ ଯୁବକ ଏଠାରେ ଟ୍ରେନିଂ ନେଇ ସରକାରୀ ଚାକିରି ପାଇ ସାରିଲେଣି। ଏମାନେ ବିଶେଷକରି ପୋଲିସ, ରାଜସ୍ବ, ଶ୍ରମ ଏବଂ ପ୍ରଶାସନିକ ବିଭାଗରେ ଚାକିରି ପାଇଛନ୍ତି। ବଡ଼ କଥା ହେଉଛି ଶିବରାଜଙ୍କ ପୂରା ପରିବାର ପିଲାମାନଙ୍କୁ ପଢାଉଛନ୍ତି। ତାଙ୍କ ଭାଇ ସତ୍ୟରାଜ ବିଭିନ୍ନ ବିଷୟ ପଢାଇବା ସହ ଶାରୀରିକ ଟ୍ରେନିଂ ଦେଉଛନ୍ତି। ଭଉଣୀ ଜୀବିତା ଟାଇପିଂ, କମ୍ପ୍ୟୁଟର ଶିକ୍ଷା ଦେଉଛନ୍ତି। ସେ ୧ ଏକର ଜମିକୁ ଟ୍ରେନିଂ ଗାଉଣ୍ଡ କରିଦେଇଛନ୍ତି। ଏହା ପାଇଁ ସେ ତାଙ୍କ ସଞ୍ଚିତ ଅର୍ଥରୁ ୧୦ ହଜାର ଟଙ୍କା ଖର୍ଚ୍ଚ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ ବ୍ୟବସ୍ଥା ଓ ସାଧାରଣ ଜନତା

କେନ୍ଦୁଝରର ଜିତୁ ମୁଣ୍ଡା ଏବେ ସାରା ଭାରତ ଓ ବିଶ୍ୱରେ ଚର୍ଚ୍ଚିତ ହୋଇଛନ୍ତି। ନିଜ ମୃତ ଭଉଣୀଙ୍କ ନାମରେ ବ୍ୟାଙ୍କରେ ଥିବା ଟଙ୍କାକୁ ଉଠେଇବାକୁ ଯାଇ ବାରମ୍ବାର…

ପିଇବା ପାଣିର ବଜାରୀକରଣ

ବିଗତ ସତୁରି ଅଶୀ ଦଶକର କଥା। ବିନା ଦ୍ୱନ୍ଦ୍ୱରେ କୂଅ ଓ ନଳକୂଅରୁ ସିଧା ସଳଖ ଆମେ ପାଣି ପିଇ ଦେଉଥିଲୁ। ଏ କଥା ଏବେ ଭାବିଲା…

ଯୁକ୍ତିଯୁକ୍ତ ଦୃଷ୍ଟିକୋଣ

ଭାରତର ସଦ୍ୟତମ ବାବୁ ଅଦଳବଦଳ ପ୍ରକୃତରେ ବଦଳି କିମ୍ବା ନିଯୁକ୍ତି ବିଷୟକୁ ନୁହେଁ, ବରଂ ନୂଆଦିଲ୍ଲୀର ଶାସକୀୟ ଦୃଷ୍ଟିକୋଣର ଏକ ଗଭୀର ପରିବର୍ତ୍ତନକୁ ସୂଚିତ କରୁଛି। ସୂତ୍ରରୁ…

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

ଦଳ ଅଳିଆ ଡବାରେ ଚାଇନାର ଉପହାର ଫିଙ୍ଗିଦେଲେ ଟ୍ରମ୍ପ, ଏୟାରପୋର୍ଟରେ ଘଟିଲା…

ଓ୍‌ବାଶିଂଟନ୍‌,୧୬।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତିନି ଦିନିଆ ଚାଇନା ଗସ୍ତ ଶେଷ ହୋଇଛି। ଡୋନାଲ୍ଡ ଟ୍ରମ୍ପ ନିଜ ଦେଶକୁ ଫେରିବା ପାଇଁ ଏୟାରଫୋର୍ସ ୱାନ ଯୋଗେ…

୬୦ ବର୍ଷ ବୟସ ପରେ ମାସିକ ୩୦୦୦ ଟଙ୍କା ପେନସନ ପାଇବେ ଚାଷୀ, ବୃଦ୍ଧାବସ୍ଥା ବେଳେ ସୁରକ୍ଷା ଯୋଗାଇବ ଏହି ଯୋଜନା

ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି…

ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ, ବସ୍ତ୍ର, ଆବଶ୍ୟକୀୟ ସାମଗ୍ରୀ ସହ ଦେଲେ…

ବଲାଙ୍ଗୀର, ୧୬।୫ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକର ବୁଢ଼ୀସିଣ୍ଡୋଲ ଗାଁର ଡାଙ୍ଗଗୋଠ ଠାରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ତିନିଜଣ ବ୍ୟକ୍ତିଙ୍କ ଘର…

ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ

ଭୁବନେଶ୍ୱର,୧୬ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri