ଏଇ ଭାରତରେ

କେଶ କାଟିବାକୁ ହେଲେ ସେଲୁନ୍‌ ଯିବାକୁ ପଡ଼େ। ହେଲେ ସେଲୁନ୍‌ କେବେ ଲୋକଙ୍କ ପାଖକୁ ଆସିବା ଦେଖିଛନ୍ତି! ଅଜବ କଥା ଭଳି ଲାଗୁଥିଲେ ବି ଏମିତି ଏକ ଦୃଶ୍ୟ ଏବେ ଦେଖିବାକୁ ମିଳୁଛି ଉତ୍ତରପ୍ରଦେଶ ବାରାଣସୀରେ। ଏଠାରେ ଜଣେ ବ୍ୟକ୍ତି ସାଇକେଲରେ ତାଙ୍କର ସେଲୁନ ଧରି ଘର ଘର ବୁଲି କେଶ କାଟିବା ପାଇଁ ନିମନ୍ତ୍ରଣ ଦେଉଛନ୍ତି। ତା’ ପୁଣି ମାଗଣାରେ। ହେଲେ ଏଥିପାଇଁ ସେ ଏକ ସର୍ତ୍ତ ରଖିଛନ୍ତି। ଏହି ସର୍ତ୍ତ ଅନୁସାରେ ସେ କେବଳ ଗୋଟିଏ ଷ୍ଟାଇଲ୍‌ରେ ଚୁଟି କାଟିବେ, ତାହା ହେଉଛି ଯୋଗୀ ଷ୍ଟାଇଲ୍‌ ଅର୍ଥାତ୍‌ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଭଳି ଯିଏ ଚୁଟି କାଟିବ ସେ ମାଗଣାରେ ତା’ର ଚୁଟି କାଟିଦେବେ ବୋଲି କହିଛନ୍ତି। ଏଭଳି ଏକ ଘୋଷଣା କରି ସହରର ଗଳିକନ୍ଦିରେ ବୁଲୁଥିବା ବ୍ୟକ୍ତିଙ୍କ ନାମ ଛୋଟେ ଲାଲ୍‌ ଓ ତାଙ୍କ ସେଲୁନର ନାଁ ମୋଦି ହେୟାର କଟିଂ ସେଲୁନ୍‌। ନିଜକୁ ସେବକ ବୋଲି କହୁଥିବା ଛୋଟେ ଲାଲ୍‌ କେବଳ ମହାକୁମ୍ଭ ମେଳା ପାଇଁ ଏଭଳି ଅଫର ଯୋଗାଇ ଦେଇଛନ୍ତି। ଆଉ ଏଥିପାଇଁ ଛୋଟେ ଲାଲ୍‌ଙ୍କର ଭ୍ରାମ୍ୟମାଣ ସେଲୁନ୍‌କୁ ନେଇ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri