ଏଇ ଭାରତରେ

ପାର୍କରେ ବହି ପଢ଼ିବାର ବ୍ୟବସ୍ଥା କରୁଛନ୍ତି ଅହମଦାବାଦର ଜିତ୍‌ ଜୋଷୀ ଓ ଓମ୍‌ ଠାକୁର। ସେମାନେ ସହରର ବିଭିନ୍ନ ପାର୍କରେ ମିନି ଲାଇବ୍ରେରି ଖୋଲୁଛନ୍ତି। କହିବାକୁ ଗଲେ ପାର୍କକୁ ସେମାନେ ଏକ ପଠନ କେନ୍ଦ୍ର କରିଦେଇଛନ୍ତି। ଏହାର ଅଗ୍ରଗତି ପାଇଁ ‘ୟୋର ରିଡିଂ ସର୍କଲ’ ଅଭିଯାନ ଚଳାଇଛନ୍ତି। ସର୍ବସାଧାରଣ ପାର୍କଗୁଡ଼ିକରେ ପ୍ରତିଷ୍ଠା ହୋଇଥିବା ମିନି ଲାଇବ୍ରେରିରୁ ଲୋକେ ମାଗଣାରେ ବହି ନେଇ ପଢୁଛନ୍ତି। ଜିତ୍‌ ଜୋଷୀଙ୍କ ବୟସ ୨୦ ଓ ସେ ଏବେ ବି.କମ୍‌ ପଢୁଛନ୍ତି। ୧୯ ବର୍ଷୀୟ ଓମ୍‌ ଜଣେ ବିବିଏର ଛାତ୍ର। ସେମାନେ ବହି ସଂଗ୍ରହ କରି ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ସେପ୍ଟେମ୍ବର ୨୦୨୩ରେ ‘ୟୋର ରିଡିଂ ସର୍କଲ’ ଅଭିଯାନରେ ଅହମଦାବାଦର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ଏଥିପାଇଁ ଏକ ହ୍ବାଟ୍ସଆପ୍‌ ଗ୍ରୁପ୍‌ ଖୋଲି ପଢ଼ିବା ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ ଏବଂ ପରେ ପ୍ରଥମ ମିନି ଲାଇବ୍ରେରି ପରିମଲ ଗାର୍ଡେନରେ ଖୋଲିଥିଲେ ଏମିତି କା ଲାଇବ୍ରେରି ସରକାରୀ ଅନୁମତିରେ ଖୋଲୁଛନ୍ତି। ପାର୍କରେ ଛୋଟ ଛୋଟ ବକ୍ସ କରି ସେଥିରେ ବହି ରଖାଯାଉଛି ଓ ପ୍ରତ୍ୟେକଟି ପାର୍କ ନିକଟରେ ରହୁଥିବା ଦୁଇଜଣ ସ୍ବେଚ୍ଛାସେବୀ ଏହାର ଦେଖାରଖା କରୁଛନ୍ତି। ଜିତ୍‌ ଓ ଓମ୍‌ ଏବେ ଗୁଜରାଟର ବିଭିନ୍ନ ସ୍କୁଲରେ ଲାଇବ୍ରେରି ଖୋଲିବାକୁ ଯୋଜନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

ସ୍ଥାନୀୟ ପ୍ରଶାସନକୁ କଥା ଦେଇ କଥା ରଖିଲାନି ଠିକାସଂସ୍ଥା: ମରାମତି ନୋହିଲା ଷ୍ଟ୍ରିଟ୍‌ ଲାଇଟ୍‌, ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଆଉ କିଛି ଦିନ ପରେ ପାଳିବ ଶୀତ ମହୋତ୍ସବ। ଏଥିପାଇଁ ପ୍ରଶାସନ ପକ୍ଷରୁ...

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ।...

ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ଚଢ଼ିଗଲା ପିତ୍ତ: ରାସ୍ତା ମଝିରେ କଲେ…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ପିତ୍ତ ଚଢ଼ିଗଲା। ରାସ୍ତା ମଝିରେ ପ୍ରେମିକାଙ୍କୁ ଗୋଡ଼ାଇ ପିଟିଲେ। ଏଭଳି ଘଟଣା ଇନ୍‌ଫୋଭ୍ୟାଲି ଥାନା ପିତାପଲ୍ଲୀ...

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri