ଏଇ ଭାରତରେ

ପାର୍କରେ ବହି ପଢ଼ିବାର ବ୍ୟବସ୍ଥା କରୁଛନ୍ତି ଅହମଦାବାଦର ଜିତ୍‌ ଜୋଷୀ ଓ ଓମ୍‌ ଠାକୁର। ସେମାନେ ସହରର ବିଭିନ୍ନ ପାର୍କରେ ମିନି ଲାଇବ୍ରେରି ଖୋଲୁଛନ୍ତି। କହିବାକୁ ଗଲେ ପାର୍କକୁ ସେମାନେ ଏକ ପଠନ କେନ୍ଦ୍ର କରିଦେଇଛନ୍ତି। ଏହାର ଅଗ୍ରଗତି ପାଇଁ ‘ୟୋର ରିଡିଂ ସର୍କଲ’ ଅଭିଯାନ ଚଳାଇଛନ୍ତି। ସର୍ବସାଧାରଣ ପାର୍କଗୁଡ଼ିକରେ ପ୍ରତିଷ୍ଠା ହୋଇଥିବା ମିନି ଲାଇବ୍ରେରିରୁ ଲୋକେ ମାଗଣାରେ ବହି ନେଇ ପଢୁଛନ୍ତି। ଜିତ୍‌ ଜୋଷୀଙ୍କ ବୟସ ୨୦ ଓ ସେ ଏବେ ବି.କମ୍‌ ପଢୁଛନ୍ତି। ୧୯ ବର୍ଷୀୟ ଓମ୍‌ ଜଣେ ବିବିଏର ଛାତ୍ର। ସେମାନେ ବହି ସଂଗ୍ରହ କରି ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ସେପ୍ଟେମ୍ବର ୨୦୨୩ରେ ‘ୟୋର ରିଡିଂ ସର୍କଲ’ ଅଭିଯାନରେ ଅହମଦାବାଦର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ଏଥିପାଇଁ ଏକ ହ୍ବାଟ୍ସଆପ୍‌ ଗ୍ରୁପ୍‌ ଖୋଲି ପଢ଼ିବା ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ ଏବଂ ପରେ ପ୍ରଥମ ମିନି ଲାଇବ୍ରେରି ପରିମଲ ଗାର୍ଡେନରେ ଖୋଲିଥିଲେ ଏମିତି କା ଲାଇବ୍ରେରି ସରକାରୀ ଅନୁମତିରେ ଖୋଲୁଛନ୍ତି। ପାର୍କରେ ଛୋଟ ଛୋଟ ବକ୍ସ କରି ସେଥିରେ ବହି ରଖାଯାଉଛି ଓ ପ୍ରତ୍ୟେକଟି ପାର୍କ ନିକଟରେ ରହୁଥିବା ଦୁଇଜଣ ସ୍ବେଚ୍ଛାସେବୀ ଏହାର ଦେଖାରଖା କରୁଛନ୍ତି। ଜିତ୍‌ ଓ ଓମ୍‌ ଏବେ ଗୁଜରାଟର ବିଭିନ୍ନ ସ୍କୁଲରେ ଲାଇବ୍ରେରି ଖୋଲିବାକୁ ଯୋଜନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri