ଏଇ ଭାରତରେ

ଘରଚଟିଆ ବଂଶ ରକ୍ଷା ପାଇଁ ପ୍ରତିବର୍ଷ ଘରଚଟିଆ ଦିବସ ପାଳନ କରାଯାଉଛି। କିନ୍ତୁ ଏହାର ସଂରକ୍ଷଣ ପାଇଁ ଆଖିଦୃଶିଆ ପଦକ୍ଷେପ ନିଆଯାଉନାହିଁ। ହେଲେ ଏକ୍ଷେତ୍ରରେ ରାକେଶ କ୍ଷତ୍ରୀଙ୍କ ବ୍ୟକ୍ତଗତ ଉଦ୍ୟମ ପ୍ରଶଂସନୀୟ। ସେ ଘରଚଟିଆ ରହିବା ପାଇଁ ବସା ତିଆରି କରି ଭାରତର ବିଭିନ୍ନ ସହରରେ ଲଗାଉଛନ୍ତି ଓ ଲୋକଙ୍କୁ ବାଣ୍ଟୁଛନ୍ତି। ଏହି କାର୍ଯ୍ୟ ସେ ଦୀର୍ଘ ୧୪ ବର୍ଷ ହେଲା କରିଆସୁଛନ୍ତି। ଏବେ ସୁଦ୍ଧା ସେ ୭ ଲକ୍ଷରୁ ଊର୍ଦ୍ଧ୍ୱ ବସା ତିଆରି କରି ସାରିଲେଣି ଓ ଏଥିପାଇଁ ତାଙ୍କୁ ଭାରତର ନେଷ୍ଟ ମ୍ୟାନ ବା ବସା ମଣିଷ ବୋଲି ସମ୍ବୋଧନ କରାଯାଉଛି। ବାଙ୍ଗୋଲୋର, ଚେନ୍ନାଇ, ଦିଲ୍ଲୀ, ହାଇଦ୍ରାବାଦ, କଲିକତା ଏବଂ ମୁମ୍ବାଇ ଭଳି ସହରରେ ଘରଚଟିଅ ସଂଖ୍ୟା କମିବାରେ ଲାଗିଛି ଏବଂ ରାକେଶଙ୍କ ଏହି ଚେଷ୍ଟା ଯୋଗୁ ପୁନର୍ବାର ସେହିସବୁ ସ୍ଥାନର ଘରଚଟିଆ ବଂଶ ବୃଦ୍ଧ ହେବା ଲକ୍ଷ୍ୟ କରାଯାଉଛି। ଷଢ଼େଇ, ଝୋଟ, ସୂତା ଓ ପାଣିରେ ବଢୁଥିବା ଦଳ ଚେର ବ୍ୟବହାର କରି ସେ ଏହି ବସା ତିଆରି କରୁଛନ୍ତି। ସ୍କୁଲଗୁଡ଼ିକରେ କର୍ମଶାଳ ଆୟୋଜନ କରି ପକ୍ଷୀଙ୍କ ବସା ତିଆରି କରିବାର କୌଶଳ ସମ୍ପର୍କରେ ଶିକ୍ଷା ଦେଉଛନ୍ତି। ବସା ତିଆରିରେ ସେ ଅନେକ ଲୋକଙ୍କୁ ମଧ୍ୟ ନିଯୁକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri