ଏଇ ଭାରତରେ

ଆମ୍ବ ଉତ୍ପାଦନର ସମୟ ଆସିଲେ କେରଳର କାନ୍ନାପୁରମ ଗାଁ ଚର୍ଚ୍ଚାକୁ ଆସେ। ଏହି ଗାଁରେ ୨୦୮ କିସମର ଆମ୍ବ ଫଳୁଛି। ଗ୍ରାମବାସୀଙ୍କ ଉଦ୍ୟମରେ ଏହି ସଫଳତା ମିଳିଛି। ଏହିି ଗାଁରେ ୨୦୦ ବର୍ଷର ଏକ ଭେଲାଥାନ କିସମ ଆମ୍ବ ଗଛ ଥିଲା, ଯାହା ଅତ୍ୟନ୍ତ ସ୍ବାଦିଷ୍ଟ। କିନ୍ତୁ ତାହାକୁ ଜମିମାଲିକ କାଟିଦେବା ପରେ ଗ୍ରାମବାସୀ ଏକାଠି ହୋଇ ତାହାର ଶାଖାକୁ ସଂଗ୍ରହ କରି କଲମି କରି ୨୦୦ ଗଛ ଉତାରି ଥିଲେ ଓ ସେଗୁଡ଼ିକୁ ବି ଲଗାଇଛନ୍ତି। ଗାଁରେ କେବଳ ୨୦ଟି ପରିବାରର ମାଲିକାନାରେ ଥିବା ୩୭୨ଟି ଗଛରୁ ୧୦୦ କିସମର ଆମ୍ବ ଫଳୁଛି ଏବଂ ଅବଶିଷ୍ଟ ପରିବାରରେ ଆଉ ୧୦୦ କିସମ ଆମ୍ବ ମିଳୁଛି। ଏହି ସଫଳତା ପାଇବା ଲାଗି ସେମାନେ ଦୀର୍ଘଦିନ ପ୍ରୟାସ କରିଥିଲେ। ସେମାନେ ଏକ ଫେସବୁକ ପେଜ୍‌ ଖୋଲି ଭାରତର ବିଭିନ୍ନ ସ୍ଥାନରେ ଥିବା ବିଭିନ୍ନ କିସମର ଆମ୍ବ ଗଛ ସମ୍ପର୍କରେ ତଥ୍ୟ ସଂଗ୍ରହ କରିଥିଲେ। ପରେ ସେଗୁଡ଼ିକୁ ସଂଗ୍ରହ କରି ଲଗାଇଥିଲେ। ଆମ୍ବ ଉତ୍ପାଦନ ସମୟରେ ସେମାନେ ଆମ୍ବ ବିକ୍ରି କରି ଲାଭବାନ୍‌ ହେବା ସହ ସେଥିରୁ ଆଚାର, ଜାମ୍‌, କେକ୍‌ ଆଦି ପ୍ରସ୍ତୁତ କରୁଛନ୍ତି। ଆମ୍ବର ରଙ୍ଗ, ରସ ତଥା ସ୍ବାଦକୁ ନେଇ ସେଗୁଡ଼ିକର ନାମକରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri