ଏଇ ଭାରତରେ

ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣର ସଫଳତା କଥା ଯେତିକି ଜୋର କୁହାଯାଉଛି ତାହାର ବାସ୍ତବତା ସେତିକି ନୁହେଁ। ଦେଶରେ ଏମିତି ଅଞ୍ଚଳ ରହିଛି ଯେଉଁଠି ଏବେ ବି ପାନୀୟ ଜଳର ଅଭାବ ରହିଛି। ପିଲାମାନେ ସ୍କୁଲରେ ମଧ୍ୟ ତାହା ପାଇବାରୁ ବଞ୍ଚିତ ହେଉଛନ୍ତି। ତେବେ ଡ. ଅନିଲ ରାଜବଂଶୀଙ୍କ ସୌରଶକ୍ତି ଚାଳିତ ଓ୍ବାଟର ପ୍ୟୁରିଫିକେଶନ ପଦ୍ଧତି ଏହି ସମସ୍ୟାର ଅନେକାଂଶରେ ସମାଧାନ କରିପାରିବ। ରାଜବଂଶୀ ମହାରାଷ୍ଟ୍ରର ଏକ ନିମ୍ବାକର ଏଗ୍ରିକଲଚରାଲ ରିସର୍ଚ୍ଚ ଇନଷ୍ଟିଚ୍ୟୁଟର ନିର୍ଦ୍ଦେଶକ ଭାବେ କାମ କରୁଛନ୍ତି। ଏହି ପଦ୍ଧତିରେ ପିଲାମାନଙ୍କଠାରେ ଦେଖାଯାଉଥିବା ସଂକ୍ରମଣ ହ୍ରାସ କରିବା ସହ ସେମାନଙ୍କୁ ସୁସ୍ଥ ରଖିବ ବୋଲି କହନ୍ତି ରାଜବଂଶୀ। ସେ ଏହି ପଦ୍ଧତିକୁ ବ୍ୟବହାର କରି ମହାରାଷ୍ଟ୍ରର ସତାର ଜିଲା ଫାଲଟନ ଅଞ୍ଚଳରେ ସ୍କୁଲ ପିଲାଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଇ ଦେଉଛନ୍ତି। ପାଖାପାଖି ୪୦୦ରୁ ଊର୍ଦ୍ଧ୍ୱ ପିଲା ଏବେ ଏଥିରେ ଉପକୃତ ହେଉଛନ୍ତି। ବଡ଼ କଥା ହେଉଛି, ଏହି ଓ୍ବାଟର ପ୍ୟୁରିିଫିକେଶନ ପଦ୍ଧତିରେ ଦିନକୁ ୧୦୦ରୁ ୨୦୦ ଲିଟର ସ୍ବଚ୍ଛ ପାନୀୟ ଜଳ ଯୋଗାଯାଇପାରୁଛି। ଏହି ପଦ୍ଧତିରେ ସଂଗୃହୀତ ବର୍ଷାଜଳକୁ ଫିଲଟର କରାଯାଇ ତାହାକୁ ସାଧାରଣ ଶାଢ଼ି ମାଧ୍ୟମରେ ଫିଲଟର ବ୍ୟବସ୍ଥା କରାଯାଇଛି। ପରେ ସେହି ଫିଲଟର ପାଣିକୁ ସୋଲାର ଥର୍ମାଲ ଟେକ୍‌ନୋଲୋଜିରେ ଜୀବାଣୁ ମୁକ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri