ଏଇ ଭାରତରେ

ଗଛ ଗୋଟିଏ, କିନ୍ତୁ ଫଳ ୫୨ପ୍ରକାରର। ଏକଥା ଶୁଣି ଯେକେହି ବି ଆଶ୍ଚର୍ଯ୍ୟ ହୋଇଯିବ। କିନ୍ତୁ ଏଭଳି ଏକ ସଫଳତା ହାସଲ କରିଛନ୍ତି ବିହାର ଭାଗଲପୁରର ଅଶୋକ ଚୌଧୁରୀ। ସ୍ଥାନୀୟ ଅଞ୍ଚଳରେ ଥିବା ମଧୁବନ ନର୍ସରିରେ ସେ ଏଭଳି ଏକ ଆମ୍ବଗଛ ପ୍ରସ୍ତୁତ କରିଛନ୍ତି, ଯେଉଁଥିରେ ଏକ ସମୟରେ ୫୨ କିସମର ସ୍ବାଦିଷ୍ଟ ଆମ୍ବ ଫଳିବା ସମ୍ଭବ ହୋଇପାରିବ। ଗୋଟିଏ ଗଛରେ ଏକ ସମୟରେ ବିଭିନ୍ନ ଭେରାଇଟିର ରଙ୍ଗିନ ଆମ୍ବଫଳ ଧରିବ। ତେଣୁ ଏହା ଦେଖିବାକୁ ଯେମିତି ଆକର୍ଷଣୀୟ ହୋଇପାରିବ ଖାଇବାକୁ ସେମିତି ସ୍ବାଦିଷ୍ଟ ମଧ୍ୟ। ତେବେ ବିଭିନ୍ନ କିସମର ଆମ୍ବକୁ ନେଇ ମଧୁବନ ନର୍ସରିରେ ବହୁଦିନ ଧରି ରିସର୍ଚ୍ଚ ହେଉଛି। ଆଉ ଆମ୍ବଗଛକୁ ନେଇ ବିଭିନ୍ନ ପ୍ରକାର ରିସର୍ଚ୍ଚ କରିବା କ୍ଷେତ୍ରରେ ସଫଳତା ହାସଲ କରି ଅଶୋକ ମଧ୍ୟ ବିହାରର ମ୍ୟାଙ୍ଗୋ ମ୍ୟାନ୍‌ ପରିଚିତ ହୋଇଛନ୍ତି। ତେବେ ତାଙ୍କ କହିବା ଅନୁସାରେ ଲୋକଙ୍କୁ ଅଧିକ ଭେରାଇଟିର ଆମ୍ବ ଖାଇବା ପାଇଁ ଇଚ୍ଛା ଥିଲେ ଏହି କଲମି ଗଛ ଅଧିକ ଫଳପ୍ରଦ ହୋଇପାରିବ। ଯେଉଁମାନଙ୍କ ପାଖରେ ଗଛ ଲଗାଇବା ପାଇଁ ସ୍ଥାନ କମ୍‌ ଥିବ ସେମାନଙ୍କ ପାଇଁ ମଧ୍ୟ ଏହି ପ୍ରକାରର କଲମି ଗଛ ଅଧିକ ଉପଯୋଗୀ ହୋଇପାରିବ। ତେବେ ଏଭଳି ଗଛ ଲଗାଇବାକୁ ଚାହୁଁଥିଲେ ଏହାର ବିଶେଷ ଭାବରେ ଯତ୍ନ ନେବାକୁ ହେବ ବୋଲି ଜାଣିରଖିବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri