ଏଇ ଭାରତରେ

ଚିପ୍ସ ଖାଇବାକୁ ପ୍ରାୟ ସବୁ ପିଲା ଭଲପାନ୍ତି। ପିଲାଙ୍କର ଏହି ଦୁର୍ବଳତାକୁ ନେଇ ଅନେକ ସମୟରେ ବିକ୍ରେତାମାନେ ଫାଇଦା ନେବାକୁ ଚେଷ୍ଟା କରନ୍ତି। ବେଳେ ବେଳେ ସେମାନଙ୍କର ଏହି ମନୋଭାବ ପିଲାଙ୍କ ଜୀବନ ମଧ୍ୟ ନେଇଯାଏ। ବିଶ୍ୱାସ ହେଉ ନ ଥିଲେ ବି ଏମିତି ଏକ ଘଟଣା ଘଟିଛି ପଶ୍ଚିମବଙ୍ଗର ମେଦିନାପୁର ଜିଲାର ଗୋସାଇଁବାଡି ଅଞ୍ଚଳରେ। ଚିପ୍ସ ପ୍ୟାକେଟ୍‌ ପାଇଁ ଏଠାରେ ଜଣେ ବାଳକର ଜୀବନ ଯାଇଛି। ଚାରିଦିନ ତଳେ ଏହି ଅଞ୍ଚଳର ୧୩ ବର୍ଷୀୟ ବାଳକ କୃଷ୍ଣେନ୍ଦୁ ଦାସ ରାସ୍ତାରେ ଆସିବାବେଳେ ଦୁଇଟି ଚିପ୍ସ ପ୍ୟାକେଟ୍‌ ପଡିଥିବା ଦେଖି ଉଠାଇ ନେଇ ଆସିଥିଲେ। କିନ୍ତୁ ସେଠାକାର ସ୍ଥାନୀୟ ଦୋକାନୀ ଶୁଭଙ୍କର ଦୀକ୍ଷିତ ତାଙ୍କୁ ଧରି ଚିପ୍ସ ଚୋରି କରିଥିବା କହି ଗାଳି ଦେଇଥିଲେ। ଏହି କଥାକୁ ନେଇ କୃଷ୍ଣେନ୍ଦୁଙ୍କ ପରିବାର ଲୋକଙ୍କ ନିକଟରେ ଅଭିଯୋଗ ବି କରିଥିଲେ। ଫଳରେ ତାଙ୍କ ମା’ ତାଙ୍କୁ ସମସ୍ତଙ୍କ ଆଗରେ ମାଡ଼ ବି ମାରିଥିଲେ। ଏସବୁ ପରେ ଦୋକାନୀ ଜଣକ କାନ ଧରି ରାସ୍ତା ଉପରେ ସମସ୍ତଙ୍କ ଆଗରେ ଭୁଲ୍‌ ମାଗିବା ପାଇଁ ବାଧ୍ୟ କରିଥିଲେ। ଚୋରି କରି ନ ଥିବାରୁ ଅପମାନ ସହି ପାରି ନ ଥିଲେ କୃଷ୍ଣେନ୍ଦୁ। ଘରକୁ ଆସି ବିଷ ପିଇଦେଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଛି ଓ ସେ ଚିପ୍ସ ଚୋରି କରି ନ ଥିବା ମୃତ୍ୟୁ ପୂର୍ବରୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri