ଏଇ ଭାରତରେ

ଶିକ୍ଷୟିତ୍ରୀଙ୍କ ବୟସ ୪୮। କିନ୍ତୁ ସେ ପଢ଼ାଉନ୍ତି ତାଙ୍କଠାରୁ ଅଧିକ ବୟସ୍କା ମହିଳାଙ୍କୁ। ଏମିତି ଏକ ଶିକ୍ଷାଦାନ କେନ୍ଦ୍ର ଚାଲିଛି ଗୁଜରାଟ ସୁରଟରେ। ଏଠାରେ ବୀଣା କଳାଥିୟା ୧୨୦ ଜଣ ମହିଳାଙ୍କୁ ପ୍ରତିଦିନ ଅପରାହ୍ନ ୩ଟାରୁ ୫ଟା ଯାଏ ପଢ଼ାଇ ସାକ୍ଷର କରିବାରେ ଲାଗିଛନ୍ତି। ସବୁଠୁ ବଡ଼ କଥା ହେଉଛି ବୀଣା ଓ ତାଙ୍କ ଭଉଣୀ ମୁଖବାସ( ମାଉଥ୍‌ ରିଫ୍ରେସର) ବିକ୍ରି କରି ଯାହା ରୋଜଗାର କରୁଛନ୍ତି ସେଥିରେ ମହିଳାଙ୍କ ପାଇଁ ଖାତା, କଲମ, ପେନ୍‌ସିଲ ଆଦି କିଣୁଛନ୍ତି। କହିବାକୁ ଗଲେ ବୀଣା ତାଙ୍କ ନିଜ ଖର୍ଚ୍ଚରେ ପାଠଶାଳାର ପରିଚାଳନା କରୁଛନ୍ତି। ସେ କୌଣସି ବିଶ୍ୱବିଦ୍ୟାଳୟ କିମ୍ବା ପ୍ରଶିକ୍ଷଣ କେନ୍ଦ୍ରରେ ପଢ଼ିନାହାନ୍ତି। କିନ୍ତୁ ଘରେ ତାଙ୍କ ପିଲାଙ୍କୁ ପଢ଼ାଇବା ସମୟରେ ଏଭଳି କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଥିଲେ। ପିଲାମାନେ ବଡ଼ ହୋଇଯିବା ପରେ ବୀଣା ସୁରଟର ରାସ୍ତା ଆଲୋକରେ ପ୍ରଥମେ ଜଣେ ଦୁଇଜଣ ମହିଳାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ। ପରେ ମହିଳାଙ୍କ ସଂଖ୍ୟା ବଢ଼ିଚାଲିଲା ଓ ନଅ ବର୍ଷ ପରେ ଏବେ ମହିଳାଙ୍କ ସଂଖ୍ୟା ୧୨୦ରେ ପହଞ୍ଚିଛି। ଏବେ ଆଉ ରାସ୍ତାରେ ନ ପଢ଼ାଇ ଏକ ବରିଷ୍ଠ ନାଗରିକ କେନ୍ଦ୍ରର ଘରେ ସେମାନଙ୍କୁ ପଢ଼ାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri