ଏଇ ଭାରତରେ

ଗାଜିଆବାଦରେ ଏକ ଫୁଟ୍‌ପାଥ ସ୍କୁଲ ଚାଲିଛି। ଏନ୍‌ଟିପିସିରୁ ଅବସର ନେବା ପରେ ନିରଜା ସାକ୍‌ସେନା ଏହି ସ୍କୁଲ ଚଳାଉଛନ୍ତି। ଲକ୍‌ଡାଉନ ସମୟରେ ଏଭଳି ଫୁଟ୍‌ପାଥ ସ୍କୁଲ ଚଳାଇବା ଲାଗି ନିରଜା ନିଷ୍ପତ୍ତି ନେଇଥିଲେ ଓ ତାହା ସେବେଠାରୁ ଚାଲିଛି। ଏହାର ନାମ ରଖାଯାଇଛି ଫୁଟପାଥ୍‌ ପାଠଶାଳା।
ଏବେ ଏହି ସ୍କୁଲରେ ୪୦ ଜଣ ପିଲା ପଢୁଛନ୍ତି। ପିଲାମାନଙ୍କ ପଢ଼ିବା ଖର୍ଚ୍ଚ ସହ ଖାଦ୍ୟ, ପୋଷାକ ଓ ପାଠ୍ୟ ଉପକରଣ ମାଗଣାରେ ଯୋଗାଇ ଦିଆଯାଉଛି। ଏଠାରେ କେବଳ ଅସହାୟ ପିଲାମାନେ ପଢୁଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ନିରଜା ପିଲାମାନଙ୍କଠାରୁ ଫିସ୍‌ ଆକାରରେ ପ୍ଲାଷ୍ଟିକ୍‌ ବର୍ଜ୍ୟ ନେଉଛନ୍ତି। ଏହି ସ୍କୁଲରେ ସେ ପିଲାମାନଙ୍କୁ ପରିବେଶ ସଂରକ୍ଷଣ ସମ୍ପର୍କରେ ଶିକ୍ଷା ଦେଉଛନ୍ତି। ପ୍ଲାଷ୍ଟିକ୍‌ ବର୍ଜ୍ୟ ପରିଚାଳନା ସମ୍ପର୍କରେ ମଧ୍ୟ ପିଲାମାନଙ୍କୁ ଶିକ୍ଷା ଦିଆଯାଉଛି। ପିଲାମାନେ ସ୍କୁଲରେ ପ୍ଲାଷ୍ଟିକ ବୋତଲ ଓ ଅନ୍ୟାନ୍ୟ ବର୍ଜ୍ୟ ଦେଇ ପରିବେଶକୁ ରକ୍ଷା କରିବାରେ ଲାଗିଛନ୍ତି। କେବଳ ଏତିକି ନୁହେଁ, ଫୁଟପାଥ୍‌ ପାଠଶାଳାର ପିଲାମାନେ ପରିବେଶ ସୁରକ୍ଷା ପାଇଁ ବୃକ୍ଷରୋପଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀକ୍‌ ଓ ଭାରତୀୟ ନାଟ୍ୟକଳାରେ ବିବିଧତା

ଚୀନ ଗ୍ରୀସ୍‌ ଓ ଭାରତର ନାଟ୍ୟକଳା ଭଳି ଦୁଇଟି ମହାନ୍‌ ଶାସ୍ତ୍ରୀୟ ପରମ୍ପରା ମାଧ୍ୟମରେ ନାଟ୍ୟକଳାର ଇତିହାସ ପ୍ରାୟତଃ ବର୍ଣ୍ଣନା କରାଯାଏ। ଉଭୟ ପରମ୍ପରା କାହାଣୀ, ଅଭିନୟ,…

ପ୍ରତିଶୋଧର ଖଡ୍ଗ

ନ୍ୟାୟର ନିକିତିରେ ଯେତେବେଳେ ଅପଳାପର ଗରଳ ମିଶିଯାଏ, ସେତେବେଳେ ଆଇନର ଆଶ୍ରୟ ଅବିଚାରର ଆୟୁଧରେ ପରିଣତ ହୁଏ। ବୋହୂ ନିର୍ଯାତନାକୁ ପ୍ରତିହତ କରିବା ନିମନ୍ତେ ପ୍ରଣୀତ ଭାରତୀୟ…

ଅସରପା ଆଉ ଅଟୋକ୍ରାସି

କକ୍‌ରୋଚ୍‌ ଜନତା ପାର୍ଟି ଏକ ଥଟ୍ଟାଳିଆ ନାମକରଣ ବୋଲି ଭାବିଥିବା ପାଠକମାନଙ୍କୁ ଏବଂ ହିନ୍ଦୁତ୍ୱରେ ବୁଡିରହିଥିବା ପାଠକମାନଙ୍କୁ କ୍ଷମା ମାଗି ମୁଁ ଗୀତାର ଜଣାଶୁଣା ଉକ୍ତିକୁ ରୂପାନ୍ତର…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ଏଇ ଭାରତରେ

ଚାକିରିରୁ ଅବସରନେବା ପରେ ବିଶ୍ରାମ ସମୟକୁ ଅନେକେ ସମାଜ ସେବାରେ ଲଗାଇବାର ଉଦାହରଣ ଦେଖିବାକୁ ମିଳେ, ଯାହାଙ୍କ ମଧ୍ୟରୁ ବେଙ୍ଗାଲୁରୁର କ୍ୟାପ୍‌ଟେନ ସନ୍ତୋଷ କୁମାର ଅନ୍ୟତମ। ସେନା…

ଭିଆଇପି ପରମ୍ପରା

ଭିଆଇପି ପରମ୍ପରା ଅତ୍ୟନ୍ତ ଅଶୋଭନୀୟ ଓ ଅରୁଚିକର ପରିସ୍ଥିତି ସୃଷ୍ଟି କରିଥାଏ। ଭିଆଇପିମାନଙ୍କ ପାଇଁ ଆୟୋଜକଙ୍କ କେବଳ ସମୟ ଓ ସମ୍ବଳର ଅପଚୟ ହୁଏ ତାହା ନୁହେଁ,…

ସ୍ବାଭିମାନର ଅନନ୍ୟ ଆଭା

ମାଟିର ସୁକନ୍ୟା ନନ୍ଦିନୀ ଶତପଥୀ। ନାରୀ ଅସ୍ମିତାର ଏକ ତେଜୋଦୀପ୍ତ ସ୍ବର। ତାଙ୍କ ଦେଶପ୍ରେମ, ନିର୍ଭୀକତା, ସାହସିକତା ଓ ବେସାଲିସପଣକୁ ନେଇ ଗଢ଼ିଉଠିଛି ଅନେକ କଥା, କାହାଣୀ…

ଗୋପରେ ବଢୁଛି ବିକଳ୍ପ

ପରିବର୍ତ୍ତନ କେବେହେଲେ ଡେଙ୍ଗୁରାପିଟି ଆସେନାହିଁ। ଜନ ଆନ୍ଦୋଳନ ଆରମ୍ଭ ହେଲେ ସେହି ପରିବର୍ତ୍ତନ ଜୁଆର ଭଳି ମାଡ଼ିଆସେ। ଆଜି ଭାରତବର୍ଷରେ ଏକ ଭିନ୍ନ ଏବଂ ପରିବର୍ତ୍ତିତ ଛବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri