ଏଇ ଭାରତରେ

ପ୍ଲାଷ୍ଟିକ ବର୍ଜ୍ୟ ପରିବେଶ ପ୍ରଦୂଷଣର ବଡ଼ କାରଣ ପାଲଟିଛି। ଏଣୁ ପ୍ଲାଷ୍ଟିକ ପ୍ରଦୂଷଣ ଦୂର କରିବା ଲାଗି ବିଭିନ୍ନ ବର୍ଜ୍ୟରୁ ଏହାର ବିକଳ୍ପ ସାମଗ୍ରୀ ପ୍ରସ୍ତୁତ କରିବାରେ ସଫଳ ହୋଇଛନ୍ତି ହାଇଦ୍ରାବାଦର ରେହା କୋଠାରି ଓ ରିଶିକା ରେଡ୍ଡୀ। ଏହି ଦୁଇ ମହିଳା କଫି, ଛତୁ, କଦଳୀ ଚୋପା, ଟମାଟୋ ବର୍ଜ୍ୟରୁ ପରିବେଶ ଉପଯୋଗୀ ପ୍ୟାକେଜିଂ ସାମଗ୍ରୀ ପ୍ରସ୍ତୁତ କରୁଛନ୍ତି। ରେହା ଓ ରିଶିକା ୨୦୨୦ରେ ‘ଦି ମେଣ୍ଡ୍‌ ପ୍ୟାକେଜିଂ’ କମ୍ପାନୀ ପ୍ରତିଷ୍ଠା କରି ଏଭଳି ସାମଗ୍ରୀ ତିଆରି କରୁଛନ୍ତି। ଏହିସବୁ ସାମଗ୍ରୀ ବିଘଟନ ପ୍ରକ୍ରିୟାରେ କମ୍‌ ସମୟରେ ମାଟିରେ ମିଶି ଯାଇପାରୁଛି। କମ୍ପାନୀ ଦ୍ୱାରା ୭୦ରୁ ଅଧିକ ପ୍ରକାର ଉତ୍ପାଦ ପ୍ରସ୍ତୁତ ହେଉଛି। କମ୍ପାନୀ ମୁମ୍ବାଇ, ଦିଲ୍ଲୀ ଓ ହାଇଦ୍ରାବାଦରେ ଏକ ମଜଭୁତ ଯୋଗାଣ ନେଟଓ୍ବର୍କ ପ୍ରତିଷ୍ଠା କରିପାରିଛି। କୋଭିଡ୍‌ ମହାମାରୀର ଲକ୍‌ଡାଉନ ସମୟରେ ପ୍ୟାକେଜିଂ ବର୍ଜ୍ୟକୁ ଲକ୍ଷ୍ୟ କରି ରେହା ଓ ରିଶିକା ଏହାର ସମାଧାନ ପାଇଁ ଉପାୟ ଖୋଜିବା ଲାଗି ଗବେଷଣା ଆରମ୍ଭ କରିଥିଲେ। ପରେ ସେମାନେ ଗବେଷଣାରେ ସଫଳ ହୋଇ ପ୍ଲାଷ୍ଟିକ୍‌ର ବିକଳ୍ପ ପ୍ୟାକେଜିଂ ସାମଗ୍ରୀ ତିଆରି କରିବାରେ ସଫଳ ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ଆଜି ସୂର୍ଯ୍ୟଙ୍କ ନକ୍ଷତ୍ର ଗୋଚରରେ ୫ ରାଶିଙ୍କୁ ଅପାର ଲାଭ; ଅଚାନକ ମିଳିବ ଟଙ୍କା, ଗାଡ଼-ଘର କିଣିବେ…

ସୂର୍ଯ୍ୟ ଉତ୍ତରାଫାଲ୍ଗୁନୀ ନକ୍ଷତ୍ରରେ ୨୭ ସେପ୍ଟେମ୍ୱର ପର୍ଯ୍ୟନ୍ତ ରହିବେ। ଏହା ପରେ ହସ୍ତା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହଙ୍କର ଏହି ନକ୍ଷତ୍ର ଚଳନ ଯୋଗୁଁ ଅନେକ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?