ଏଇ ଭାରତରେ

କୋଲକାତାର ପିଣ୍ଟୁ ପୋହାନ୍‌ ପାନ ଦୋକାନ କରି ପରିବାର ପ୍ରତିପୋଷଣ ସହ ବହି ଲେଖା ଜାରି ରଖିଛନ୍ତି। ଏବେସୁଦ୍ଧା ସେ ୧୨ଟି ବହି ଲେଖିସାରିଲେଣି। ସବୁ ବହି ବେଙ୍ଗଲୀ ଭାଷାରେ ଲେଖିଛନ୍ତି। ସେ ପାନ ବିକିବା ସହ କମ୍ପ୍ୟୁଟର କ୍ଲାସ ଓ ଲାଙ୍ଗୁଏଜ ଡିପ୍ଲୋମା କୋର୍ସ କରୁଛନ୍ତି ଓ ବହି ଲେଖୁଛନ୍ତି। ପିଣ୍ଟୁଙ୍କ ପାନ ଦୋକାନ ରହିଛି ବେହେଲାରେ। ଲୋକଙ୍କୁ ପାନ ଦେଇସାରି ସାଙ୍ଗେ ସାଙ୍ଗେ ସେ ଲେଖିବା ଆରମ୍ଭ କରିଦିଅନ୍ତି। ବେହେଲାଠାରୁ ଦୁଇ କିଲୋମିଟର ଦୂର ମଦନମୋହନତାଲାରେ ତାଙ୍କ ଜନ୍ମ। ପ୍ରତିକୂଳ ପରିସ୍ଥିତିରେ ସେ ଦଶମରୁ ପାଠରେ ଡୋରି ବାନ୍ଧି ଦେଇଥିଲେ। ପରେ ଏକ ଫ୍ୟାକ୍ଟ୍ରିରେ କାମକରି ଅର୍ଥ ସଞ୍ଚୟ ପରେ ପୁଣି ପାଠପଢ଼ି ବେଙ୍ଗଲୀ ଭାଷାରେ ସ୍ନାନକୋତ୍ତର ଡିଗ୍ରୀ ହାସଲ କରିପାରିଲେ। ପିଣ୍ଟୁ ପଢ଼ିବା ବେଳେ ସ୍କୁଲ ମାଗାଜିନରେ ଲେଖୁଥିଲେ ଏବଂ ସେହି ଆଗ୍ରହ ଏବେ ପାନ ଦୋକାନରେ ଦେଖାଯାଇଛି, ଯେଉଁଠି ବସି ସେ ବହି ଲେଖିବାକୁ ସକ୍ଷମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଷ ମେଣ୍ଟାଇବା ପାଇଁ ରୋଗକୁ ଆମନ୍ତ୍ରଣ! ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଉଠିଲା ପ୍ରଶ୍ନ

ଧର୍ମଶାଳା ୧୪।୩(ଶିବ ପ୍ରସାଦ ମହାନ୍ତି): ଜଳ ହିଁ ଜୀବନ। ଶୋଷ ମେଣ୍ଟାଇବାକୁ ଆମେ ଜଳକୁ ପିଇଥାଉ। ତେବେ ବଜାରରେ ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଏବେ…

ଡ୍ରୋନ ସର୍ଭେ ଦ୍ୱାରା ଜଙ୍ଗଲ ନିଆଁ ଚିହ୍ନଟ, ରାତିସାରା ଅକ୍ଲାନ୍ତ ଉଦ୍ୟମ ପରେ ନିଆଁକୁ ଆୟତ୍ତ କଲା ବନବିଭାଗ

ପାଟଣା,୧୪।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ତଣ୍ଡ ବିଟ ଅଟେଈ ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ରାତି ୨ଟାରେ ଲାଗିଥିବା ନିଆଁକୁ ବନବିଭାଗ କର୍ମଚାରୀ…

ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ: ସଙ୍କଟରେ ବନ୍ୟଜନ୍ତୁ

ଉଦଳା,୧୪।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗିଛି ନିଆଁ। ୩ ରୁ ୪ ଘଣ୍ଟା ହେବ ଜଳି ଚାଲିଛି ନିଆଁ।…

ଧୈର୍ଯ୍ୟ, କ୍ଷମା ଲୋଡ଼ା

ହୃଦୟରେ ଅନ୍ୟ ପ୍ରତି ଏପରିକି ପରମ ଶତ୍ରୁ ପ୍ରତି କୌଣସି ପରିସ୍ଥିତିରେ ଘୃଣାଭାବ ପୋଷଣ ନ କରି କ୍ଷମା, ଅନୁକମ୍ପା, କରୁଣା, ତିତିକ୍ଷା, ଦୟା ଭାବ ପ୍ରଦର୍ଶନକରିବା…

ଜଳ ହିଁ ଜୀବନ

ଜଳର ଅନ୍ୟ ନାମ ଜୀବନ। ମଣିଷପାଇଁ ଉପଲବ୍ଧ ଅତ୍ୟାବଶ୍ୟକ ପ୍ରାକୃତିକ ଉପାଦାନ ମଧ୍ୟରେ ଜଳ ଅନ୍ୟତମ। କେବଳ ମଣିଷ ନୁହେଁ, ସମଗ୍ର ପ୍ରାଣୀ ଓ ଉଦ୍ଭିଦଜଗତ ପାଇଁ…

କାମ ସାରି ଫେରୁଥିବାବେଳେ ଦଳିଦେଲା ହାତୀ: ୧୨ ଘଣ୍ଟାରେ ୩ ଜଣଙ୍କ ଗଲା ଜୀବନ

ଜି.ଉଦୟଗିରି/ରାଇକିଆ,୧୪/୩(ଚିନ୍ମୟ କୁମାର ସେଠୀ/ପ୍ରଦୀପ ବେହେରା): କନ୍ଧମାଳ ଜିଲା ଜି.ଉଦୟଗିରି ଓ ରାଇକିଆ ବ୍ଲକରେ ହାତୀ ଉପଦ୍ରବକୁ ନେଇ ଆତଙ୍କ ଦେଖା ଦେଇଛି । ଗତ କାଲି ସନ୍ଧ୍ୟାରୁ…

ରାଲିରେ ବୈଷୟିକ ତ୍ରୁଟି

ରାଜସ୍ଥାନ ବାଂଶୱାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲିରେ ଦଶ ମିନିଟ୍‌ର ଏକ ବୈଷୟିକ ତ୍ରୁଟି ଯୋଗୁ ସ୍କ୍ରିନ୍‌ କିଛି ସମୟ ପାଇଁ ଶୂନ୍ୟ ହୋଇଯାଇଥିଲା। ଏହି ଘଟଣା…

ହତ୍ୟା କରି ପାଣିଟାଙ୍କି ଉପରେ ଲୁଚିଥିବା ଅଭିଯୁକ୍ତ ପିଇଦେଲେ ବିଷ, ତା’ପରେ…

ଦେବଗଡ଼,୧୪।୩(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାରେ ଚାଞ୍ଚଲ୍ୟ। ହତ୍ୟା କରି ଫେରାର୍‌ ହୋଇଯାଇଥିବା ଅଭିଯୁକ୍ତ ଗାଁର ପାଣି ଟାଙ୍କି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri