ଭାରତରେ ୨୭ କୋଟିରୁ ଅଧିକ ଶିଶୁଙ୍କ ରକ୍ତରେ ଜହର

ଜେନେଭା, ୨।୮: ଭାରତରେ ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖ ରହିଛି ଯେ, ଦେଶର ୨୭ କୋଟି ୫୦ ଲକ୍ଷରୁ ଅଧିକ ଶିଶୁଙ୍କ ରକ୍ତରେ ଜହର ରହିଛି। ରକ୍ତରେ ସୀସାର ମାତ୍ରା ବୃଦ୍ଧି ପାଇବା ଯୋଗୁ ଏଭଳିସ୍ଥିତି ଉପୁଜି ଥିବା ରିପୋର୍ଟରେ ଦର୍ଶାଯାଇଛି। ପୃଥିବୀର ୮୦ କୋଟିରୁ ଅଧିକ ଶିଶୁଙ୍କଠାରେ ଏହି ସମସ୍ୟା ଦେଖାଯାଉଥିବା ୟୁନିସେଫ୍‌ର ଏବଂ ପ୍ୟୁର ଆର୍ଥ ସଂସ୍ଥା ଦ୍ୱାରା ହୋଇଥିବା ଏହି ମିଳିତ ସର୍ଭେ ପୃଥିବୀର ବିଭିନ୍ନ ଦେଶରେ କରାଯାଇଛି। ଏଥିରେ ପ୍ରକାଶ ପାଇଛି ଯେ, ଦକ୍ଷିଣ ଏସିଆରେ ୪୦ କୋଟିରୁ ଅଧିକ ଶିଶୁଙ୍କଠାରେ ଲେଡ୍‌ ପଏଜନିଂ ସମସ୍ୟା ଦେଖାଦେଇଥାଏ। ଗରିବ ଏବଂ ଅଣବିକଶିତ ଦେଶଗୁଡ଼ିକରେ ଏଭଳି ସମସ୍ୟା ଅଧିକ ଦୃଷ୍ଟିଗୋଚର ହେଉଥିବା ରିପୋର୍ଟରେ ଦର୍ଶାଯାଇଛି। ଏହି ରିପୋର୍ଟକୁ ଓ୍ବାଶିଂଟନ ବିଶ୍ୱବିଦ୍ୟାଳୟ ଦ୍ୱାରା ବିଶ୍ଳେଷଣ କରାଯାଇଛି। ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି, ସୀସାର ପ୍ରଭାବ ଶିଶୁଙ୍କ ମସ୍ତିଷ୍କ, ହୃଦୟ, ଫୁସ୍‌ଫୁସ୍‌, କିଡ୍‌ନୀ ଆଦି ଉପରେ ପଡ଼ିଥାଏ। ଲେଡ୍‌ ବ୍ୟାଟେରୀର ଅସୁରକ୍ଷିତ ରିସାଇକ୍ଲିଂ ଯୋଗୁ ମାଟିରେ ଅଧିକ ପରିମାଣର ସୀସା ରହୁଛି। ଏହା ପରବର୍ତ୍ତୀ ସମୟରେ ଫୁଡ୍‌ ଚେନ୍‌ ଦ୍ୱାରା ଶିଶୁଙ୍କ ଶରୀରରେ ପ୍ରବେଶ କରୁଛି। ଭାରତର ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ ଏବଂ ବିହାରରେ ଏଭଳି ରିସାଇକ୍ଲିଂ ଅଧିକ ହେଉଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri