ଭାରତରେ ଓମିକ୍ରନ୍‌ ଜାନୁୟାରୀରେ ଶୀର୍ଷ ଛୁଇଁବ, ବିଶେଷଜ୍ଞଙ୍କ ଆଶଙ୍କା…

ଓ୍ବାଶିଂଟନ, ୫।୧ : ଭାରତରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ସଂକ୍ରମଣ ଜାନୁୟାରୀରେ ଶୀର୍ଷ ଛୁଇଁବ। ଇନଷ୍ଟିଚ୍ୟୁଟ ଫର୍‌ ହେଲଥ ମେଟ୍ରିକ୍ସ ଆଣ୍ଡ ଇଭାଲୂ୍ୟଏଶନ (ଆଇଏଚଏମଇ) ର ନିର୍ଦ୍ଦେଶକ ତଥା ହେଲଥ ମେଟ୍ରିକ୍ସ ସାଇନ୍ସ ୟୁନିଭରସିଟିର ଅଧ୍ୟକ୍ଷ ଡାକ୍ତର ଖ୍ରୀଷ୍ଟୋଫର୍‌ ମୁରେ ଏଭଳି କହିଛନ୍ତି।

ସେ କହିଛନ୍ତି ଯେ, ଡେଲ୍ଟା ଲହର ଭଳି ଭାରତରେ ଓମିକ୍ରନ ମାମଲା ଅଧିକ ଦ୍ରୁତ ବେଗରେ ବ୍ୟାପିବାର ଆଶଙ୍କା ରହିଛି। ଭାରତ ସରକାର ଅନ୍ୟ ଦେଶ ତୁଳନାରେ କେରୋନା ମହାମାରୀ ପରିଚାଳନାରେ ନିଶ୍ଚିତ ଭାବେ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି।

ତେବେ ଚଳିତ ଜାନୁୟାରୀରେ ଭାରତରେ ଓମିକ୍ରନ୍‌ ସଂକ୍ରମଣ ସର୍ବାଧିକସ୍ତରରେ ପହଞ୍ଚିବାର ଆଶଙ୍କା ରହିଥିବା ସେ ଚେତାବନୀ ଦେଇଛନ୍ତି। ଜାନୁଆରୀ ଶେଷ କିମ୍ବା ଫେବୃଆରୀ ଆରମ୍ଭରେ ଭାରତରେ ସଂକ୍ରମଣ ସଂଖ୍ୟା ସର୍ବାଧିକ ହୋଇପାରେ । ତେବେ ଓମିକ୍ରନ୍‌ ଯୋଗୁ ଡାକ୍ତରଖାନାରେ ଭର୍ତ୍ତି ହେବା ଏବଂ ମୃତ୍ୟୁ ସଂଖ୍ୟା ରିପୋର୍ଟ ପୂର୍ବ ତୁଳନାରେ କମ ହେବାର ଆଶଙ୍କା ରହିଛି ବୋଲି ସେ କହିଛନ୍ତି।

ସେ କହିଛନ୍ତି ଯେ ଟିକାକରଣ ଯୋଗୁ ଲକ୍ଷଣ ସାମାନ୍ୟ ରହିବ। ତେବେ ଓମିକ୍ରନ ଦ୍ୱାରା ବହୁ ସଂଖ୍ୟକ ଲୋକ ଆକାନ୍ତ ହେବେ। ଏହାକୁ କୌଣସି କଟକଣା ରୋକି ପାରିବ ନାହିଁ। ଏକ ସ୍ବତନ୍ତ୍ର ସାକ୍ଷାତକାରରେ ଏଭଳି କହିଛନ୍ତି ।
ଓମିକ୍ରନ ଭାରିଆଣ୍ଟ ମାତ୍ର ଦୁଇମାସ ମଧ୍ୟରେ ସାରା ବିଶ୍ୱରେ ତିନି ବିଲିୟନ ଲୋକଙ୍କୁ ଆକ୍ରାନ୍ତ କରିବାର ଯଥେଷ୍ଟ ଆଶଙ୍କା ରହିଛି।

ଜାନୁଆରୀ ମଧ୍ୟଭାଗରେ ଓମିକ୍ରନ୍‌ର ସଂକ୍ରମଣ ବୃଦ୍ଧି ପାଇବ ବୋଲି ସେ ଆଶଙ୍କା ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି ଯେ ଏହା ଯୋଗୁ ପୃଥିବୀରେ ଦିନକୁ ୩୫ ମିଲିୟନରୁ ଅଧିକ ଲୋକ ଆକ୍ରାନ୍ତ ହେବାର ଆଶଙ୍କା ରହିଛି। ସେ କହିଛନ୍ତି ଯେ ୨୦୨୧ ଏପ୍ରିଲରେ ଡେଲ୍ଟା ଲହର ଶୀର୍ଷରେ ପହଞ୍ଚିଥିଲା। ତେବେ ଓମିକ୍ରନ୍‌ ଆକାନ୍ତଙ୍କ ସଂଖ୍ୟା ଏହାର ତିନି ଗୁଣା ଛୁଇଁବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri