Posted inଜାତୀୟ

ଦେଶରେ ବଢୁଛି ଆତ୍ମହତ୍ୟା ମାମଲା

ନୂଆଦିଲ୍ଲୀ,୨୯।୧୦: ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ଏକ ବଡ଼ ଖୁଲାସା କରିଛି। ୨୦୧୯ ତୁଳନାରେ ୨୦୨୦ରେ ଦେଶରେ ଆତ୍ମହତ୍ୟା ସଂଖ୍ୟା ବୃଦ୍ଧି ପାଇଛି। ଏନସିଆରବି ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ୨୦୨୦ରେ ଦେଶରେ ୧,୫୩,୦୫୨ ଲୋକ ଆତ୍ମହତ୍ୟା କରିଥିବାବେଳେ ୨୦୧୯ରେ ଏହି ସଂଖ୍ୟା ୧,୩୯,୧୨୩ ଥିଲା। ୨୦୧୯ ତୁଳନାରେ ଆତ୍ମହତ୍ୟା ହାର ୧୦.୪ ରୁ ୧୧.୩କୁ ବୃଦ୍ଧି ପାଇଛି। ସରକାରୀ ତଥ୍ୟ ଅନୁଯାୟୀ, ୨୦୨୦ରେ ଦେଶରେ ପ୍ରତିଦିନ ୪୧୮ ଲୋକ ଆତ୍ମହତ୍ୟା କରିଛନ୍ତି।
ଗୃହ ମନ୍ତ୍ରଣାଳୟ ଅନୁଯାୟୀ, ମହାରାଷ୍ଟ୍ରରେ ଦେଶରେ ଆତ୍ମହତ୍ୟା ସର୍ବାଧିକ। ଏଠାରେ ୧୯,୯୦୯ ଲୋକ ନିଜ ଜୀବନ ଦେଇଥିଲେ। ଏଥି ସହିତ ତାମିଲନାଡୁରେ ୧୬,୮୮୩ ଜଣ, ମଧ୍ୟପ୍ରଦେଶରେ ୧୪,୫୭୮, ପଶ୍ଚିମବଙ୍ଗରେ ୧୩,୧୦୩ ଏବଂ କର୍ନାଟକରେ ୧୨,୨୫୯ ଜଣ ଆତ୍ମହତ୍ୟା କରିଛନ୍ତି। ଏନସିଆରବି ତଥ୍ୟ ଅନୁଯାୟୀ ଦେଶର ମୋଟ ଆତ୍ମହତ୍ୟା ମଧ୍ୟରୁ ୫୦.୧ ପ୍ରତିଶତ ଲୋକ କେବଳ ଏହି ପାଞ୍ଚଟି ରାଜ୍ୟରେ ଜୀବନ ଦେଇଛନ୍ତି। ଅବଶିଷ୍ଟ ୪୯.୯ ପ୍ରତିଶତ ଆତ୍ମହତ୍ୟା ଅନ୍ୟ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ଘଟିଛି। ପରିସଂଖ୍ୟାନ ଅନୁଯାୟୀ ଦେଶର ଜନସଂଖ୍ୟା ଦୃଷ୍ଟିରୁ ସବୁଠୁ ବଡ ରାଜ୍ୟ ଉତ୍ତରପ୍ରଦେଶରେ କେବଳ ୩.୧ ଲୋକ ଆତ୍ମହତ୍ୟା କରିଛନ୍ତି। ଏହା ବ୍ୟତୀତ ଦିଲ୍ଲୀରେ ୩,୧୪୨ ଜଣ ଆତ୍ମହତ୍ୟା କରିଛନ୍ତି।
ରିପୋର୍ଟରେ କୁହାଯାଇଛି ଯେ ୨୦୨୦ରେ ଦେଶରେ ଆତ୍ମହତ୍ୟା କରିଥିବା ମୋଟ ୫୬.୭ ପ୍ରତିଶତ ଲୋକ ପାରିବାରିକ ସମସ୍ୟା (୩୩.୬ ପ୍ରତିଶତ), ବିବାହ ସମ୍ବନ୍ଧୀୟ ସମସ୍ୟା (ପାଞ୍ଚ ପ୍ରତିଶତ) ଏବଂ କିଛି ରୋଗ (୧୮ ପ୍ରତିଶତ) କାରଣରୁ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri